Add parallel Print Page Options

ଅଶୂର ଶୀଘ୍ର ଆସିବେ

ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ବୃହତ ଫଳକ ନେଇ ଏକ ସ୍ୱତନ୍ତ୍ର ଲେଖନୀ ସାହାଯ୍ୟରେ ତା’ଉପରେ ଏହି କଥାସବୁ ଲେଖ। ତାହା ହେଉଛି, ‘ମହେର-ଶାଲଲ-ହାଶ୍-ବସ୍।’ ଏହାର ଅର୍ଥ ହେଉଛି, ‘ଖୁବ୍ ଶୀଘ୍ର ଲୁଣ୍ଠନ ଓ ଗ୍ଭେରି ହେବ।’”

ବିଶ୍ୱସ୍ତ ସାକ୍ଷୀ ହେବାକୁ ମୁଁ କେତେକ ଲୋକ ସଂଗ୍ରହ କଲି। ସେହି ବିଶ୍ୱସ୍ତ ସାକ୍ଷୀ ହେବେ ଉରିୟ ଯାଜକ ଓ ଯିବୋରିଖିୟର ପୁତ୍ର ସଖରିଅ। ଏହି ଲୋକମାନେ ସେହି ବାକ୍ୟ ଲେଖିବାକୁ ଲକ୍ଷ୍ୟ କଲେ। ତା’ପରେ ମୁଁ ଭବିଷ୍ୟ‌ଦ୍‌ବକ୍ତ୍ରୀଙ୍କ ନିକଟକୁ ଗଲି। ସେ ଗର୍ଭବତୀ ଥିଲେ ଓ ଏକ ପୁତ୍ର ପ୍ରସବ କଲେ। ତା’ପରେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲ-ହାଶ୍-ବସ୍ ରଖ।” ଏ ନାମ କାହିଁକି ରଖାଯିବ। କାରଣ ବାଳକଟି “ପିତାମାତା” ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବରୁ ପରମେଶ୍ୱର ସମସ୍ତ ଧନ ସମ୍ପଦ ଦମ୍ମେଶକରୁ ଓ ଶମରିୟାରୁ ନେଇଯାଇଥିବେ ଏବଂ ସେ ସମସ୍ତ ଧନକୁ ଅଶୂର ରାଜାଙ୍କୁ ଦେଇ ଦେବେ।’

ପୁନର୍ବାର ସଦାପ୍ରଭୁ ମୋତେ କହିଲେ। ମୋର ପ୍ରଭୁ କହିଲେ, “ଏହି ଲୋକମାନେ ଶୀଲୋହର ଧୀରସ୍ରୋତକୁ ଅଗ୍ରାହ୍ୟ କରି ରତ୍ସୀନ୍ ଓ ରମଲିୟର ପୁତ୍ର, ପେକହ ସହିତ ଆନନ୍ଦ କରୁଛନ୍ତି।” ମାତ୍ର ମୁଁ ସଦାପ୍ରଭୁ ଅଶୂର ରାଜା ଓ ତାହାର ସମସ୍ତ ଶକ୍ତିକୁ ତୁମ୍ଭ ବିରୁଦ୍ଧରେ ଆଣିବି। ସେମାନେ ଫରାତ୍ ନଦୀର ଶକ୍ତିଶାଳୀ ବନ୍ୟାର ସ୍ରୋତ ପରି ପ୍ରବଳ ପରାକ୍ରମୀ ହୋଇ ଆସିବେ। ବନ୍ୟାଜଳ କୂଳ ଲଙ୍ଘନ କଲାପରି ସେମାନେ ସମସ୍ତଙ୍କ ଉପରେ ପ୍ରଭାବ ବିସ୍ତାର କରିବେ। ସେହି ଜଳରାଶି ଯିହୁଦା ପର୍ଯ୍ୟନ୍ତ ମାଡ଼ିଯିବ ଓ ଯିହୁଦାର କଣ୍ଠ ପର୍ଯ୍ୟନ୍ତ ବ୍ୟାପିବ। ପରିଶେଷରେ ତାକୁ ବୁଡ଼ାଇ ଦେବ।

“ହେ ଇମ୍ମାନୁୟେଲ, ଏହି ବନ୍ୟାଦ୍ୱାରା ତୁମ୍ଭର ସମସ୍ତ ଦେଶ ଜଳମଗ୍ନ ହେବ।”

