Add parallel Print Page Options

ଯୀଶୁଙ୍କଠାରେ ପରମେଶ୍ୱରଙ୍କର ଶକ୍ତି

(ମାଥିଉ 12:22-30; ମାର୍କ 3:20-27)

14 ଥରେ ଯୀଶୁ କଥା କହି ପାରୁ ନ ଥିବା ଗୋଟିଏ ଲୋକ ଦେହରୁ ଭୂତକୁ ତଡ଼ି ଦେଉଥିଲେ। ଭୂତଟି ମୂକ ଲୋକ ଦେହରୁ ବାହାରି ଆସିବା ମାତ୍ରେ, ଲୋକଟି ପୁଣି କଥା କହିବାକୁ ଲାଗିଲା। ଜମା ହୋଇଥିବା ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। 15 କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ କହିଲେ, “ଯୀଶୁ ଭୂତପତି ବାଆ‌‌‌ଲ୍‌ଜିବୂଲ୍‌ର ଶକ୍ତି ଦ୍ୱାରା ଭୂତ ଛଡ଼ାଉଛନ୍ତି, ଭୂତମାନଙ୍କୁ ତଡ଼ି ଦେବାକୁ ବ୍ୟବହାର କରୁଛନ୍ତି।

16 ଅନ୍ୟ ଲୋକମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ସେମାନେ ଯୀଶୁଙ୍କୁ ସ୍ୱର୍ଗର କୌଣସି ଚିହ୍ନ ଦେଖାଇବାକୁ କହିଲେ। 17 କିନ୍ତୁ ଯୀଶୁ ସେହି ଲୋକମାନଙ୍କ ଭାବନା ଜାଣି ପାରିଲେ। ସେ କହିଲେ, “ଗୋଟିଏ ରାଜ୍ୟ ଭାଗଭାଗ ହୋଇ ନିଜ ବିରୁଦ୍ଧରେ ଲଢ଼େଇ କଲେ ଶେଷରେ ଧ୍ୱଂସ ହୋଇଯିବ। ଗୋଟିଏ ପରିବାରର ଲୋକେ ନିଜ ବିରୁଦ୍ଧରେ ଲଢ଼େଇ କଲେ ସେ ପରିବାର ମଧ୍ୟ ଭାଙ୍ଗିଯିବ। 18 ତେଣୁ ଯଦି ଶୟତାନ ନିଜ ବିରୁଦ୍ଧରେ ଲଢ଼େଇ କରେ, ତେବେ କିଭଳି ତା ରାଜ୍ୟ ତିଷ୍ଠି ରହି ପାରିବ? ମୁଁ ବାଆ‌‌‌ଲ୍‌ଜିବୂଲ୍‌ ସାହାଯ୍ୟରେ ଭୂତମାନଙ୍କୁ ବାହାର କରି ଦେଉଛି ବୋଲି ତୁମ୍ଭେମାନେ କହୁଛ। 19 କିନ୍ତୁ ମୁଁ ଯଦି ବାଆ‌‌‌ଲ୍‌ଜିବୂଲ୍‌ ସାହାଯ୍ୟରେ ଭୂତମାନଙ୍କୁ ବାହାର କରି ଦେଉଛି, ତେବେ ତୁମ୍ଭମାନଙ୍କ ଲୋକମାନେ କାହା ସାହାଯ୍ୟରେ ଭୂତମାନଙ୍କୁ ବାହାର କରୁଛନ୍ତି? ତେବେ ତୁମ୍ଭମାନଙ୍କର ନିଜ ଲୋକେ ପ୍ରମାଣିତ କରି ଦେଉଛନ୍ତି ଯେ, ତୁମ୍ଭେମାନେ ଭୁଲ୍ କହୁଛ। 20 ମୁଁ ଭୂତମାନଙ୍କୁ ବାହାର କରିଦେବା ପାଇଁ ପରମେଶ୍ୱରଙ୍କ ଶକ୍ତି ବ୍ୟବହାର କରୁଛି। ଏ କଥା ସ୍ପଷ୍ଟ ଦେଖାଇ ଦେଉଛି ଯେ ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ପାଖକୁ ଆସିଗଲାଣି।

21 “ଯେତେବେଳେ ଜଣେ ଶକ୍ତିଶାଳୀ ଲୋକ ଅନେକ ଅସ୍ତ୍ରଶସ୍ତ୍ର ଧରି ନିଜ ଘରକୁ ଜଗିରହେ, ସେତେବେଳେ ତା'ର ସମସ୍ତ ସମ୍ପତ୍ତି ସୁରକ୍ଷିତ ରହେ। 22 କିନ୍ତୁ, ଯେତେବେଳେ ତା'ଠାରୁ ଜଣେ ଅଧିକ ଶକ୍ତିଶାଳୀ ଲୋକ ଆସେ ଓ ତା’ ଉପରେ ଆକ୍ରମଣ କରି ତାକୁ ହରେଇ ଦିଏ, ଯେଉଁ ଅସ୍ତ୍ରଶସ୍ତ୍ର ଗୁଡ଼ିକ ଉପରେ ପ୍ରଥମ ଲୋକଟିର ଭରସା ଥିଲା, ସେହି ସମସ୍ତ ଅସ୍ତ୍ରଶସ୍ତ୍ରଗୁଡ଼ିକୁ ଅଧିକତର ବଳବାନ ଲୋକଟି ଛଡ଼େଇ ନିଏ ଓ ତାହାର ଜିନିଷଗୁଡ଼ିକୁ ଯାହା ଇଚ୍ଛା ତାହା କରେ।

23 “ଯେଉଁ ଲୋକ ମୋ’ ସହିତ ନାହିଁ, ସେ ମୋ’ ବିରୁଦ୍ଧରେ ଅଛି, ଯେଉଁ ଲୋକ ମୋ’ ସହିତ କାମ କରୁନି, ସେ ମୋ’ ବିରୁଦ୍ଧରେ କାମ କରୁଛି।

Read full chapter