Add parallel Print Page Options

ଜଣେ ଲୋକ ଭୂତ କବଳରୁ ମୁକ୍ତି

(ମାଥିଉ 8:28-34; ମାର୍କ 5:1-20)

26 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗାଲିଲୀରୁ ହ୍ରଦର ଅପର ପାର୍ଶ୍ୱକୁ ଗଲେ। ସେମାନେ ଗରାଶୀୟମାନେ ରହୁଥିବା ଅଞ୍ଚଳରେ ପହଞ୍ଚିଲେ। 27 ଯୀଶୁ ଡଙ୍ଗାରୁ ବାହାରକୁ ବାହାରିବା ସମୟରେ ଜଣେ ଲୋକ ନଗରରୁ ଯୀଶୁଙ୍କ ପାଖକୁ ଆସିଲା। ଏହି ଲୋକଟି ଦେହରେ ଭୂତଟିଏ ପ୍ରବେଶ କରିଥିଲା। ଅନେକ ଦିନ ଧରି ସେ ଲୁଗା ପିନ୍ଧୁ ନ ଥିଲା କି ଘରେ ମଧ୍ୟ ରହୁ ନ ଥିଲା। ସେ କବର ସ୍ଥାନରେ ରହୁଥିଲା।

28-29 ଭୂତ ଅନେକ ଥର ଲୋକଟିକୁ କବଳିତ କରୁଥିଲା। ଏହି ସମୟରେ ତା’ ହାତରେ ହାତକଡ଼ି ଓ ଗୋଡ଼ରେ ବେଡ଼ି ପକାଇ ପହରା ଭିତରେ ରଖା ଯାଉଥିଲା। କିନ୍ତୁ ସେ ସବୁବେଳେ ସେ ସବୁ ଛିଣ୍ଡାଇ ଦେଉଥିଲା ଓ ତା’ ଦେହରେ ଥିବା ଭୂତ ତାହାକୁ ଲୋକେ ରହୁ ନ ଥିବା ନିଛାଟିଆ ଜାଗାକୁ ତଡ଼ି ନେଉଥିଲା। ଯୀଶୁ ଭୂତକୁ ସେହି ଲୋକଟି ଦେହରୁ ବାହାରି ଆସିବାକୁ ଆଜ୍ଞା ଦେଲେ। ଲୋକଟି ଯୀଶୁଙ୍କ ଆଗରେ ପଡ଼ିଯାଇ ଉଚ୍ଚ ସ୍ୱରରେ ପାଟି କରି କହିଲା, “ହେ ସର୍ବୋପରିସ୍ଥଙ୍କ ପୁତ୍ର ଯୀଶୁ! ତୁମ୍ଭେ ମୋ'ଠାରୁ କ’ଣ ଗ୍ଭହୁଁଛ? ମୁଁ ଅନୁରୋଧ କରୁଛି, ମୋତେ ଦଣ୍ଡ ଦିଅ ନାହିଁ।”

30 ଯୀଶୁ ତାକୁ ପଗ୍ଭରିଲେ, “ତୋର ନାମ କ’ଣ?”

ଲୋକଟି କହିଲା, “ବାହିନୀ”[a] ସେ ତା’ ନାମ “ବାହିନୀ” କହିବାର କାରଣ ହେଲା ବହୁତ ଭୂତ ତା’ ଦେହରେ ପ୍ରବେଶ କରିଥିଲେ। 31 ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ ସେ ସେମାନଙ୍କୁ ଅନନ୍ତ ନର୍କକୁ ପଠାଇ ନ ଦିଅନ୍ତୁ। 32 ସେତେବେଳେ ସେହି ପାହାଡ଼ ଉପରେ ଏକ ବଡ଼ ଘୁଷୁରିଦଳ ଚରୁଥିଲେ। ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ ସେ ସେମାନଙ୍କୁ ଘୁଷୁରିମାନଙ୍କ ଦେହକୁ ଯିବାକୁ ଅନୁମତି ଦିଅନ୍ତୁ। ଯୀଶୁ ସେମାନଙ୍କୁ ତାହା କରିବାକୁ ଅନୁମତି ଦେଇଦେଲେ। 33 ତା'ପରେ ଭୂତମାନେ ଲୋକଟି ଦେହରୁ ବାହାରି ଆସିଲେ ଓ ଘୁଷୁରିମାନଙ୍କ ଦେହକୁ ଗ୍ଭଲିଗଲେ। ଦଳକଯାକ ଘୁଷୁରି ସେହି ପାହାଡ଼ ଉପରୁ ହ୍ରଦ ଭିତରକୁ ଦୌଡ଼ିଗଲେ ଓ ସମସ୍ତେ ବୁଡ଼ିଗଲେ।

