Add parallel Print Page Options

ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କରନ୍ତି

27 ଯୀଶୁ ସେହି ସ୍ଥାନ ଛାଡ଼ି ଯାଉଥିବା ସମୟରେ ଦୁଇଜଣ ଅନ୍ଧ ଲୋକ ତାହାଙ୍କୁ ଅନୁସରଣ କଲେ। ସେମାନେ ପାଟି କରି କହୁଥିଲେ, “ହେ ଦାଉଦଙ୍କ ପୁତ୍ର,[a] ଆମ୍ଭମାନଙ୍କୁ ଦୟା କର।”

28 ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ୟ ତାହାଙ୍କ ସଙ୍ଗରେ ଗଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ବିଶ୍ୱାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି?” ସେମାନେ ଉତ୍ତର ଦେଲେ, “ହଁ, ପ୍ରଭୁ”।

29 ତା'ପରେ ଯୀଶୁ ସେମାନଙ୍କ ଆଖିକୁ ଛୁଇଁଲେ। ସେ କହିଲେ, “ତୁମ୍ଭେ ଯେପରି ବିଶ୍ୱାସ କରିଅଛ, ତୁମ୍ଭ ପ୍ରତି ସେହିପରି ହେଉ।” 30 ତା'ପରେ ଅନ୍ଧ ଦୁଇଜଣ ଦେଖିବାକୁ ପାଇଲେ। ଯୀଶୁ ସେମାନଙ୍କୁ ଦୃଢ଼ ଭାବରେ ଚେତାବନୀ ଦେଇ କହିଲେ, “ଏ ବିଷୟ ଅନ୍ୟକୁ କହିବ ନାହିଁ।”

Read full chapter

Footnotes

  1. ମାଥିଉ ଲିଖିତ ସୁସମାଗ୍ଭର 9:27 ଦାଉଦଙ୍କ ପୁତ୍ର ଦାଉଦଙ୍କ ବଂଶଧର। ଦାଉଦ ଇସ୍ରାଏଲର ରାଜା ଥିଲେ।