ମାର୍କ ଲିଖିତ ସୁସମାଗ୍ଭର 14:3-9
Odia Holy Bible: Easy-to-Read Version
ଏକ ସ୍ତ୍ରୀର ବିଶେଷ କାର୍ଯ୍ୟ
(ମାଥିଉ 26:6-13; ଯୋହନ 12:1-8)
3 ଯୀଶୁ ବେଥନୀୟାରେ କୁଷ୍ଠରୋଗୀ ଶିମୋନଙ୍କ ଘରେ ଖାଇବାକୁ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ତାହାଙ୍କ ପାଖକୁ ଆସିଲା। ସେ ଗୋଟିଏ ଧଳା, ଚିକ୍କଣ ସ୍ଫଟିକ ସିଲଖଡ଼ି ପାତ୍ରରେ ବହୁମୂଲ୍ୟ ଅତର ଭର୍ତ୍ତି କରି ଆଣିଥିଲା। ସେ ଅତର ଖାଣ୍ଟି ଜଟାମାଂସରୁ ତିଆରି ହୋଇଥିଲା। ସ୍ତ୍ରୀ ଲୋକଟି ପାତ୍ରଟି ଖୋଲିଦେଇ ସବୁତକ ଅତର ଯୀଶୁଙ୍କ ମୁଣ୍ଡରେ ଢାଳି ଦେଲା।
4 ଏହା ଦେଖି ସେଠାରେ ଉପସ୍ଥିତ ଥିବା କେତେକ ଲୋକ ଖୁବ୍ ବିରକ୍ତ ହେଲେ ଓ ପରସ୍ପର କୁହାକୁହି ହେଲେ, “ଅତରକୁ ଏଭଳି କାହିଁକି ନଷ୍ଟ କରାଗଲା? 5 ଏହି ଅତରତକ ଜଣକର ସାରା ବର୍ଷର ପରିଶ୍ରମର ମୂଲ୍ୟ ସଙ୍ଗେ ସମାନ। ଏହା ବିକା ଯାଇ ପାରିଥା’ନ୍ତା ଏବଂ ତହିଁର ଅର୍ଥ ଗରିବ ଲୋକମାନଙ୍କୁ ବଣ୍ଟା ଯାଇ ପାରିଥା’ନ୍ତା।” ତେଣୁ ସେମାନେ ସ୍ତ୍ରୀଲୋକଟିକୁ ଦୃଢ଼ ଭାବରେ ସମାଲୋଚନା କରିବାକୁ ଲାଗିଲେ।
6 ଯୀଶୁ କହିଲେ, “ସେହି ସ୍ତ୍ରୀ ଲୋକଟିକୁ ହଇରାଣ କର ନାହିଁ। ତାକୁ ଛାଡ଼ିଦିଅ। ସେ ମୋ’ ପାଇଁ ଗୋଟିଏ ବହୁତ ଭଲ କାମ କରିଛି। 7 କାରଣ ଗରିବମାନେ ତ ସବୁବେଳେ ତୁମ୍ଭ ପାଖରେ ରହିବେ। ତୁମ୍ଭେ ଯେତେବେଳେ ଗ୍ଭହିଁବ, ସେମାନଙ୍କୁ ସାହାଯ୍ୟ କରି ପାରିବ। କିନ୍ତୁ ତୁମ୍ଭେମାନେ ମୋତେ ସଦାବେଳେ ପାଇବ ନାହିଁ। 8 “ଏ ସ୍ତ୍ରୀ ଲୋକଟି ମୋ’ ପାଇଁ ଯାହା କରି ପାରିବାର ଶକ୍ତି ଥିଲା, ସେ ସେତକ କରିଛି। ସମାଧି ନିମନ୍ତେ ମୋ’ ଦେହକୁ ପ୍ରସ୍ତୁତ କରିବା ପାଇଁ ସେ ମୋ’ ଦେହରେ ମୋର ମୃତ୍ୟୁ ପୂର୍ବରୁ ଅତର ଢାଳିଛି। 9 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ସାରା ସଂସାରରେ ଲୋକମାନଙ୍କ ମଧ୍ୟରେ ସୁସମାଗ୍ଭର ପ୍ରଗ୍ଭର କରାଯିବ। ଯେଉଁ ଯେଉଁ ସ୍ଥାନରେ ସୁସମାଗ୍ଭର ପ୍ରଗ୍ଭରିତ ହେବ, ସେହି ସେହି ସ୍ଥାନରେ ଏହି ସ୍ତ୍ରୀ ଲୋକଟିର ଏହି କାର୍ଯ୍ୟ ବିଷୟରେ କୁହାଯିବ। ଲୋକମାନେ ତାହାକୁ ମନେ ପକେଇବେ।”
Read full chapter2010 by Bible League International