ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 4:13-21
Odia Holy Bible: Easy-to-Read Version
13 ସେମାନେ ଯେତେବେଳେ ପିତର ଓ ଯୋହନଙ୍କର ଏପରି ସାହସ ଦେଖିଲେ ଓ ଜାଣି ପାରିଲେ ଯେ ସେମାନେ ଅଶିକ୍ଷିତ ଓ ସାଧାରଣ ଲୋକ, ସେମାନେ ବହୁତ ଆଶ୍ଚର୍ଯ୍ୟ ହେଲେ। ସେମାନେ ଏହା ମଧ୍ୟ ବୁଝି ପାରିଲେ ଯେ, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ। 14 ସେମାନେ ଦେଖିଲେ, ସେହି ଛୋଟ ଲୋକଟି ସୁସ୍ଥ ହୋଇ ପ୍ରେରିତମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ।
15 ସେମାନଙ୍କୁ ସଭାରୁ ଗ୍ଭଲିଯିବା ପାଇଁ ଆଦେଶ ଦେଲେ। ତା'ପରେ ନେତାମାନେ କ’ଣ କରିବେ, ସେ ବିଷୟରେ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ। 16 ସେମାନେ କହିଲେ, “ଏ ଲୋକମାନଙ୍କ ପ୍ରତି ଆମ୍ଭେ କ’ଣ କରିବା? ଯିରୁଶାଲମର ପ୍ରତ୍ୟେକ ଲୋକ ଜାଣିଛନ୍ତି ଯେ, ସେମାନେ ଗୋଟିଏ ଅସାଧାରଣ କାର୍ଯ୍ୟ କରିଛନ୍ତି। ଆମ୍ଭେ ଏହା ଅସ୍ୱୀକାର କରି ପାରିବା ନାହିଁ। 17 ଆମ୍ଭେ ସେମାନଙ୍କୁ ଯୀଶୁଙ୍କ ବିଷୟରେ କିଛି ନ କହିବା ପାଇଁ ଭୟ ଦେଖାଇବା। ଫଳରେ, ଲୋକମାନଙ୍କ ମଧ୍ୟରେ ଏ କଥା ଅଧିକ ବ୍ୟାପି ପାରିବ ନାହିଁ।”
18 ତେଣୁ ସେମାନେ ପ୍ରେରିତମାନଙ୍କୁ ଭିତରକୁ ଡାକିଲେ ଓ ଯୀଶୁଙ୍କ ନାମରେ କୌଣସି କଥା ବା ଉପଦେଶ ନ ଦେବା ପାଇଁ ଆଦେଶ ଦେଲେ। 19 କିନ୍ତୁ ଯୋହନ ଓ ପିତର ସେମାନଙ୍କୁ ଉତ୍ତର ଦେଲେ, “ପରମେଶ୍ୱରଙ୍କ ଆଜ୍ଞା ଅପେକ୍ଷା ତୁମ୍ଭମାନଙ୍କର ଆଜ୍ଞା ପାଳନ କରିବା ଆମ୍ଭର ଉଚିତ୍ କି ନାହିଁ, ତାହା ତୁମ୍ଭେମାନେ ବିଗ୍ଭର କର। ଆମ୍ଭେ ଯାହା ଦେଖିଛୁ ଓ ଯାହା ଶୁଣିଛୁ ତାହା ଲୋକମାନଙ୍କୁ ନ କହି ରହିପାରିବୁ ନାହିଁ।”
20-21 ସେମାନେ ପ୍ରେରିତମାନଙ୍କୁ ଦଣ୍ଡ ଦେବା ପାଇଁ ବାଟ ପାଇଲେ ନାହିଁ, କାରଣ ଲୋକେ ଏ ଘଟଣା ପାଇଁ ପରମେଶ୍ୱରଙ୍କର ଗୁଣଗାନ କରୁଥିଲେ। ତେଣୁ ସେ ସେମାନଙ୍କୁ ଆଉ ଥରେ ଭୟ ଦେଖାଇଲେ ଏବଂ ସେମାନଙ୍କୁ ମୁକ୍ତକଲେ।
Read full chapter2010 by Bible League International