Add parallel Print Page Options

ଗୋଟିଏ ବଡ଼ ରାତ୍ରୀ ଭୋଜି ବିଷୟରେ ଦୃଷ୍ଟାନ୍ତ

(ମାଥିଉ 22:1-10)

15 ଯୀଶୁଙ୍କ ସହିତ ଖାଇବାକୁ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଲୋକ ଏ ସବୁ କଥା ଶୁଣି ଯୀଶୁଙ୍କୁ କହିଲା, “ପରମେଶ୍ୱରଙ୍କ ରାଜ୍ୟରେ ଭୋଜନ କରୁଥିବା ଲୋକ ବହୁତ ଖୁସୀ ହେବ।”

16 ଯୀଶୁ ସେହି ଲୋକକୁ କହିଲେ, “ଥରେ ଜଣେ ଲୋକ ଗୋଟିଏ ବଡ଼ ରାତ୍ରିଭୋଜିର ବ୍ୟବସ୍ଥା କରିଥିଲେ। ସେ ବହୁତ ଲୋକଙ୍କୁ ନିମନ୍ତ୍ରଣ କରିଥିଲେ। 17 ଖାଇବା ସମୟ ହେବାରୁ ସେ ଅତିଥିମାନଙ୍କ ପାଖକୁ ଏହି କଥା କହିବା ପାଇଁ ନିଜ ଗ୍ଭକରକୁ ପଠାଇଲେ: ‘ଆସନ୍ତୁ, ଭୋଜନ ପ୍ରସ୍ତୁତି ହୋଇ ଗଲାଣି।’ 18 କିନ୍ତୁ ସମସ୍ତ ନିମନ୍ତ୍ରିତ ବ୍ୟକ୍ତିମାନେ କହିଲେ ଯେ, ସେମାନେ ଯାଇ ପାରିବେ ନାହିଁ। ପ୍ରତ୍ୟେକ ବାହାନା କରି କ୍ଷମା ମାଗି ରହିଗଲେ। ପ୍ରଥମ ଲୋକଟି କହିଲା, ‘ମୁଁ ଏବେ ଖଣ୍ଡେ ଜମି କିଣିଛି। ସେହି ଜମିଟି ଦେଖିବାକୁ ବର୍ତ୍ତମାନ ମୋତେ ଯିବାକୁ ପଡ଼ିବ। ଦୟାକରି ମୋତେ କ୍ଷମା କର।’ 19 ଆଉ ଜଣେ କହିଲା, ‘ମୁଁ ଏବେ ପାଞ୍ଚ ହଳ ବଳଦ କିଣିଛି। 20 ମୁଁ ତାହାଙ୍କୁ ପରଖିବାକୁ ଯିବାକୁ ବାହାରିଲିଣି। ଦୟାକରି ମୋତେ କ୍ଷମା କର।’ ତୃତୀୟ ଲୋକଟି କହିଲା, ‘ମୋର ତ ଏବେ ବାହାଘର ହୋଇଛି। ମୁଁ ଯାଇ ପାରିବି ନାହିଁ।’

21 “ତେଣୁ ଗ୍ଭକରଟି ଫେରି ଆସିଲା। ଯାହାସବୁ ଘଟିଥିଲା, ସେ ତା’ ମାଲିକକୁ ସବୁ କହିଲା, ଏହା ଶୁଣି ମାଲିକ ଖୁବ୍ ରାଗିଗଲେ ଓ କହିଲେ, “ନଗରର ରାସ୍ତା ଗଳିମାନଙ୍କୁ ଶୀଘ୍ର ଦୌଡ଼ିଯାଅ, ଏବଂ ଦୀନଦୁଃଖୀ, ପଙ୍ଗୁ, ଅନ୍ଧ ଓ ଛୋଟାମାନଙ୍କୁ ଏଠାକୁ ନେଇଆସ।’

22 “ପରେ ଗ୍ଭକରଟି ତାହାଙ୍କୁ କହିଲା, “ମାଲିକ ତୁମ୍ଭେ ଯାହା କହିଲ, ମୁଁ ତ କଲି। ତଥାପି ଆଉ ଅଧିକ ଲୋକଙ୍କ ପାଇଁ ଜାଗା ବଳିଛି।’ 23 ମାଲିକ ଗ୍ଭକରକୁ କହିଲେ, ‘ରାଜପଥ ଓ ଗ୍ରାମପଥକୁ ଗ୍ଭଲିଯାଅ। ସେଠାରେ ଥିବା ଲୋକଙ୍କୁ ଆସିବାକୁ କୁହ। ମୁଁ ଗ୍ଭହେଁ, ମୋ’ ଘର ପୁରାପୁରି ଭରିଯାଉ।’ 24 ଯେଉଁମାନଙ୍କୁ ମୁଁ ପ୍ରଥମେ ନିମନ୍ତ୍ରଣ କରିଥିଲି, ସେମାନଙ୍କ ମଧ୍ୟରୁ ଜଣେ ହେଲେ ମଧ୍ୟ ମୋ’ ସହିତ ଆଉ କେବେ ହେଁ ଭୋଜି ଖାଇବେ ନାହିଁ।’”

Read full chapter