Add parallel Print Page Options

10 ପରମେଶ୍ୱରଙ୍କଠାରୁ ସେହି ପ୍ରତିଜ୍ଞା ପାଇଥିଲେ। ଅବ୍ରହାମ ସୁଦୃଢ଼ ମୂଳଦୁଆ ଥିବା ନଗରୀ[a]ର ଅପେକ୍ଷାରେ ଥିଲେ। ପରମେଶ୍ୱର ସ୍ୱୟଂ ସେହି ନଗରୀଟିର ଯୋଜନା ଓ ନିର୍ମାଣ କରିଥିଲେ।

Read full chapter

Footnotes

  1. ଏବ୍ରୀ 11:10 ସୁଦୃଢ଼ ମୂଳଦୁଆ ଥିବା ନଗରୀ ପରମେଶ୍ୱରଙ୍କ ସହିତ ନିଜଲୋକ (ସନ୍ଥ) ରହିଥିବା ଆଧ୍ୟାତ୍ମିକ ନଗରୀ। ଏହାକୁ ‘ସ୍ୱର୍ଗର ଯିରୁଶାଲମ’ ମଧ୍ୟ କହନ୍ତିା ଏବ୍ରୀ 12:22

13 ସେହି ସମସ୍ତ ମହାନ ଲୋକ ମୃତ୍ୟୁ ପର୍ଯ୍ୟନ୍ତ ନିଜର ବିଶ୍ୱାସ ସହିତ ଜୀବିତ ରହିଲେ। ପରମେଶ୍ୱର ନିଜ ଲୋକଙ୍କୁ ପ୍ରତିଜ୍ଞା କରିଥିବା ବସ୍ତୁମାନ ସେହି ଲୋକମାନେ ପାଇଲେ ନାହିଁ। ସେମାନେ ଖାଲି ଦେଖିଲେ ଯେ, ସେହି ବିଷୟ ଗୁଡ଼ିକ ସୁଦୂର ଭବିଷ୍ୟତରେ ଆସିବ, ଓ ସେମାନେ (ସେତିକିରେ) ଖୁସୀ ହେଲେ। ସେମାନେ ଗ୍ରହଣ କରି ନେଲେ ଯେ ସେମାନେ ଏହି ପୃଥିବୀରେ ଯାତ୍ରୀ ଓ ଅପରିଚିତ ବ୍ୟକ୍ତି ଅଟନ୍ତି। 14 ଯେଉଁ ଲୋକମାନେ ସେହିଭଳି କଥା ମାନି ନିଅନ୍ତି, ସେମାନେ ସେମାନଙ୍କର ନିଜର ଗୋଟିଏ ଦେଶ ପାଇଁ ଅପେକ୍ଷାରତ ଅଛନ୍ତି ବୋଲି ପ୍ରଦର୍ଶିତ କରନ୍ତି। 15 ଯଦି ସେମାନେ ପୂର୍ବରୁ ଛାଡ଼ି ଥିବା ଦେଶ ବିଷୟରେ ଭାବୁ ଥିଲେ, ସେମାନେ ସେହି ସ୍ଥାନକୁ ଫେରିବାକୁ ଗୋଟିଏ ସୁଯୋଗ ଖୋଜି ପାଇ ପାରି ଥା’ନ୍ତେ। 16 କିନ୍ତୁ ବାସ୍ତବିକ ସେମାନେ ଗୋଟିଏ ଅପେକ୍ଷାକୃତ ଭଲ ଦେଶ ପାଇଁ ଅପେକ୍ଷା କରୁଥିଲେ, ଯାହାକି ଗୋଟିଏ ସ୍ୱର୍ଗୀୟ ଦେଶ। ତେଣୁ ପରମେଶ୍ୱର ସଙ୍କୋଚ କଲେ ନାହିଁ, ସେମାନଙ୍କର ପରମେଶ୍ୱର ଭାବରେ ପରିଚିତ ହେବା ପାଇଁ। ସେହି ଲୋକମାନଙ୍କ ଲାଗି ପରମେଶ୍ୱର ଗୋଟିଏ ନଗର ତିଆରି କରି ରଖି ଅଛନ୍ତି।

Read full chapter