Add parallel Print Page Options

ଦାଉଦଙ୍କର ଗୀତ।

28 ହେ ସଦାପ୍ରଭୁ, ତୁମ୍ଭେ ମୋର ଶକ୍ତିଶାଳୀ ଶୈଳ ସଦୃଶ।
    ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କରୁଛି।
    ତୁମ୍ଭେ ମୋ’ ପ୍ରତି ନୀରବ ହୁଅ ନାହିଁ।
    ଯଦି ମୋର ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ,
    ତାହାହେଲେ ଲୋକମାନେ ଭାବିବେ ମୁଁ ସେହି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ୟୁନ ହୁହେଁ।
ହେ ସଦାପ୍ରଭୁ, ମୁଁ ମୋର ଦୁଇ ହାତ ଟେକି ତୁମ୍ଭର ମହାପବିତ୍ର ସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି।
    ମୁଁ ଯେତେବେଳେ ତୁମ୍ଭକୁ ଡାକୁଛି।
    ମୋ’ ନିବେଦନ ଟିକେ ଶୁଣ।
    ମୋ’ ପ୍ରତି କୃପା ପ୍ରଦର୍ଶନ କର।
ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କ ମଧ୍ୟରୁ
    ଜଣେ ବୋଲି ଗଣ ନାହିଁ।
ସେହି ଲୋକମାନେ ତାଙ୍କର ପଡ଼ୋଶୀମାନଙ୍କୁ “ଶାନ୍ତିର ସନ୍ଦେଶ” ଶୁଣାନ୍ତି
    କିନ୍ତୁ ହୃଦୟ ମଧ୍ୟରେ ସେମାନେ ସେହି ପଡ଼ୋଶୀମାନଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରୁଥା’ନ୍ତି।
ସଦାପ୍ରଭୁ ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ପ୍ରତି ଖରାପ ଆଚରଣ କରନ୍ତି।
    ତେଣୁ ସେମାନେ ସେମାନଙ୍କ କର୍ମାନୁରୂପ ଫଳ ପାଆନ୍ତୁ।
    ସେମାନଙ୍କୁ ଯଥାଯୋଗ୍ୟ ଫଳ ଦିଆଯାଉ।
ଦୁଷ୍ଟ ଲୋକମାନେ ସଦାପ୍ରଭୁଙ୍କ ସତ୍ୟ ଉଦ୍ଦେଶ୍ୟ ବୁଝିପାରନ୍ତି ନାହିଁ।
    ସେମାନେ ପରମେଶ୍ୱରଙ୍କ ଉତ୍ତମ କାର୍ଯ୍ୟକୁ ଦେଖି ପାରନ୍ତି ନାହିଁ।
ନା, ସେମାନେ କିଛି ବୁଝନ୍ତି ନାହିଁ।
    ସେମାନେ କେବଳ ଧ୍ୱଂସ କରିବାକୁ ଗ୍ଭହାନ୍ତି।

ସଦାପ୍ରଭୁଙ୍କର ପ୍ରଶଂସା ହେଉ,
    କାରଣ ସେ ମୋର ପ୍ରାର୍ଥନା ଦୟାଳୁ ହୋଇ ଶୁଣିଛନ୍ତି।
ସଦାପ୍ରଭୁ ହିଁ ମୋର ବଳ।
ସେ ମୋର ଢାଲ ସଦୃଶ।
    ମୁଁ ତାଙ୍କଠାରେ ବିଶ୍ୱାସ କରେ କାରଣ ସେ ମୋତେ ରକ୍ଷା କଲେ।
ମୁଁ ଅତି ଖୁସୀ।
    ମୁଁ ଆଜି ପ୍ରଶଂସାର ଗୀତ ଗାଇବି।
ସଦାପ୍ରଭୁ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି।
    ସଦାପ୍ରଭୁ ତାଙ୍କୁ ଉଦ୍ଧାର କରନ୍ତି।
    ସଦାପ୍ରଭୁ ହିଁ ତା’ର ଏକମାତ୍ର ବଳ।

ହେ ପରମେଶ୍ୱର, ତୁମ୍ଭର ଲୋକମାନଙ୍କୁ ରକ୍ଷା କର।
    ଯେଉଁମାନେ ତୁମ୍ଭ ଉପରେ ନିର୍ଭରଶୀଳ, ସେମାନଙ୍କୁ ଆଶୀର୍ବାଦ କର।
    ସେମାନଙ୍କୁ ଅନନ୍ତକାଳ ପାଇଁ ପଥ ଦେଖାଅ ଓ ସମ୍ମାନୀୟ କର।