Font Size
ଲୂକ ଲିଖିତ ସୁସମାଗ୍ଭର 23:44-49
Odia Holy Bible: Easy-to-Read Version
ଲୂକ ଲିଖିତ ସୁସମାଗ୍ଭର 23:44-49
Odia Holy Bible: Easy-to-Read Version
ଯୀଶୁଙ୍କ ପ୍ରାଣତ୍ୟାଗ
(ମାଥିଉ 27:45-56; ମାର୍କ 15:33-41; ଯୋହନ 19:28-30)
44 ସେତେବେଳେ ପ୍ରାୟ ଦିନ ଦ୍ୱିପ୍ରହର ହୋଇଥିଲା। କିନ୍ତୁ ଅପରାହ୍ନ ତିନିଟା ପର୍ଯ୍ୟନ୍ତ ସମଗ୍ର ଅଞ୍ଚଳ ଅନ୍ଧକାରମୟ ହୋଇଗଲା। 45 ସୂର୍ଯ୍ୟ ଦେଖାଯାଉ ନ ଥିଲା। ମନ୍ଦିରର ପରଦା ଦୁଇଖଣ୍ଡ ହୋଇ ଚିରିଗଲା। 46 ଯୀଶୁ ପାଟିକରି କହିଲେ, “ହେ ପରମପିତା, ମୁଁ ମୋର ଆତ୍ମା ତୁମ୍ଭକୁ ଦେଉଛି।” ଏହା କହିବା ପରେ ଯୀଶୁ ପ୍ରାଣ ତ୍ୟାଗ କଲେ।
47 ସେନାଧ୍ୟକ୍ଷ ସେଠାରେ ଯାହା ଘଟିଲା, ଦେଖିଲେ। ସେ ଏହି କଥା କହି ପରମେଶ୍ୱରଙ୍କୁ ପ୍ରଶଂସା କଲେ, “ମୁଁ ଜାଣେ ଯେ, ଏହି ମନୁଷ୍ୟ ଜଣେ ଉତ୍ତମ ବ୍ୟକ୍ତି ଥିଲେ!”
48 ଅନେକ ଲୋକ ଏହି ଘଟଣା ଦେଖିବାକୁ ନଗରରୁ ବାହାରି ଆସିଥିଲେ। ଏସବୁ ଦେଖି ସେମାନେ ଅତ୍ୟନ୍ତ ଦୁଃଖ ପ୍ରକାଶ କଲେ ଏବଂ ଶେଷରେ ସେମାନେ ଫେରିଗଲେ। 49 ଯୀଶୁଙ୍କର ଅନ୍ତରଙ୍ଗ ବନ୍ଧୁମାନେ ସେଠାରେ ଉପସ୍ଥିତ ଥିଲେ। ତା'ଛଡ଼ା ଯୀଶୁଙ୍କୁ ଗାଲିଲୀରୁ ଅନୁସରଣ କରି ଆସିଥିବା ଅନେକ ସ୍ତ୍ରୀ ଲୋକ ସେଠାରେ ଥିଲେ। ସେମାନେ କ୍ରୁଶଠାରୁ ଦୂରରେ ଠିଆ ହୋଇ ଏସବୁ ଦେଖୁଥିଲେ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International