ହେ ଗୋଷ୍ଠୀସମୂହ, ତୁମ୍ଭେମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ,
    ମାତ୍ର ତୁମ୍ଭେମାନେ ପରାସ୍ତ ହେବ।
ହେ ଦୂର ଦେଶୀୟ ଲୋକମାନେ, ତୁମ୍ଭେମାନେ ଧ୍ୟାନପୂର୍ବକ ଶୁଣ।
    ତୁମ୍ଭେମାନେ ଯୁଦ୍ଧପାଇଁ ପ୍ରସ୍ତୁତ ହେଲେବି
    ତୁମ୍ଭେମାନେ ପରାଜିତ ହେବ।
10 ତୁମ୍ଭେମାନେ ଯୁଦ୍ଧ ପାଇଁ ଯେତେ ମନ୍ତ୍ରଣା କଲେ
    ମଧ୍ୟ ତୁମ୍ଭମାନଙ୍କର ମନ୍ତ୍ରଣା ସଫଳ ହେବ ନାହିଁ।
ତୁମ୍ଭର ସୈନ୍ୟମାନଙ୍କ ପ୍ରତି ଆଦେଶ ନିଷ୍ଫଳ ହେବ।
    କାହିଁକି ଏହା ଘଟିବ।
    କାରଣ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।

ଯିଶାଇୟଙ୍କ ପ୍ରତି ସତର୍କବାଣୀ

11 ସଦାପ୍ରଭୁ ତାଙ୍କର ମହାନ ଶକ୍ତି ବଳରେ ମୋତେ କହିଲେ। ଅନ୍ୟ ଗୋଷ୍ଠୀର ଲୋକଙ୍କପରି ନ ହେବାକୁ ସେ ମୋତେ ସତର୍କ କରି କହିଲେ। 12 “ପ୍ରତ୍ୟେକ ଲୋକ କହୁଛନ୍ତି ଯେ ଅନ୍ୟ ଲୋକମାନେ ତାଙ୍କ ବିରୁଦ୍ଧରେ ମନ୍ତ୍ରଣା କରୁଛନ୍ତି। ତୁମ୍ଭେ ସେ ସବୁକୁ ବିଶ୍ୱାସ କର ନାହିଁ। ଅନ୍ୟ ଲୋକମାନେ ଭୟଭୀତ ହେଲାପରି ତୁମ୍ଭେ ଭୟଭୀତ ହୁଅ ନାହିଁ। ସେ ସବୁକୁ ତୁମ୍ଭେ ଆଦୌ ଭୟ କର ନାହିଁ।”

13 ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ତୁମ୍ଭେ କେବଳ ଭୟ କର। ତାଙ୍କୁ ହିଁ କେବଳ ଭକ୍ତି କରିବ। ସେହି ହେଉଛନ୍ତି ଏକମାତ୍ର ଯାହାଙ୍କୁ ତୁମ୍ଭେ ଭୟ କର। 14 ଯଦି ତୁମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ ଏବଂ ଭକ୍ତି କରିବ ଏବଂ ପବିତ୍ରରେ ତାଙ୍କୁ ଗ୍ରହଣ କର, ତେବେ ସେ ତୁମ୍ଭର ଏକମାତ୍ର ଆଶ୍ରୟ ସ୍ଥାନ ହେବେ। କିନ୍ତୁ ତୁମ୍ଭେ ତାଙ୍କ ପ୍ରତି ସମ୍ମାନ ପ୍ରଦର୍ଶକ ନୁହଁ। ତେଣୁ ସେ ପଥର ସଦୃଶ ଯାହା ଜଣେ ଝୁଣ୍ଟିପଡ଼େ, ଯିରୁଶାଲମ ଲୋକମାନଙ୍କ ପାଇଁ ଗୋଟିଏ ଯନ୍ତା ଓ ଫାଶ। 15 ଅନେକ ଲୋକ ଏହି ପଥରଦ୍ୱାରା ପତିତ ହେବେ। ସେମାନେ ପତିତ ହୋଇ ଭଗ୍ନ ହେବେ ଏବଂ ଫାଶରେ ପଡ଼ି ବାନ୍ଧି ହୋଇଯିବେ।

16 ଯିଶାଇୟ କହିଲେ, “ତୁମ୍ଭେ ଏକ ଚୁକ୍ତିକର ଓ ଏହାକୁ ମୁଦ୍ରିତ କର। ମୋର ଶିକ୍ଷାଗୁଡ଼ିକୁ ଭବିଷ୍ୟତ ପାଇଁ ରକ୍ଷାକର। ମୋର ଶିଷ୍ୟମାନଙ୍କ ପାଇଁ ଏହା କର।”

