Add parallel Print Page Options

ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ଯୋହନ ଲୋକମାନଙ୍କୁ କହନ୍ତି

(ମାଥିଉ 3:1-12; ମାର୍କ 1:1-8; ଲୂକ 3:1-9,15-17)

19 “ଆପଣ କିଏ?” ଏହା ଯୋହନଙ୍କୁ ପଗ୍ଭରିବା ପାଇଁ ଯିରୁଶାଲମରୁ ଯିହୂଦୀ ନେତାମାନେ କେତେକ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ପାଖକୁ ପଠାଇଲେ। ସେ ସେମାନଙ୍କୁ ସତ କଥା କହିଲେ। 20 ଯୋହନ ବିନା ଦ୍ବିଧାରେ କହିଲେ। ଯୋହନ ମୁକ୍ତ ଓ ସ୍ପଷ୍ଟ ଭାବେ ଲୋକମାନଙ୍କୁ ଏହି କଥା କହିଲେ, “ମୁଁ ଖ୍ରୀଷ୍ଟ ନୁହେଁ।”

21 ସେଥିରେ ସେମାନେ ଯୋହନଙ୍କୁ ପଗ୍ଭରିଲେ, “ତାହାହେଲେ ଆପଣ କିଏ? ଆପଣ କ'ଣ ଏଲିୟ?”[a]

ସେ ଉତ୍ତର ଦେଲେ, “ନା, ମୁଁ ଏଲିୟ ନୁହେଁ।”

ପୁଣି ସେମାନେ ପଗ୍ଭରିଲେ, “ଆପଣ କ'ଣ ସେହି ଭବିଷ୍ୟ‌‌‌ଦ୍‌‌‌ବକ୍ତା?”[b]

ଯୋହନ ଉତ୍ତର ଦେଲେ, “ନା, ମୁଁ ସେହି ଭବିଷ୍ୟ‌‌‌ଦ୍‌‌‌ବକ୍ତା ନୁହେଁ।”

22 ସେଥିରେ ସେମାନେ ତାହାଙ୍କୁ ପଗ୍ଭରିଲେ, “ତେବେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କୁହନ୍ତି, ଆମ୍ଭକୁ ପଠାଇଥିବା ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ଗୋଟିଏ ଉତ୍ତର ଦିଅନ୍ତୁ। ଆପଣ ନିଜ ବିଷୟରେ କ'ଣ କହୁଛନ୍ତି?”

23 ଯୋହନ ସେମାନଙ୍କୁ ଭବିଷ୍ୟ‌‌‌ଦ୍‌‌‌ବକ୍ତା ଯିଶାଇୟଙ୍କ ବାକ୍ୟକୁ ବ୍ୟବହାର କରି କହିଲେ:

“ମୁଁ ମରୁଭୂମିରେ ଚିତ୍କାର କରୁଥିବା ଜଣେ ବ୍ୟକ୍ତିର ସ୍ୱର:
    ‘ପ୍ରଭୁଙ୍କ ପାଇଁ ଗୋଟିଏ ସଳଖରାସ୍ତା ପ୍ରସ୍ତୁତ କର।’”(A)

24 ଫାରୂଶୀମାନେ ଯୋହନଙ୍କୁ ପଚାରିବା ପାଇଁ ଏହି ଯିହୂଦୀମାନଙ୍କୁ ପଠାଇଥିଲେ। 25 ଏହି ଲୋକମାନେ ଯୋହନଙ୍କୁ କହିଲେ, “ଆପଣ କହୁଛନ୍ତି ଯେ ଆପଣ ଖ୍ରୀଷ୍ଟ ନୁହଁନ୍ତି। ଆପଣ କହୁଛନ୍ତି ଯେ ଆପଣ ଏଲୀୟ ନୁହଁନ୍ତି କିମ୍ବା ସେହି ଭବିଷ୍ୟ‌‌‌ଦ୍‌‌‌ବକ୍ତା ନୁହଁନ୍ତି, ତେବେ ଆପଣ କାହିଁକି ଲୋକମାନଙ୍କୁ ବାପ୍ତିସ୍ମ[c] ଦେଉଛନ୍ତି?”

26 ଯୋହନ ଉତ୍ତର ଦେଲେ, “ମୁଁ ଲୋକମାନଙ୍କୁ ଜଳରେ ବାପ୍ତିସ୍ମ ଦେବା ପାଇଁ ଅଧିକାର ପାଇଅଛି। କିନ୍ତୁ ତୁମ୍ଭ ସହିତ ଏଠାରେ ଏପରି ଜଣେ ବ୍ୟକ୍ତି ଅଛନ୍ତି ଯାହାଙ୍କୁ ତୁମ୍ଭେ ଜାଣି ନାହଁ। 27 ସେ ବ୍ୟକ୍ତି ମୋ’ ପରେ ଆସୁଛନ୍ତି, ମୁଁ ଦାସ ଭାବେ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମଧ୍ୟ ଯୋଗ୍ୟ ନୁହେଁ।”

28 ଏହିସବୁ ଘଟଣା ଯର୍ଦ୍ଦନ ନଦୀର ପୂର୍ବ ଦିଗରେ ଥିବା ବେଥାନୀଆ ଗ୍ରାମରେ ଘଟିଥିଲା। ଏହି ସ୍ଥାନରେ ଯୋହନ ଲୋକମାନଙ୍କୁ ବାପ୍ତିଜିତ କରୁଥିଲେ।

Read full chapter

Footnotes

  1. ଯୋହନ ଲିଖିତ ସୁସମାଗ୍ଭର 1:21 ଏଲିୟ ଖ୍ରୀ:ପୂ 850ର ଭବିଷ୍ୟ‌‌‌ଦ୍‌‌‌ବକ୍ତା ମଲାଖି 4:5-6
  2. ଯୋହନ ଲିଖିତ ସୁସମାଗ୍ଭର 1:21 ଭବିଷ୍ୟ‌‌‌ଦ୍‌‌‌ବକ୍ତା ପରମେଶ୍ବର ଏକ ଭବିଷ୍ୟ‌‌‌ଦ୍‌‌‌ବକ୍ତାଙ୍କୁ ପଠାଇବି ବୋଲି ମୋଶାଙ୍କୁ କହିଥିଲେ। ବୋଧହୁଏ ସେମାନେ ଏହା ମନେ କରିଥିଲେ। ଦ୍ୱିତୀୟ ଦ୍ୱିତୀୟ ବିବରଣ 18:15-19
  3. ଯୋହନ ଲିଖିତ ସୁସମାଗ୍ଭର 1:25 ବାପ୍ତିସ୍ମ ଜଳରେ ଡୁବନ