Add parallel Print Page Options

ଯୀଶୁ ପିତରଙ୍କ ଶାଶୁକୁ ସୁସ୍ଥ କଲେ

(ମାଥିଉ 8:14-17; ମାର୍କ 1:29-34)

38 ଯୀଶୁ ସମାଜଗୃହ ଛାଡ଼ି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା। ସେମାନେ ଯୀଶୁଙ୍କୁ, ତାହାଙ୍କୁ ସାହାଯ୍ୟ କରିବା ପାଇଁ କହିଲେ। 39 ଯୀଶୁ ତାହାଙ୍କର ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ। ତାହାଙ୍କର ଜ୍ୱର ଛାଡ଼ିଗଲା। ତା'ପରେ ସେ ଉଠି ସେମାନଙ୍କର ସେବାରେ ଲାଗିପଡ଼ିଲେ।

ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କଲେ

40 ସୂର୍ଯ୍ୟ ଅସ୍ତ ହୋଇଯିବା ପରେ ଲୋକମାନେ ସେମାନଙ୍କର ରୋଗୀ ଲୋକମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ସେମାନଙ୍କଠାରେ ବିଭିନ୍ନ ପ୍ରକାରର ରୋଗ ଥିଲା। ଯୀଶୁ ନିଜ ହାତ ରୋଗୀମାନଙ୍କ ଉପରେ ରଖି ସେମାନଙ୍କୁ ସୁସ୍ଥ କରିଦେଲେ। 41 ଆଉ ମଧ୍ୟ ସେମାନଙ୍କ ମଧ୍ୟରେ ଥିବା ଅନେକଙ୍କ ଭିତରୁ ଦୁଷ୍ଟାତ୍ମାମାନେ ବାହାରି ଆସିଲେ। ଦୁଷ୍ଟାତ୍ମାମାନେ ଚିତ୍କାର କରୁ ଥିଲେ, “ତୁମ୍ଭେ ପରମେଶ୍ୱରଙ୍କର ପୁତ୍ର।” କିନ୍ତୁ ଯୀଶୁ ଦୁଷ୍ଟାତ୍ମାମାନଙ୍କୁ ଚୁପ୍ ରହିବା ପାଇଁ କଠୋର ଆଜ୍ଞା ଦେଲେ। କାରଣ ସେହି ଦୁଷ୍ଟାତ୍ମାମାନେ ଜାଣିଥିଲେ ଯେ ଯୀଶୁ ହେଉଛନ୍ତି ସ୍ୱୟଂ ଖ୍ରୀଷ୍ଟ।

Read full chapter