Add parallel Print Page Options

11 କିନ୍ତୁ ମରିୟମ କବର ବାହାରେ ଠିଆ ହୋଇ କାନ୍ଦୁଥିଲେ। ସେ କାନ୍ଦୁଥିବା ବେଳେ ନଇଁପଡ଼ି କବର ଭିତରକୁ ଗ୍ଭହିଁଲେ। 12 ସେ ଦୁଇଜଣ ସ୍ୱର୍ଗଦୂତଙ୍କୁ ଧଳା ଲୁଗା ପିନ୍ଧି ଯୀଶୁଙ୍କ ଶରୀର ଯେଉଁଠାରେ ଥିଲା, ତାହା ପାଖରେ ବସିବାର ଦେଖିଲେ। ଜଣେ ସ୍ୱର୍ଗଦୂତ ଯୀଶୁଙ୍କ ମୁଣ୍ଡ ରହିଥିବା ଜାଗାରେ ଓ ଅନ୍ୟ ଜଣେ ପାଦ ରହିଥିବା ଜାଗାରେ ବସିଥିଲେ।

13 ସେମାନେ ମରିୟମଙ୍କୁ ପଗ୍ଭରିଲେ, “ହେ ନାରୀ, ତୁମ୍ଭେ କାହିଁକି କାନ୍ଦୁଛ?”

ମରିୟମ ଉତ୍ତର ଦେଲେ, “ମୋର ପ୍ରଭୁଙ୍କ ଶରୀର କେତେକ ଲୋକ ନେଇଯାଇଛନ୍ତି। ସେମାନେ ତାହାଙ୍କୁ କେଉଁଠି ରଖିଛନ୍ତି, ତାହା ମୁଁ ଜାଣି ନାହିଁ।” 14 ସେ ଏହା କହି ବୁଲି ପଡ଼ିଲେ। ସେ ଯୀଶୁଙ୍କୁ ସେଠାରେ ଠିଆ ହୋଇଥିବା ଦେଖିଲେ। କିନ୍ତୁ ମରିୟମ ତାହାଙ୍କୁ ଚିହ୍ନିଲେ ନାହିଁ।

15 ଯୀଶୁ ତାହାଙ୍କୁ ପଗ୍ଭରିଲେ, “ହେ ନାରୀ, ତୁମ୍ଭେ କାହିଁକି କାନ୍ଦୁଛ? ତୁମ୍ଭେ କାହାକୁ ଖୋଜୁଛ?”

ମରିୟମ ଭାବିଲେ, ଏହି ଲୋକ ହିଁ ବଗିଗ୍ଭର ଯତ୍ନ ନିଅନ୍ତି। ତେଣୁ ସେ ତାହାଙ୍କୁ କହିଲେ, “ମହାଶୟ ଆପଣ କ'ଣ ଯୀଶୁଙ୍କୁ ନେଇଯାଇଛନ୍ତି? ତାହାଙ୍କୁ ଆପଣ କେଉଁଠି ରଖିଛନ୍ତି? ମୋତେ କୁହନ୍ତୁ, ମୁଁ ଯାଇ ତାହାଙ୍କୁ ଘେନି ଆସିବି।”

16 ଯୀଶୁ ତାହାଙ୍କୁ କହିଲେ, “ମରିୟମ,”।

ମରିୟମ ତାହାଙ୍କ ଆଡ଼େ ବୁଲିପଡ଼ି ଯିହୂଦୀୟ ଭାଷାରେ କହିଲେ, “ରା‌ବ୍‌ବୂନୀ” ଅର୍ଥାତ୍ ‘ଗୁରୁ’।

17 ଯୀଶୁ ତାହାଙ୍କୁ କହିଲେ, “ମୋତେ ଧର ନାହିଁ। ମୁଁ ଏ ପର୍ଯ୍ୟନ୍ତ ପରମପିତାଙ୍କ ପାଖକୁ ଯାଇ ନାହିଁ। କିନ୍ତୁ ତୁମ୍ଭେ ଯାଇ ମୋର ଭାଇମାନଙ୍କୁ କୁହ ଯେ, ମୁଁ ମୋର ଓ ତୁମ୍ଭର ପରମପିତାଙ୍କ ପାଖକୁ ଫେରିଯାଉଛି। ମୁଁ ମୋର ଓ ତୁମ୍ଭର ପରମେଶ୍ୱରଙ୍କ ପାଖକୁ ଯାଉଅଛି।”

18 ମ‌‌‌‌‌ଗ୍‌ଦଲୀନୀ ମରିୟମ ଶିଷ୍ୟମାନଙ୍କ ପାଖକୁ ଗଲେ ଓ ସେମାନଙ୍କୁ କହିଲେ, “ମୁଁ ପ୍ରଭୁଙ୍କୁ ଦେଖିଲି।” ସେ ସେମାନଙ୍କୁ ଯୀଶୁ କରିଥିବା କଥା ଶୁଣାଇଲେ।

Read full chapter