ଗୀତସଂହିତା 119:145-176
Odia Holy Bible: Easy-to-Read Version
କଫ
145 ହେ ସଦାପ୍ରଭୁ, ମୁଁ ହୃଦୟ ସହକାରେ ତୁମ୍ଭକୁ ପ୍ରାର୍ଥନା କରେ।
ମୋତେ ଉତ୍ତର ଦିଅ! ମୁଁ ତୁମ୍ଭର ନିୟମସବୁ ଅନୁସରଣ କରିବି।
146 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଉଛି,
ମୋତେ ରକ୍ଷା କର, ଏବଂ ମୁଁ ତୁମ୍ଭର ବାକ୍ୟ ଅନୁସରଣ କରିବି।
147 ମୁଁ ପ୍ରଭାତରୁ ଉଠିଲି ଏବଂ ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
148 ମୁଁ ତୁମ୍ଭର ପ୍ରତିଜ୍ଞା ଧ୍ୟାନ କରିବା ପାଇଁ
ରାତ୍ରି ଉଜାଗର ରହିଲି।
149 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସହକାରେ ମୋର ପ୍ରାର୍ଥନା ଶୁଣ।
ତୁମ୍ଭ ଶାସନ ଦ୍ୱାରା ମୋତେ ବଞ୍ଚିବାକୁ ଦିଅ।
150 ମନ୍ଦ ଯୋଜନା ସହିତ ଲୋକମାନେ ମୋତେ ଆକ୍ରମଣ କରିବା ପାଇଁ ମୋ’ ପାଖକୁ ଆସନ୍ତି।
ସେମାନେ ତୁମ୍ଭର ଶିକ୍ଷାଠାରୁ ବହୁ ଦୂରରେ।
151 ହେ ସଦାପ୍ରଭୁ, ତୁମ୍ଭେ ମୋର ନିକଟବର୍ତ୍ତୀ।
ତୁମ୍ଭର ଆଦେଶ ସକଳ ଭରସା ଯୋଗ୍ୟ।
152 ବହୁତ ଦିନ ପୂର୍ବରୁ ମୁଁ ଜାଣେ ଯେ, ତୁମ୍ଭର ଶାସନ ଅଛି।
ମୁଁ ଜାଣେ ଯେ, ତୁମ୍ଭେ ସେମାନଙ୍କୁ ଅନନ୍ତକାଳ ପାଇଁ ଶେଷ କରିପକାଇଲ।
ରେଶ୍
153 ହେ ସଦାପ୍ରଭୁ, ମୋର ଯନ୍ତ୍ରଣାକୁ ଦେଖ ଓ ମୋତେ ଉଦ୍ଧାର କର।
କାରଣ ମୁଁ ତୁମ୍ଭର ଶିକ୍ଷାମାନ ଭୁଲି ନାହିଁ।
154 ହେ ସଦାପ୍ରଭୁ, ତୁମ୍ଭେ ମୋ’ ପାଇଁ ନିଷ୍ପତ୍ତି କର ଏବଂ ମୋତେ ରକ୍ଷା କର।
ତୁମ୍ଭର ପ୍ରତିଜ୍ଞାନୁସାରେ ମୋତେ ବଞ୍ଚିବାକୁ ଦିଅ।
155 ଦୁଷ୍ଟଗଣ କେବେ ବିଜୟୀ ହେବେ ନାହିଁ।
କାରଣ ସେମାନେ ତୁମ୍ଭର ବ୍ୟବସ୍ଥା ଅନୁସରଣ କରନ୍ତି ନାହିଁ।
156 ହେ ସଦାପ୍ରଭୁ, ତୁମ୍ଭେ ମହାନ ଦୟାଳୁ।
ତୁମ୍ଭର ଶାସନ ନିୟମାନୁସାରେ କାମ କର ଓ ମୋତେ ବଞ୍ଚିବାକୁ ଦିଅ।
157 ମୋତେ କଷ୍ଟ ଦେବାକୁ ଚେଷ୍ଟା କରନ୍ତି, ସେହିପରି ମୋର ବହୁତ ଶତ୍ରୁ ଅଛନ୍ତି,
କିନ୍ତୁ ମୁଁ ତୁମ୍ଭର ବାକ୍ୟରୁ ବିଚ୍ୟୁତ ହୋଇ ନାହିଁ।
158 ମୁଁ ବିଶ୍ୱାସଘାତକମାନଙ୍କୁ ଦେଖେ।
ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।
ମୁଁ ସେମାନଙ୍କୁ ଘୃଣାକରେ।
159 ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶସବୁ ପାଳନ କରିବା ପାଇଁ କଠିନ ଚେଷ୍ଟା କରୁଛି।
ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋତେ ବଞ୍ଚିବାକୁ ଦିଅ।
160 ଆରମ୍ଭରୁ ତୁମ୍ଭର ସମୁଦାୟ ବାକ୍ୟ ଭରସା ଯୋଗ୍ୟ
