Add parallel Print Page Options

ଖ୍ରୀଷ୍ଟ କ’ଣ ଦାଉଦଙ୍କ ପୁତ୍ର

(ମାଥିଉ 22:41-46; ମାର୍କ 12:35-37)

41 ତା'ପରେ ଯୀଶୁ କହିଲେ, “ଲୋକେ କାହିଁକି କହୁଛନ୍ତି ଯେ ଖ୍ରୀଷ୍ଟ ଦାଉଦଙ୍କ ପୁତ୍ର? 42 ଗୀତସଂହିତାରେ ଦାଉଦ ନିଜେ କହିଛନ୍ତି:

‘ପ୍ରଭୁ ପରମେଶ୍ୱର ମୋର ପ୍ରଭୁ ଖ୍ରୀଷ୍ଟଙ୍କୁ କହିଲେ,
ମୋର ଡାହାଣ ପଟେ ମୋ’ ପାଖରେ ବସ।
43     ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ଶକ୍ତି ଅଧୀନରେ ରଖିବି।’(A)

44 ଦାଉଦ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ କହିଛନ୍ତି। କିନ୍ତୁ ଖ୍ରୀଷ୍ଟ ମଧ୍ୟ ଦାଉଦଙ୍କ ପୁତ୍ର। ଏ ଉଭୟ କଥା କିପରି ସତ୍ୟ ହୋଇ ପାରିବ?”

Read full chapter