Añadir traducción en paralelo Imprimir Opciones de la página

ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଲିଖିତ ଗୀତ।

11 ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରୟ ନିଏ।
    ତେଣୁ କାହିଁକି ମୋତେ ଲୁଚିବାକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”

ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି।
ସେମାନେ ଅନ୍ଧାରରେ ଲୁଚି ରହନ୍ତି।
    ସେମାନେ ଧନୁରେ ଗୁଣ ଚଢ଼ାନ୍ତି।
    ସେମାନେ ତୀର ଦ୍ୱାରା ଲକ୍ଷ୍ୟ ସ୍ଥିର କରନ୍ତି ଏବଂ ସେମାନେ ସିଧା ସାଧୁ ଓ ଉତ୍ତମ ବ୍ୟକ୍ତିର ହୃଦୟକୁ ଶରବିଦ୍ଧ କରନ୍ତି।
ଯଦି ସେମାନେ ସବୁ ଉତ୍ତମ କାର୍ଯ୍ୟକୁ ନଷ୍ଟ କରନ୍ତି।
    ତେବେ କ’ଣ ଘଟିବ? ତା’ପରେ ସବୁ ଧର୍ମାତ୍ମାମାନେ କ’ଣ କରି ପାରିବେ?

ସଦାପ୍ରଭୁ ତାହଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି।
    ସଦାପ୍ରଭୁଙ୍କ ସିଂହାସନ ସ୍ୱର୍ଗରେ,
ସେ ସେହିଠାରୁ ଯାହାସବୁ ଘଟୁଛି ସମସ୍ତ ବିଷୟ ଦେଖନ୍ତି।
    ସଦାପ୍ରଭୁ ମନୁଷ୍ୟକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଗ୍ଭର କରନ୍ତି।
ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି।
    କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ୟାଖ୍ୟାନ କରନ୍ତି।
ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି।
    ସେହି ଦୁଷ୍ଟ ଲୋକମାନେ ଶେଷରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ୱଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।
କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଗ୍ଭଲନ୍ତି ଓ ପ୍ରେମ କରନ୍ତି,
    ସେହିମାନେ ହିଁ ତାଙ୍କର ମୁଖ ଦର୍ଶନ କରି ପାରିବେ।