Add parallel Print Page Options

33 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
    ପରମେଶ୍ୱରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।
ବୀଣା ବାଦ୍ୟ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
    ଦଶ-ତାର ବାଦ୍ୟରେ ତାଙ୍କର ପ୍ରଶଂସା ଗାନ କର।
ତାଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଶୁଣାଅ।
    ସୁନ୍ଦର ସ୍ୱରରେ ମନୋହର ବାଦ୍ୟରେ ଏକ ଗୀତ ରଚନା କର।
ପରମେଶ୍ୱରଙ୍କ ବାକ୍ୟ ସତ୍ୟ ଅଟେ।
    ତାଙ୍କର ସମସ୍ତ କାର୍ଯ୍ୟକୁ ତୁମ୍ଭେ ବିଶ୍ୱାସ କରିପାର।
ପରମେଶ୍ୱର ସବୁ ପ୍ରକାର ନ୍ୟାୟ ବିଗ୍ଭର ଓ ଉତ୍ତମ କାର୍ଯ୍ୟକୁ ଭଲ ପାଆନ୍ତି।
    ପୃଥିବୀ ସଦାପ୍ରଭୁଙ୍କ ପ୍ରକୃତ କରୁଣାରେ ପରିପୂର୍ଣ୍ଣ।
ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା।
    ପରମେଶ୍ୱରଙ୍କ ନିଶ୍ୱାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।
ପରମେଶ୍ୱର ସମୁଦ୍ରରୁ ଜଳ ଆଣି ଗୋଟିଏ ସ୍ଥାନରେ ଏକତ୍ରିତ କଲେ।
    ସେ ସମୁଦ୍ରକୁ ତା ସ୍ଥାନରେ ରଖି ଦେଲେ।
ଏ ପୃଥିବୀର ପ୍ରତ୍ୟେକ ବ୍ୟକ୍ତି ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍।
    ଏ ପୃଥିବୀର ସମସ୍ତ ଲୋକ ତାଙ୍କୁ ଭୟ କରିବା ଉଚିତ୍।
କାରଣ ପରମେଶ୍ୱରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା
    ଯଦି ସେ କାହାରିକୁ ଗ୍ଭଲୁରଖିବା ପାଇଁ ଗ୍ଭହାନ୍ତି ତେବେ ଗ୍ଭଲୁରଖି ପାରିବେ।
10 ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ୟର୍ଥ କରି ପାରନ୍ତି।
    ସେ ସେମାନଙ୍କ ସମସ୍ତ ଯୋଜନାକୁ ବ୍ୟର୍ଥ କରି ପାରନ୍ତି।
11 କିନ୍ତୁ ସଦାପ୍ରଭୁଙ୍କ ଉପଦେଶ ଚିରଦିନ ମଙ୍ଗଳମୟ
    ତାଙ୍କର ସଂକଳ୍ପ ସବୁ ଚିରକାଳ ଲାଗି ବଂଶାନୁକ୍ରମେ ଥାଏ।
12 ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସେମାନେ ସମସ୍ତେ ଭାଗ୍ୟଶାଳୀ ଅଟନ୍ତି।
    କାରଣ ପରମେଶ୍ୱର ସେମାନଙ୍କୁ ସ୍ୱତନ୍ତ୍ର ଭାବରେ ବିବେଚନା କରନ୍ତି।
13 ସଦାପ୍ରଭୁ ସ୍ୱର୍ଗରୁ ଥାଇ ସବୁ ଲୋକଙ୍କ ଉପରେ
    ଦୃଷ୍ଟିପାତ କରନ୍ତି।
14 ସେ ତାଙ୍କର ଉଚ୍ଚ ସିଂହାସନରୁ ଏ ପୃଥିବୀରେ ବାସ କରୁଥିବା ସବୁ ଜୀବନ୍ତ ପ୍ରାଣୀଙ୍କୁ
    ନିରୀକ୍ଷଣ କରନ୍ତି।
15 ପରମେଶ୍ୱର ସମସ୍ତ ମନୁଷ୍ୟମାନଙ୍କ ହୃଦୟକୁ ତିଆରି କରିଛନ୍ତି।
    ତେଣୁ ପରମେଶ୍ୱର ଜାଣନ୍ତି ପ୍ରତ୍ୟେକ ମନୁଷ୍ୟ କ’ଣ ଚିନ୍ତା କରୁଥାଏ।
16 ଜଣେ ରାଜା ନିଜର ଶକ୍ତିଦ୍ୱାରା ସୁରକ୍ଷିତ ହୁଏ ନାହିଁ।
    ଜଣେ ଶକ୍ତିଶାଳୀ ସୈନିକ କେବଳ ତା’ର ନିଜର ବଳ ଉପରେ ନିର୍ଭର କରି ଉଦ୍ଧାର ପାଏ ନାହିଁ।
17 ଅଶ୍ୱମାନେ କେବଳ ଯୁଦ୍ଧରେ ବିଜୟୀ କରାନ୍ତି ନାହିଁ।
    ସେମାନଙ୍କର ଶକ୍ତି କେବଳ ତୁମ୍ଭକୁ ପ୍ରକୃତରେ ଉଦ୍ଧାର କରିବାକୁ ସମର୍ଥ ହେବ ନାହିଁ।
18 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ୱର ସେମାନଙ୍କର ଯତ୍ନ ନିଅନ୍ତି ଓ ସେମାନଙ୍କ ଉପରେ ଦୃଷ୍ଟି ରଖନ୍ତି।
    ଯେଉଁମାନେ ତାଙ୍କର ଉପାସନା କରନ୍ତି, ସେହିମାନେ ତାଙ୍କର ସ୍ୱର୍ଗୀୟ କରୁଣାରେ ରକ୍ଷା ପାଆନ୍ତି।
19 ପ୍ରଭୁ ସେହି ଲୋକମାନଙ୍କୁ ମୃତ୍ୟୁ ମୁଖରୁ ରକ୍ଷା କରନ୍ତି।
ସେ ସେମାନଙ୍କୁ ଶକ୍ତି ପ୍ରଦାନ କରନ୍ତି।
    ଯେତେବେଳେ ସେମାନେ ଅତ୍ୟନ୍ତ ଭୋକିଲା ଥା’ନ୍ତି।
20 ତେଣୁ ଆମ୍ଭେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବା।
    ସେ ଆମ୍ଭକୁ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
21 ପରମେଶ୍ୱର ଆମ୍ଭକୁ ଆନନ୍ଦ ପ୍ରଦାନ କରନ୍ତି।
    ଆମ୍ଭେ ପ୍ରକୃତରେ ତାଙ୍କର ସେହି ପବିତ୍ର ନାମରେ ଭରସା କରିବା।
22 ହେ ସଦାପ୍ରଭୁ, ଆମ୍ଭେ ପ୍ରକୃତରେ ତୁମ୍ଭକୁ ଉପାସନା କରୁଛୁ।
    ତେଣୁ ତୁମ୍ଭର କୃପା ଦୃଷ୍ଟି ଓ ଦୟା ଆମ୍ଭମାନଙ୍କ ପ୍ରତି ରହିଥାଉ।