Add parallel Print Page Options

କିଛି ଦିନ ପରେ ଯୋଷେଫଙ୍କର ମୁନିବର ସ୍ତ୍ରୀ ଯୋଷେଫଙ୍କୁ ନଜର ପକେଇବାକୁ ଲାଗିଲା। ଦିନେ ସେହି ସ୍ତ୍ରୀ ଯୋଷେଫକୁ ଅନୁରୋଧ କଲା, “ମୋ’ ସହିତ ଶୟନ କର।”

କିନ୍ତୁ ଯୋଷେଫ ମନା କରି କହିଲେ, “ଦେଖ ଏ ଗୃହରେ ଯାହା ଅଛି ମୋ’ ମୁନିବ ତହିଁର ତତ୍ତ୍ୱ ନିଅନ୍ତି ନାହିଁ। ସେ ମୋ’ ହସ୍ତରେ ଆପଣାର ସର୍ବଶ୍ୱ ସମର୍ପଣ କରିଛନ୍ତି। ଏହି ଗୃହରେ ସେ ମୋତେ ତାଙ୍କ ସହିତ ସମାନ କରିଛନ୍ତି। ମୁଁ ତାଙ୍କ ସ୍ତ୍ରୀ ସହିତ ଶୟନ କରି ପାରିବି ନାହିଁ। ଏହା ଭୁଲ୍ ଅଟେ, ଏହା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ ତୁଲ୍ୟ।”

10 ସେହି ସ୍ତ୍ରୀଲୋକଟି ସର୍ବଦା ତାହାଙ୍କ ସହିତ କଥା ହୁଏ। କିନ୍ତୁ ସେ ତାଙ୍କ ସହ ଶୟନ କରିବା ପାଇଁ ସର୍ବଦା ମନା କରନ୍ତି। 11 ଦିନେ ଯୋଷେଫ ଘରକୁ ତାଙ୍କର କିଛି କାର୍ଯ୍ୟ କରିବାକୁ ଗଲେ। ସେହି ସମୟରେ ସେ ଏକା ସେହି ଘରେ ଥିଲେ। 12 ତାଙ୍କର ମୁନିବଙ୍କର ସ୍ତ୍ରୀ ତାଙ୍କର ବସ୍ତ୍ରକୁ ଧରି ଟାଣି କହିଲା, “ମୋ’ ପାଖରେ ଶୟନ କର।” କିନ୍ତୁ ଯୋଷେଫ ସେ ଘରୁ ଖସି ଦୌଡ଼ି ପଳାଇ ଆସିଲେ କିନ୍ତୁ ତା'ର ହାତରେ ତାଙ୍କର ବସ୍ତ୍ର ରହିଗଲା।

13 ସ୍ତ୍ରୀଲୋକଟି ଦେଖିଲା ତା’ ହାତରେ ଯୋଷେଫଙ୍କର ବସ୍ତ୍ର ରହିଗଲା ଏବଂ ସେ ଦୌଡ଼ି ପଳାଇଲା।

Read full chapter