ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 3:1-6
Odia Holy Bible: Easy-to-Read Version
ମଣ୍ଡଳୀର ନେତାଗଣ
3 ମୁଁ ଯାହା କହୁଛି ତାହା ସତ୍ୟ: ଯଦି କେହି ଅଧ୍ୟକ୍ଷ[a] ହେବା ପାଇଁ ଚେଷ୍ଟା କରେ, ତେବେ ସେ ଭଲ କାର୍ଯ୍ୟ ଗ୍ଭହୁଁଛନ୍ତି। 2 ଅଧ୍ୟକ୍ଷ ବ୍ୟକ୍ତି ଜଣକ ଏତେ ଭଲ ହେବା ଦରକାର ଯେ ଲୋକେ ପ୍ରକୃତରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହେବେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ୍। ତାହାଙ୍କର ଆତ୍ମସଂଯମ ଥିବା ଦରକାର ଓ ସେ ବୁଦ୍ଧିମାନ ହେବା ଦରକାର। ସେ ଅନ୍ୟମାନଙ୍କ ଦ୍ୱାରା ସମ୍ମାନ ପାଉଥିବା ଦରକାର। ନିଜ ଘରେ ସ୍ୱାଗତ କରି ଲୋକମାନଙ୍କୁ ସେ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହୋଇଥିବା ଦରକାର। 3 ସେ ଅତ୍ୟଧିକ ମଦ୍ୟପାନ କରିବା ଉଚିତ୍ ନୁହେଁ। ସେ କଳହ ମନୋବୃତ୍ତିର ଲୋକ ନ ହୋଇଥିବା କଥା। ସେ ନମ୍ର ଓ ଶାନ୍ତ ହେବା ଦରକାର। 4 ସେ ଧନ ଲୋଭୀ ହୋଇ ନ ଥିବେ, ସେ ନିଜ ପରିବାରକୁ ଉପଯୁକ୍ତ ଭାବରେ ନେତୃତ୍ୱ ଦେଇପାରୁଥିବେ। ତା'ର ଅର୍ଥ ଯେ ତାହାଙ୍କର ପିଲାମାନେ ତାହାଙ୍କୁ ପୂର୍ଣ୍ଣ ସମ୍ମାନ ସହିତ ତାହାଙ୍କର ବାଧ୍ୟ ହେଉଥିବେ। 5 ଯଦି ଜଣେ ପରିବାରର ନେତୃତ୍ୱ ଦେଇ ଜାଣି ନାହିଁ, ସେ ପରମେଶ୍ୱରଙ୍କ ମଣ୍ଡଳୀର ଯତ୍ନ ନେଇ ପାରିବ ନାହିଁ।
6 କିନ୍ତୁ ଜଣେ ଅଧ୍ୟକ୍ଷ ନୂତନ ଶିଷ୍ୟ ହୋଇ ନ ଥିବେ। ନୂତନ ବିଶ୍ୱାସୀଙ୍କୁ ଅଧ୍ୟକ୍ଷ କରାଗଲେ, ତାହା ତାହାଙ୍କୁ ଅତିଶୟ ଗର୍ବୀ କରିପାରେ। ଏଭଳି ପରିସ୍ଥିତିରେ ତା'ର ଗର୍ବ ଲାଗି ସେ ଶୟତାନ ଭଳି ଦୋଷୀ ହୋଇ ଦଣ୍ଡିତ ହେବ।
Read full chapterFootnotes
- ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 3:1 ଅଧ୍ୟକ୍ଷ ଅର୍ଥାତ୍ ଯେ ମଣ୍ତଳୀକୁ କଢ଼େଇ ନେବା ନିମନ୍ତେ ମନୋନୀତ ହୋଇଥାଏ, ତାକୁ ପାଳକ ମଧ୍ୟ କୁହାଯାଏ ଓ ପରମେଶ୍ୱରଙ୍କ ଲୋକମାନଙ୍କର ଯତ୍ନ ନେବାର କାର୍ଯ୍ୟ ସେମାନଙ୍କୁ ଅର୍ପଣ କରାଯାଇଥାଏ।
2010 by Bible League International