Añadir traducción en paralelo Imprimir Opciones de la página

ଦାଉଦଙ୍କର ଏକ ମନ୍ଦିର ଆରୋହଣ ଗୀତ।

126 ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି।
    ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା।
ଆମ୍ଭେମାନେ ଖୁସୀରେ ପୂର୍ଣ୍ଣ ହୋଇଥିଲୁ ଏବଂ ଖୁସୀରେ ଗୀତ ଗାଇଲୁ।
    ଅନ୍ୟ ଜାତିର ଲୋକମାନେ କହିଲେ,
    “ସଦାପ୍ରଭୁ ସେମାନଙ୍କ ପାଇଁ ମହତ କର୍ମ କଲେ।”
ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ,
    ତହିଁରେ ଆମ୍ଭେମାନେ ଖୁସୀ ଅଟୁ।

ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର,
    ଯେପରି ମରୁଭୂମିରେ ଝରଣାରୁ ଜଳସ୍ରୋତ ବହେ।
ଜଣେ ଲୋକ ବିହନ ବୁଣିବା ସମୟରେ ଦୁଃଖ ପାଇଥାଏ,
    କିନ୍ତୁ ସେ ଅମଳ ସମୟରେ ବହୁତ ଖୁସୀ ହୁଏ।
ଯଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷେତକୁ ନେଇଯାଏ,
    ତଥାପି ସେ ଅମଳ ଘରକୁ ଆଣିବା ସମୟରେ ଖୁସୀ ହୁଏ।