ଆଦିପୁସ୍ତକ 17:9-14
Odia Holy Bible: Easy-to-Read Version
9 ଏବଂ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ବର୍ତ୍ତମାନ ଏହା ତୁମ୍ଭର ଚୁକ୍ତିର ଏକ ଅଂଶ। ତୁମ୍ଭେ ଓ ତୁମ୍ଭର ବଂଶ ଆମ୍ଭର ଚୁକ୍ତିକୁ ମାନି ଚଳିବ। 10 ଏହି ଚୁକ୍ତିକୁ ତୁମ୍ଭେମାନେ ନିଶ୍ଚୟ ପାଳନ କରିବ। ଏହା ହେଉଛି ତୁମ୍ଭ ଓ ମୋ’ ମଧ୍ୟରେ ଚୁକ୍ତି ଏବଂ ଏହା ମଧ୍ୟ ତୁମ୍ଭର ବଂଶଧରମାନଙ୍କ ପାଇଁ। ତାହା ଏହି, ପ୍ରତ୍ୟେକ ଜନ୍ମ ହେବା ପୁରୁଷକୁ ନିଶ୍ଚୟ ସୁନ୍ନତ କରାଯିବ। 11 ତୁମ୍ଭେମାନେ ନିଶ୍ଚୟ ସୁନ୍ନତ[a] ହେବ। ଏହା ତୁମ୍ଭମାନଙ୍କର ନିୟମର ଚିହ୍ନ ହେବ। 12 ତୁମ୍ଭର ପୁତ୍ରମାନଙ୍କୁ ଯେତେବେଳେ ଆଠଦିନ ହେବ, ତୁମ୍ଭେ ସେତେବେଳେ ସେମାନଙ୍କୁ ସୁନ୍ନତ କରିବ। ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ଦାସମାନଙ୍କର, ତୁମ୍ଭର ଘରେ ଯେଉଁମାନେ ଜନ୍ମ ହୋଇଛନ୍ତି, ଯେଉଁମାନେ ବିଦେଶରୁ କିଣା ଯାଇଅଛନ୍ତି, ସମସ୍ତ ପୁତ୍ରଗଣଙ୍କୁ ସୁନ୍ନତ କରାଯିବ। 13 ସେଥିପାଇଁ ତୁମ୍ଭର ସମସ୍ତ ପୁରୁଷ ସେବକଗଣ ନିଶ୍ଚୟ ସୁନ୍ନତ ହେବେ ଓ ତୁମ୍ଭମାନଙ୍କର ଶରୀରରେ, ଚୁକ୍ତି ହିସାବରେ ମୋର ଚିରନ୍ତନ ଚିହ୍ନ ରହିବ। 14 ଯେଉଁ ମନୁଷ୍ୟମାନଙ୍କର ସୁନ୍ନତ ହୋଇ ନାହିଁ, ସେମାନଙ୍କୁ ତା'ର ଲୋକମାନଙ୍କଠାରୁ ବାସନ୍ଦ କରାଯିବ। କାରଣ ସେ ମୋର ଚୁକ୍ତି ଭଙ୍ଗ କରିଛି।”
Read full chapterFootnotes
- ଆଦିପୁସ୍ତକ 17:11 ସୁନ୍ନତ “ଲିଙ୍ଗାଗ୍ର ଚର୍ମ ଛେଦନ କରିବା।”
2010 by Bible League International