17 ମୁଁ ସଦାପ୍ରଭୁଙ୍କୁ ସାହାଯ୍ୟ ପାଇଁ ଅପେକ୍ଷା କରିବି।
    ଯେତେବେଳେ ଯାକୁବ ପରିବାରରୁ ସେ ଆପଣାର ମୁଖ ଲୁଗ୍ଭନ୍ତି।
    ମୁଁ ସଦାପ୍ରଭୁଙ୍କ ଉପରେ ଆଶା ରଖିବି, ମୁଁ ଏଥିପାଇଁ ଅପେକ୍ଷା କରିବି।

18 “ଇସ୍ରାଏଲର ଲୋକମାନଙ୍କ ପାଇଁ ମୁଁ ଓ ମୋର ପିଲାମାନେ ସଙ୍କେତ ଓ ପ୍ରମାଣ। କାରଣ ସିୟୋନ ପର୍ବତ ଉପରେ ବାସ କରୁଥିବା ସଦାପ୍ରଭୁ ସର୍ବଶକ୍ତିମାନଙ୍କ ଦ୍ୱାରା ଆମ୍ଭେମାନେ ପ୍ରେରିତ ହୋଇଅଛୁ।’

19 କେତେକ ଲୋକ କୁହନ୍ତି, “ଭବିଷ୍ୟ‌ଦ୍‌ବକ୍ତା ଓ ଗୁଣିଆମାନଙ୍କୁ କ’ଣ କରିବାକୁ ହେବ ପଗ୍ଭର। ଏହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ପକ୍ଷୀ ପରି ଗୁଣୁଗୁଣୁ ହୋଇ ମନ୍ତ୍ର କୁହନ୍ତି, ଫଳରେ ଲୋକମାନେ ଭାବନ୍ତି ସେମାନେ ବହୁ ଗୋପନୀୟ ମୃତ ଓ ଜୀବିତମାନଙ୍କ ବିଷୟରେ ଜାଣନ୍ତି।” ମାତ୍ର ମୁଁ ତୁମ୍ଭକୁ କହୁଛି ଯେ “ଲୋକମାନେ ସେମାନଙ୍କର ପରମେଶ୍ୱରଙ୍କୁ ସାହାଯ୍ୟ ଭିକ୍ଷା କରିବା ଉଚିତ୍। ସେହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ମୃତ ବ୍ୟକ୍ତିଙ୍କ ବିଷୟରେ ପଗ୍ଭରନ୍ତି। ସେମାନେ କ’ଣ ଜୀବିତମାନଙ୍କ ବିଷୟରେ ମୃତମାନଙ୍କଠାରୁ ଜାଣି ପାରିବେ?” 20 ତୁମ୍ଭେମାନେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭେମାନେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତେବେ ତୁମ୍ଭେମାନେ ଭୁଲ୍ ପଥରେ ଯିବ। ସେହି ଭୁଲ ଆଦେଶ ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭେମାନେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହେବ ନାହିଁ। 21 ତୁମ୍ଭେମାନେ ଯଦି ସେହି ଭୁଲ ଆଦେଶ ପାଳନ କରିବ ତେବେ ଦେଶରେ କଷ୍ଟ ଓ ଅନାହାର ଦେଖାଦେବ। ସେତେବେଳେ ସେମାନେ ବିରକ୍ତ ହେବେ ଏବଂ ସେମାନଙ୍କର ଶାସକ ଓ ପରମେଶ୍ୱରଙ୍କ ବିରୁଦ୍ଧରେ କହିବେ। ତା’ପରେ ସେମାନେ ପରମେଶ୍ୱରଙ୍କଠାରୁ ସାହାଯ୍ୟ ପାଇଁ ଊର୍ଦ୍ଧ୍ୱକୁ ଗ୍ଭହିଁବେ। 22 ଯଦି ସେମାନେ ତାଙ୍କର ଦେଶର ଗ୍ଭରିଆଡ଼କୁ ଦୃଷ୍ଟିପାତ କରିବେ ତେବେ ସେମାନେ କେବଳ ଦୁଃଖ ଓ ଯାତନାରୂପକ ଅନ୍ଧକାର ଦେଖିବେ ଓ ସେହି ଦୁଃଖରୂପକ ଅନ୍ଧକାର ଦେଖି ଦେଶ ପରିତ୍ୟାଗ କରିବାକୁ ବାଧ୍ୟ ହେବେ। ପୁଣି ସେହି ଅନ୍ଧକାରରେ ଆବଦ୍ଧ ହୋଇଥିବା ବ୍ୟକ୍ତି ନିଜକୁ ସେଥିରୁ ଉଦ୍ଧାର କରି ପାରିବେ ନାହିଁ।