Add parallel Print Page Options

13 ତା’ ପରଦିନ ମୋଶା ଲୋକଙ୍କର ବିଗ୍ଭର କରିବାକୁ ବସିଲେ। ତେଣୁ ବହୁତ ଲୋକ ତାଙ୍କ ସମ୍ମୁଖରେ ସନ୍ଧ୍ୟା ପର୍ଯ୍ୟନ୍ତ ଠିଆ ହୋଇ ରହିଲେ।

14 ମୋଶା ଲୋକମାନଙ୍କର ବିଗ୍ଭର କରୁଥିବାର ଯିଥ୍ରୋ ଦେଖିଲେ। ସେ ପଗ୍ଭରିଲେ, “ତୁମ୍ଭେ ଏପରି କାହିଁକି କରୁଛ? ତୁମ୍ଭେ ଏକୁଟିଆ କାହିଁକି ବିଗ୍ଭର କରୁଛ? ଏବଂ କାହିଁକି ତୁମ୍ଭ ନିକଟରେ ଲୋକମାନେ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ଠିଆ ହେବେ?”

15 ଏହା ପରେ ମୋଶା ତାଙ୍କ ଶ୍ୱଶୁରଙ୍କୁ କହିଲେ, “ସେମାନେ ପରମେଶ୍ୱରଙ୍କର ବିଗ୍ଭର ବୁଝିବା ପାଇଁ ମୋ’ ନିକଟକୁ ଆସନ୍ତି। 16 ସେମାନଙ୍କର କୌଣସି ବିବାଦ ହେଲେ, ମୋ’ ପାଖକୁ ଆସନ୍ତି। ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଗ୍ଭର କରେ। ସେମାନଙ୍କୁ ପରମେଶ୍ୱରଙ୍କର ବିଧି ଓ ବ୍ୟବସ୍ଥା ସବୁ ଶିକ୍ଷା ଦିଏ।”

17 କିନ୍ତୁ ମୋଶାଙ୍କ ଶ୍ୱଶୁର ତାଙ୍କୁ କହିଲେ, “ତୁମ୍ଭର ଏପ୍ରକାର କର୍ମ କରିବା ଠିକ୍ ନୁହେଁ। 18 ଏହିସବୁ କାର୍ଯ୍ୟ ତୁମ୍ଭ ପାଇଁ ଏକୁଟିଆ କରିବା ବହୁତ କଷ୍ଟ। ତୁମ୍ଭେ ଏକା ଏସମସ୍ତ କାର୍ଯ୍ୟ କରି ପାରିବ ନାହିଁ। ଏହା ତୁମ୍ଭକୁ କ୍ଷୀଣ କରିଦେବ ଏବଂ ଏହା ଲୋକମାନଙ୍କୁ କ୍ଳାନ୍ତ କରିବ। 19 ବର୍ତ୍ତମାନ ମୋ’ କଥା ଶୁଣ। ମୋର କେତେକ ଉପଦେଶ ଗ୍ରହଣ କର। ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୁଅନ୍ତୁ। ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ। 20 ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କ ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ। 21 ଆହୁରି ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍

“ପରମେଶ୍ୱରଙ୍କ ପ୍ରତି ଭୟକାରୀ, ବିଶ୍ୱାସୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର। ପୁଣି ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ର ପତି, ଶତପତି, ପଞ୍ଚାଶ‌ତ୍‌ପତି ଓ ଦଶପତି ରୂପେ ନିଯୁକ୍ତ କର। 22 ସେମାନେ ସର୍ବଦା ଲୋକମାନଙ୍କର ବିଗ୍ଭର କରନ୍ତୁ। ପୁଣି ଜଟିଳ ବିଷୟରେ ତୁମ୍ଭ ନିକଟକୁ ଆସିବେ। ମାତ୍ର କ୍ଷୁଦ୍ର ‌ବିଷୟସବୁ ସେମାନେ ଆପେ ବିଗ୍ଭର କରିବେ। ତାହାହେଲେ, ତୁମ୍ଭ ନିଜ କର୍ମରୁ ଉଶ୍ୱାସ ହେବ। ପୁଣି ସେମାନେ ତୁମ୍ଭ ସହିତ ଭାର ବହିବେ। 23 ତୁମ୍ଭେ ଯଦି ଏପରି କରିବ, ପୁଣି ସଦାପ୍ରଭୁ ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହି ପାରିବ। ଆଉ ଏହିସବୁ ଲୋକମାନେ କୁଶଳରେ ସ୍ୱସ୍ଥାନକୁ ଯିବେ।”

24 ଏହା ପରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।

Read full chapter