Add parallel Print Page Options

ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି, ବାରମ୍ବାର ମାଗୁଥାଅ। ତା'ହେଲେ ପରମେଶ୍ୱର ତୁମ୍ଭମାନଙ୍କୁ ଦେବେ। ଖୋଜୁଥାଅ। ତୁମ୍ଭେମାନେ ପାଇବ। ଦୁଆର ଠ‌‌କ୍‌‌ଠକ୍ କରି ଗ୍ଭଲି ଥାଅ। ତୁମ୍ଭ ପାଇଁ ଦୁଆର ଖୋଲିଯିବ। 10 କାରଣ ଯେଉଁ ଲୋକମାନେ ମାଗୁଥା’ନ୍ତି, ସେମାନେ ପ୍ରତ୍ୟେକେ ପାଇଥା’ନ୍ତି। ଯେଉଁମାନେ ଖୋଜୁଥା’ନ୍ତି, ସେମାନେ ପାଇଥା’ନ୍ତି। ଯେଉଁମାନେ ଦୁଆର ବାଡ଼େଇ ଥା’ନ୍ତି, ସେମାନଙ୍କ ପାଇଁ ଦୁଆର ଖୋଲିଯାଏ। 11 ତୁମ୍ଭମାନଙ୍କ ଭିତରୁ କାହାର ପୁଅଟିଏ ଅଛି କି? ତୁମ୍ଭକୁ ତୁମ୍ଭ ପୁଅ ମାଛଟିଏ ମାଗିଲେ ତୁମ୍ଭେ କ’ଣ କରିବ? କୌଣସି ବାପା ତା ପୁଅକୁ ମାଛଟିଏ ବଦଳରେ ସାପଟିଏ ଦିଏ କି? ନା, ତୁମ୍ଭେମାନେ ତାକୁ ମାଛ ଦେବ। 12 କିମ୍ବା ପୁଅ ଯଦି ଅଣ୍ଡାଟିଏ ମାଗେ, ତେବେ ତା’ ହାତରେ ତୁମ୍ଭେମାନେ କଙ୍କଡ଼ାବିଛାଟିଏ ଦେବ କି? ନା। 13 ତୁମ୍ଭେମାନେ ଖରାପ ଲୋକ ହୋଇଥିଲେ ମଧ୍ୟ ତୁମ୍ଭମାନଙ୍କ ପିଲାମାନଙ୍କୁ କିଭଳି ଭଲ ଉପହାର ଦିଆଯାଏ ତୁମ୍ଭେମାନେ ଜାଣ। ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ଜାଣନ୍ତି ଯେ ତାହାଙ୍କୁ ମାଗୁଥିବା ଲୋକମାନଙ୍କୁ ସେ ପବିତ୍ରଆତ୍ମା କିପରି ଦେବେ।”

Read full chapter