Añadir traducción en paralelo Imprimir Opciones de la página

ପ୍ରଧାନ ବାଦ୍ୟକର ନିମନ୍ତେ ଶମୀନୀତ୍ ସ୍ୱରରେ ଦାଉଦଙ୍କର ଗୀତ।

12 ହେ ସଦାପ୍ରଭୁ, ମୋତେ ଉଦ୍ଧାର କର,
    କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି।
    ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ୱାସୀ ଲୋକର ହ୍ରାସ ହେଉଛି।
ଲୋକମାନେ ନିଜ ପଡ଼ୋଶୀ ସହିତ ମିଥ୍ୟା କହନ୍ତି।
    ପ୍ରତ୍ୟେକ ମଣିଷ ଆଜି ଗ୍ଭଟୁକାର ସାଜି ପଡ଼ୋଶୀମାନଙ୍କୁ ମିଥ୍ୟା କଥାରେ ଭୁଲାଇ କହନ୍ତି।
ସଦାପ୍ରଭୁ ସେମାନଙ୍କର ଓଷ୍ଠ ବନ୍ଦ କରିବେ, ଯିଏ ମିଥ୍ୟା ବାକ୍ୟ ଉଚ୍ଚାରଣ କରେ।
    ସଦାପ୍ରଭୁ ସେମାନଙ୍କର ଜିହ୍ୱା ବନ୍ଦ କରିବେ, ଯିଏ ଗର୍ବର କାହାଣୀ ପ୍ରକାଶ କରେ।
ସେହି ଲୋକମାନେ କହନ୍ତି, “ଆମ୍ଭେମାନେ ଏହିପରି ମିଥ୍ୟା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ୟ ବିସ୍ତାର କରିବୁ।
ଆମ୍ଭେ ଜାଣୁ ଆମ୍ଭକୁ କ’ଣ କହିବାକୁ ପଡ଼ିବ।
    ଯାହା ଫଳରେ କେହି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।”

କିନ୍ତୁ ସଦାପ୍ରଭୁ କହନ୍ତି,
    “ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଗ୍ଭେରାଇ ନିଅନ୍ତି।
ସେମାନେ ଅସହାୟ ଲୋକଙ୍କଠାରୁ ଜିନିଷ ନେଇଯାଆନ୍ତି।
    କିନ୍ତୁ ମୁଁ ସେମାନଙ୍କ ଉଦ୍ଦେଶ୍ୟ ସଫଳ ହେବାକୁ ଦେବି ନାହିଁ ଓ ମୁଁ ସେହି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।”

ଦାପ୍ରଭୁଙ୍କର ବାକ୍ୟସବୁ ସତ୍ୟ ଓ ନିର୍ମଳ।
    ଯାହାକି ଗରମ ନିଆଁରେ ତରଳା ଯାଉଥିବା ରୂପା ପରି ସେଗୁଡ଼ିକୁ ସାତଥର ତରଳା ଯାଇଥିବା ରୂପା ପରି ଶୁଦ୍ଧ।

ହେ ସଦାପ୍ରଭୁ, ସେହି ଅସହାୟ ଲୋକମାନଙ୍କର ଯତ୍ନ ନିଅ।
    ସେମାନଙ୍କୁ ବର୍ତ୍ତମାନ ଓ ସବୁଦିନ ପାଇଁ ରକ୍ଷା କର।
ସେହି ଦୁଷ୍ଟ ଲୋକମାନେ ଯଦିଓ ପ୍ରାଧାନ୍ୟ ବିସ୍ତାର କରନ୍ତି, କିନ୍ତୁ ପ୍ରକୃତରେ ସେମାନେ ଦେଖିବାକୁ ସୁନ୍ଦର ଗହଣା ପରି।
    ଏହା ବହୁମୂଲ୍ୟ ଭଳି ଜଣା ପଡ଼ିଲେ ବି ପ୍ରକୃତରେ ଏହା ଅତି ଶସ୍ତା ଅଟେ।