Add parallel Print Page Options

28 ଠିକ୍ ସେହିଭଳି ପତିମାନେ ନିଜ-ନିଜ ପତ୍ନୀଙ୍କୁ ପ୍ରେମ କରିବା କଥା। ନିଜ ଶରୀରକୁ ପ୍ରେମ କରିଲା ଭଳି ପ୍ରେମ କରିବା କଥା। ଯେଉଁ ଲୋକ ନିଜ ପତ୍ନୀକୁ ପ୍ରେମ କରେ, ସେ ନିଜ ଶରୀରକୁ ପ୍ରେମ କରେ। 29 କୌଣସି ଲୋକ ନିଜ ଶରୀରକୁ କେବେ ହେଲେ ଘୃଣା କରେ ନାହିଁ। ପ୍ରତ୍ୟେକ ଲୋକ ନିଜର ଶରୀର ପାଇଁ ଖାଦ୍ୟ ଖାଏ ଓ ଶରୀରର ଯତ୍ନ ନିଏ। ଠିକ୍ ଏହି କଥା ଖ୍ରୀଷ୍ଟ ମଣ୍ଡଳୀ ପାଇଁ ମଧ୍ୟ କରନ୍ତି। 30 କାରଣ ଆମ୍ଭେ ହେଉଛୁ ତାହାଙ୍କ ଶରୀରର ଅଂଶ। 31 ଶାସ୍ତ୍ର କୁହେ: “ଅତଏବ ଜଣେ ମନୁଷ୍ୟ ନିଜ ପିତା ଓ ମାତାକୁ ଛାଡ଼ି ତା ପତ୍ନୀ ସହିତ ସଂଲଗ୍ନ ହୁଏ। ଓ ସେ ଦୁଇଜଣ ଏକ ହୋଇ ଯାଆନ୍ତି।”(A) 32 ଏହି ସତ୍ୟଟି ଅତି ମହତ୍ତ୍ୱପୂର୍ଣ୍ଣ। ଖ୍ରୀଷ୍ଟ ଓ ମଣ୍ଡଳୀ ବିଷୟରେ ମୁଁ ଏହା କହୁଅଛି। 33 ଯାହା ହେଉନା କାହିଁକି, ତୁମ୍ଭ ଭିତରୁ ପ୍ରତ୍ୟେକ ଜଣ ନିଜକୁ ଭଲ ପାଇଲା ଭଳି ନିଜ ପତ୍ନୀକୁ ଭଲ ପାଇବା ଉଚିତ୍ ଓ ପ୍ରତ୍ୟେକ ପତ୍ନୀ ନିଜର ପତିକୁ ସମ୍ମାନ କରିବା ଉଚିତ୍।

Read full chapter