34 ଏ ଘଟଣା ଦେଖି ଘୁଷୁରି ଜଗୁଆଳମାନେ ସେଠାରୁ ପଳାଇଲେ। ସେମାନେ ଯାଇ ନଗର ଓ ପଲ୍ଲୀରେ ଥିବା ଲୋକମାନଙ୍କୁ ଏହି କଥା କହିଲେ। 35 ଲୋକମାନେ ଏହି ଘଟଣା ଦେଖିବା ପାଇଁ ବାହାରି ଆସିଲେ। ସେମାନେ ଯୀଶୁଙ୍କ ପାଦତଳେ ସେହି ଲୋକଟିକୁ ବସିଥିବାର ଦେଖିଲେ। ଲୋକଟି ଲୁଗା ପିନ୍ଧିଥିଲା ଓ ତା'ମନ ପୁରାପୁରୀ ବଦଳି ଯାଇଥିଲା। ତା’ ଦେହରୁ ଭୂତମାନେ ବାହାରି ଯାଇଥିଲେ। ଏହା ଦେଖି ସମସ୍ତେ ଡରିଗଲେ। 36 ଯେଉଁମାନେ ଏହି ଘଟଣା ଦେଖିଥିଲେ, ସେମାନେ ସମସ୍ତେ ଅନ୍ୟ ଲୋକମାନଙ୍କୁ କହିବାକୁ ଲାଗିଲେ, ଯେ ଭୂତ କବଳିତ ଲୋକଟି କିପରି ଭଲ ହୋଇଗଲା। 37 ସେ ଅଞ୍ଚଳର ସମସ୍ତ ଲୋକ ଯୀଶୁଙ୍କୁ ସେହି ସ୍ଥାନରୁ ଗ୍ଭଲିଯିବା ପାଇଁ ଅନୁରୋଧ କଲେ। କାରଣ ସେମାନେ ସମସ୍ତେ ବହୁତ ଡରି ଯାଇଥିଲେ।

ତେଣୁ ଯୀଶୁ ଡଙ୍ଗାରେ ବସି ଗାଲିଲୀ ଫେରିଗଲେ। 38 କିନ୍ତୁ ଯେଉଁ ଲୋକଠାରୁ ଦେହରୁ ଭୂତଗୁଡ଼ିକ ବାହାରି ସାରିଥିଲେ, ସେ ଯୀଶୁଙ୍କ ସହିତ ଯିବାକୁ ଅନୁରୋଧ କଲା। କିନ୍ତୁ ଯୀଶୁ ଲୋକଟିକୁ ଏହା କହି ଘରକୁ ପଠାଇଦେଲେ: 39 “ଘରକୁ ଫେରିଯାଅ। ପରମେଶ୍ୱର ତୁମ୍ଭ ପାଇଁ ଯାହା କରିଛନ୍ତି ତାହା ଲୋକମାନଙ୍କୁ କୁହ।”

ତେଣୁ ଲୋକଟି ଫେରିଗଲା ଓ ଯୀଶୁ ତା’ ପାଇଁ ଯାହା କରିଥିଲେ, ତାହା ନଗର ସାରା ସମସ୍ତଙ୍କୁ କହି ବୁଲିଲା।

Read full chapter

Footnotes

  1. ଲୂକ ଲିଖିତ ସୁସମାଗ୍ଭର 8:30 ବାହିନୀ ଏହାର ଅର୍ଥ ବହୁତ ବେଶୀ। ପ୍ରାଚୀନ ରୋମୀୟ ସୈନ୍ୟବାହିନୀରେ ଗୋଟିଏ ବାହିନୀରେ ପ୍ରାୟ 5,000 ସୈନ୍ୟ ରହୁଥିଲେ।