ଓ ତୁମ୍ଭର ସବୁ ଧର୍ମମୟ ବ୍ୟବସ୍ଥା ନିତ୍ୟସ୍ଥାୟୀ ପାଇଁ ସୁନ୍ଦର ହୋଇ ରହିବ।
ଶିନ୍
161 ସଦାପ୍ରଭୁ ଶକ୍ତିଶାଳୀ ଅଧିପତିମାନେ ବିନା କାରଣରେ ମୋତେ ଆକ୍ରମଣ କରନ୍ତି।
କିନ୍ତୁ ମୁଁ କେବଳ ତୁମ୍ଭର ବାକ୍ୟକୁ ଭୟ ଓ ସମ୍ମାନ କରେ।
162 ତୁମ୍ଭର ପ୍ରତିଜ୍ଞା ମୋତେ ଆନନ୍ଦ ଦିଏ,
ଯେପରି ଜଣେ ବ୍ୟକ୍ତି ବହୁତ ଲୁଟ୍ ଧନ ପାଇବା ପରେ ଖୁସୀ ହୁଏ।
163 ମୁଁ ମିଥ୍ୟାକୁ ଘୃଣା କରେ ଓ ଏହାକୁ ଅଶ୍ରଦ୍ଧା କରେ।
ମାତ୍ର ମୁଁ ତୁମ୍ଭ ଶିକ୍ଷାସବୁ ସ୍ନେହ କରେ।
164 ତୁମ୍ଭର ଯଥାର୍ଥ ବିଗ୍ଭର ପାଇଁ,
ମୁଁ ଦିନରେ ସାତଥର ତୁମ୍ଭର ପ୍ରଶଂସା କରେ।
165 ଯେଉଁ ବ୍ୟକ୍ତି ତୁମ୍ଭର ଶିକ୍ଷାକୁ ଭଲ ପାଏ, ସେ ଶାନ୍ତି ପାଇବ।
ତାକୁ କୌଣସି ବସ୍ତୁ ପକେଇ ପାରିବ ନାହିଁ।
166 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ ଅଛି, ମୋତେ ରକ୍ଷା କର।
ମୁଁ ତୁମ୍ଭର ଆଦେଶସବୁ ପାଳନ କଲି।
167 ମୁଁ ତୁମ୍ଭର ବାକ୍ୟକୁ ଅନୁସରଣ କରିଅଛି।
ଏବଂ ସେଗୁଡ଼ିକୁ ବହୁଳ ପରିମାଣରେ ଭଲ ପାଏ।
168 ମୁଁ ତୁମ୍ଭର ନିୟମ ଓ ନିର୍ଦ୍ଦେଶ ପାଳନ କରିଅଛି।
ତୁମ୍ଭେ ସବୁ ଜାଣ, ଯାହା ମୁଁ କରିଅଛି।
ତୌ
169 ହେ ସଦାପ୍ରଭୁ, ମୋର ସାହାଯ୍ୟ ପାଇଁ କାକୂକ୍ତି ଶୁଣ।
ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ବୁଦ୍ଧିମାନ କର।
170 ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣ।
ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ରକ୍ଷା କର।
171 ମୁଁ ତୁମ୍ଭର ପ୍ରଶଂସା ଗାନ କରିବି।
କାରଣ ତୁମ୍ଭେ ଆପଣା ବ୍ୟବସ୍ଥାମାନ ମୋତେ ଶିଖାଇଅଛ।
172 ସଦାପ୍ରଭୁ, ମୁଁ ତୁମ୍ଭର ପ୍ରତିଜ୍ଞା ବିଷୟରେ ଗାନ କରିବି।
କାରଣ ତୁମ୍ଭର ବ୍ୟବସ୍ଥାମାନ ଉତ୍ତମ।
173 ତୁମ୍ଭର ନିର୍ଦ୍ଦେଶ ଗୁଡ଼ିକୁ ମାନିବା ପାଇଁ ମୁଁ ମନୋନୀତ କରିଅଛି।
ତେଣୁ ମୋର ସାହାଯ୍ୟ ପାଇଁ ବାହାରି ଆସ।
174 ହେ ସଦାପ୍ରଭୁ, ମୁଁ ଗ୍ଭହେଁ ତୁମ୍ଭେ ମୋତେ ରକ୍ଷା କର।
ତୁମ୍ଭର ଶିକ୍ଷାସବୁ ମୋତେ ଉଲ୍ଲାସ ପ୍ରଦାନ କରେ।
175 ମୋତେ ବଞ୍ଚିବାକୁ ଦିଅ, ଯେପରିକି ମୁଁ ତୁମ୍ଭକୁ ପ୍ରଶଂସା କରିପାରେ।
ତୁମ୍ଭର ବ୍ୟବସ୍ଥା ମୋର ସହାୟ ହେଉ।
176 ମୁଁ ହଜି ଯାଇଥିବା ମେଷପରି, ଏଣେତେଣେ ବୁଲୁଅଛି,
ହେ ସଦାପ୍ରଭୁ, ଆପଣା ଦାସକୁ ଖୋଜ।
କାରଣ ମୁଁ ତୁମ୍ଭର ଆଜ୍ଞା ସକଳ ପାଶୋରି ନାହିଁ।
2010 by Bible League International