ଲୂକ ଲିଖିତ ସୁସମାଗ୍ଭର 20:20-26
Odia Holy Bible: Easy-to-Read Version
ଯୀଶୁଙ୍କୁ ଫାନ୍ଦରେ ପକାଇବାକୁ ଯିହୂଦୀ ନେତାମାନଙ୍କ ଚେଷ୍ଟା
(ମାଥିଉ 22:15-22; ମାର୍କ 12:13-17)
20 ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ ଉପଯୁକ୍ତ ସମୟ ଅପେକ୍ଷାରେ ରହିଲେ। ସେମାନେ ଯୀଶୁଙ୍କ ପାଖକୁ କେତେକ ଗୁପ୍ତଚର ପଠାଇଲେ। ସେମାନେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସେମାନେ ଯୀଶୁଙ୍କ କହୁଥିବା କଥାରେ କିଛି ଭୁଲ୍ ବିଷୟ ଖୋଜି ବାହାର କରିବାକୁ ଗ୍ଭହୁଁଥିଲେ। କାରଣ ଯଦି ସେମାନେ ଯୀଶୁଙ୍କର କିଛି ଭୁଲ୍ ଦେଖି ପାରିବେ, ତେବେ ସେମାନେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତରେ ଯୀଶୁଙ୍କୁ ଦେଇଦେବେ। 21 ସେହି ଲୋକମାନେ ଯୀଶୁଙ୍କୁ କହିଲେ, “ଗୁରୁ, ଆମ୍ଭେ ଜାଣିଛୁ ଯେ ଆପଣ ଯାହା କହୁଛନ୍ତି ଓ ଉପଦେଶ ଦେଉଛନ୍ତି, ସେ ସବୁ ଠିକ୍। ଆପଣ କାହାପ୍ରତି ପକ୍ଷପାତପୂର୍ଣ୍ଣ ଆଚରଣ କରୁ ନାହାନ୍ତି। ଆପଣ ପରମେଶ୍ୱରଙ୍କ ମାର୍ଗ ବିଷୟରେ ଯେଉଁ ଉପଦେଶ ଦେଉଛନ୍ତି, ତାହା ସତ୍ୟ। 22 ଆମ୍ଭକୁ କୁହ। କାଇସରଙ୍କୁ କର ଦେବା ଆମ୍ଭ ପକ୍ଷେ ଠିକ୍ ହେବ କି ନାହିଁ?”
23 କିନ୍ତୁ ଯୀଶୁ ଜାଣିଥିଲେ ଯେ ଏହି ଲୋକମାନେ ତାହାଙ୍କୁ ଫାନ୍ଦରେ ପକାଇବାକୁ ଗ୍ଭହୁଁଛନ୍ତି। ତେଣୁ ଯୀଶୁ ସେମାନଙ୍କୁ କହିଲେ, 24 “ମୋତେ ଗୋଟିଏ ମୁଦ୍ରା ଦେଖାଅ, ମୁଦ୍ରା ଉପରେ କାହାର ନାମ ଅଛି ଏବଂ କାହାର ଛବି ଅଛି?”
ସେମାନେ କହିଲେ, “କାଇସରଙ୍କର।”
25 ଯୀଶୁ ସେମାନଙ୍କୁ କହିଲେ, “ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦେଇଦିଅ, ଯାହା ପରମେଶ୍ୱରଙ୍କର ତାହା ପରମେଶ୍ୱରଙ୍କୁ ଦେଇଦିଅ।”
26 ଲୋକମାନେ ଯୀଶୁଙ୍କର ଏହି ବୁଦ୍ଧିପୂର୍ଣ୍ଣ ଉତ୍ତର ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କିଛି କହି ପାରିଲେ ନାହିଁ। ସେମାନେ ଯୀଶୁଙ୍କୁ ସମସ୍ତଙ୍କ ଆଗରେ ଫାନ୍ଦରେ ପକାଇ ପାରିଲେ ନାହିଁ। ଯୀଶୁ ଏଭଳି କିଛି କହିଲେ ନାହିଁ, ଯାହାକୁ ସେମାନେ ଯୀଶୁଙ୍କ ବିରୁଦ୍ଧରେ ବ୍ୟବହାର କରି ପାରିବେ।
Read full chapter2010 by Bible League International