Add parallel Print Page Options

ଯୀଶୁ ମୃତ୍ୟୁରୁ ପୁନରୁ‌ତ୍‌ଥାନ ଖବର

(ମାଥିଉ 28:1-10; ମାର୍କ 16:1-8; ଯୋହନ 20:1-10)

24 ସପ୍ତାହର ପ୍ରଥମ ଦିନ ଅତି ସକାଳୁ ସେହି ସ୍ତ୍ରୀ ଲୋକମାନେ ଯେଉଁଠାରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସେହି ସ୍ଥାନକୁ ଆସିଲେ। ସେମାନେ ନିଜେ ପ୍ରସ୍ତୁତ କରିଥିବା ସୁଗନ୍ଧିତ ଦ୍ରବ୍ୟ ସଙ୍ଗରେ ଆଣିଥିଲେ। ସମାଧି ବନ୍ଦ କରିବା ପାଇଁ ତା'ର ପ୍ରବେଶ ଦ୍ୱାରରେ ଗୋଟିଏ ବଡ଼ ପଥର ଦିଆ ଯାଇଥିଲା। ସ୍ତ୍ରୀ ଲୋକମାନେ ଦେଖିଲେ ଯେ ପଥରଟି ଗଡ଼ି ଯାଇଛି। ସେମାନେ ଭିତରକୁ ଗଲେ। କିନ୍ତୁ ସେମାନେ ସେଠାରେ ପ୍ରଭୁ ଯୀଶୁଙ୍କ ଶରୀରକୁ ପାଇଲେ ନାହିଁ। ସ୍ତ୍ରୀଲୋକମାନେ ଏ ଘଟଣାର ରହସ୍ୟ କିଛି ବୁଝି ପାରିଲେ ନାହିଁ। ଏହି ଘଟଣାରେ ସେମାନେ ବିସ୍ମିତ ହୋଇଯାଇଥିବା ସମୟରେ ଉଜ୍ଜ୍ୱଳ ପୋଷାକ ପିନ୍ଧି ଦୁଇଜଣ ସ୍ୱର୍ଗଦୂତ ସେମାନଙ୍କ ପାଖରେ ଠିଆ ହେଲେ। ସ୍ତ୍ରୀ ଲୋକମାନେ ଖୁବ୍ ଡରିଗଲେ। ସେମାନେ ତାହାଙ୍କର ମୁଣ୍ଡ ନୁଆଁଇଲେ। ସେହି ଦୁଇଜଣ ଦୂତ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଜଣେ ମୃତ ଲୋକକୁ ଏଠାରେ କାହିଁକି ଖୋଜୁଛ? ଏହା ତ ମୃତ ଲୋକମାନଙ୍କର ସ୍ଥାନ। ଯୀଶୁ ଏଠାରେ ନାହାନ୍ତି, ସେ ମୃତ୍ୟୁରୁ ଜୀବିତ ହୋଇ ଉଠିଛନ୍ତି। ସେ ଗାଲିଲୀରେ ଥିଲା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କ’ଣ କହିଥିଲେ, ତାହା ତୁମ୍ଭମାନଙ୍କର ମନେ ପଡ଼ୁଛି କି? ଯୀଶୁ କହିଥିଲେ ଯେ, ମନୁଷ୍ୟୁପୁତ୍ରଙ୍କୁ ଦୁଷ୍ଟ ଲୋକଙ୍କ ହାତରେ କ୍ରୁଶରେ ମାରି ଦିଆଯିବା ପାଇଁ ଅବଶ୍ୟ ଦେଇ ଦିଆଯିବ। କିନ୍ତୁ ସେ ପୁଣି ମୃତ୍ୟୁରୁ ତୃତୀୟ ଦିନ ଜୀବିତ ହୋଇ ଉଠିବେ।” ତା'ପରେ ଯୀଶୁ ଯାହା କହିଥିଲେ, ସେ କଥା ସ୍ତ୍ରୀଲୋକମାନେ ମନେ ପକାଇଲେ।

ସେହି ସ୍ତ୍ରୀଲୋକମାନେ ସମାଧି ସ୍ଥାନ ଛାଡ଼ି ଏଗାର ଜଣ ପ୍ରେରିତ ଓ ସମସ୍ତ ଅନ୍ୟ ଶିଷ୍ୟମାନଙ୍କ ପାଖରେ ଯାଇ ପହଞ୍ଚିଲେ। ସମାଧି ଭିତରେ ଯାହା ଘଟିଥିଲା, ସେତକ ଗୋଟି ଗୋଟି କରି ସେମାନଙ୍କୁ କହିଲେ। 10 ସେହି ସ୍ତ୍ରୀ ଲୋକମାନଙ୍କ ମଧ୍ୟରେ ମ‌ଗ୍‌ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମା ମରିୟମ ଓ ଅନ୍ୟମାନେ ଥିଲେ। ଏମାନେ ପ୍ରେରିତମାନଙ୍କୁ ସବୁ ବିଷୟ ଜଣାଇଲେ। 11 କିନ୍ତୁ ପ୍ରେରିତମାନେ ସ୍ତ୍ରୀଲୋକମାନଙ୍କ କଥାରେ ଆଦୌ ବିଶ୍ୱାସ କଲେ ନାହିଁ। ସେମାନଙ୍କୁ ଏହା ପାଗଳ କଥା ପରି ଲାଗିଲା। 12 କିନ୍ତୁ ପିତର ଉଠି ପଡ଼ିଲେ। ଏ କଥା ଠିକ୍ କି ନୁହେଁ, ତାହା ଦେଖିବା ପାଇଁ ସେ ସମାଧି ପାଖକୁ ଦୌଡ଼ିଗଲେ। ସେ ଭିତରକୁ ଗ୍ଭହିଁଲେ। କିନ୍ତୁ ସେ କେବଳ ଯୀଶୁଙ୍କ ଉପରେ ଘୋଡ଼ାଇ ଦିଆଯାଇଥିବା ଲୁଗାପଟି ସେଠାରେ ଦେଖିଲେ। ଯୀଶୁଙ୍କ ଶରୀର ସେଠାରେ ନ ଥିଲା। ଯାହା ଘଟି ଯାଇଥିଲା, ସେଥିରେ ସେ ଆଶ୍ଚର୍ଯ୍ୟ ହୋଇ ଏକାକୀ ରହିବା ପାଇଁ ଗ୍ଭଲିଗଲେ।

Read full chapter