Add parallel Print Page Options

15 ଯୀଶୁ ସେମାନଙ୍କୁ କହିଲେ, “ମୁଁ ମୋ’ ମୃତ୍ୟୁ ପୂର୍ବରୁ ତୁମ୍ଭମାନଙ୍କ ସହିତ ଏକାଠି ଏହି ନିସ୍ତାରପର୍ବର ଖାଦ୍ୟ ଖାଇବା ପାଇଁ ଏକାନ୍ତ ଇଚ୍ଛା କରିଥିଲିା 16 ମୁଁ ତୁମ୍ଭମାନଙ୍କୁ କହୁଛି, ପରମେଶ୍ୱରଙ୍କ ରାଜ୍ୟରେ ଏହାର ବାସ୍ତବ ଅର୍ଥ ସ୍ପଷ୍ଟ ନ ହେବା ପର୍ଯ୍ୟନ୍ତ ମୁଁ କେବେ ହେଲେ ନିସ୍ତାରପର୍ବର ଖାଦ୍ୟ ଆଉ ଖାଇବି ନାହିଁ।”

17 ତା'ପରେ ଯୀଶୁ ଗୋଟିଏ ପାତ୍ରରେ ଅଙ୍ଗୁରରସ ନେଲେ। ଏଥିପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ସେ କହିଲେ “ଏହି ପାତ୍ର ନିଅ, ଏଥିରେ ଥିବା ଅଙ୍ଗୁରରସ ସମସ୍ତଙ୍କୁ ଦିଅ।” 18 ମୁଁ ତୁମ୍ଭମାନଙ୍କୁ କହୁଛି ପରମେଶ୍ୱରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ପୁନର୍ବାର ଦ୍ରାକ୍ଷାରସ ପାନ କରିବି ନାହିଁ।”

19 ତା'ପରେ ଯୀଶୁ କିଛି ରୋଟୀ ନେଲେ। ରୋଟୀ ପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ସେ ରୋଟୀକୁ ଖଣ୍ଡ ଖଣ୍ଡ କରି ତାହା ପ୍ରେରିତମାନଙ୍କୁ ଦେଲେ। ତା'ପରେ ଯୀଶୁ କହିଲେ, “ଏହି ରୋଟୀ ମୋର ଶରୀର। ଏହା ମୁଁ ତୁମ୍ଭମାନଙ୍କ ପାଇଁ ଦେଉଛି। ମୋତେ ମନେ ରଖିବା ପାଇଁ ଏହା କର।” 20 ସେହିଭଳି ରାତ୍ର ଭୋଜନ ପରେ ଯୀଶୁ ଦ୍ରାକ୍ଷାରସର ପାତ୍ରଟି ଧରି କହିଲେ। “ଏହି ଦ୍ରାକ୍ଷାରସ ଦର୍ଶାଏ ଯେ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ସହିତ ଗୋଟିଏ ନୂଆ ଚୁକ୍ତି କରି ଅଛନ୍ତି। ମୁଁ ତୁମ୍ଭମାନଙ୍କୁ ଦେଉଥିବା ମୋର ରକ୍ତରେ ଏହି ଚୁକ୍ତି ଆରମ୍ଭ ହୁଏ।”[a]

Read full chapter

Footnotes

  1. ଲୂକ ଲିଖିତ ସୁସମାଗ୍ଭର 22:20 କେତେକ ଗ୍ରୀକ୍ ପୁସ୍ତକରେ ପଦ-19ର ଶେଷ ଅଂଶ ଓ ସମ୍ପୂର୍ଣ୍ଣ ପଦ-20 ନାହିଁ।