Add parallel Print Page Options

ଯୀଶୁ କହିଲେ ଯେ, ସେ ନିଶ୍ଚୟ ମୃତ୍ୟୁବରଣ କରିବେ

(ମାଥିଉ 16:21-28; ମାର୍କ 8:31–9:1)

22 “ଏ କଥା ସତ୍ୟ ଯେ ମନୁଷ୍ୟପୁତ୍ର ଅନେକ ଯାତନା ନିଶ୍ଚୟ ଭୋଗ କରିବେ। ପ୍ରାଚୀନ ଯିହୂଦୀ ନେତା, ପ୍ରଧାନଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କୁ ଅସ୍ୱୀକାର କରିବେ। ମନୁଷ୍ୟପୁତ୍ରଙ୍କୁ ମାରିଦେବେ। କିନ୍ତୁ ତିନି ଦିନ ପରେ ସେ ପୁଣି ମୃତ୍ୟୁରୁ ପୁନରୁ‌ତ୍‌ଥିତ ହେବେ।”

23 ଯୀଶୁ ପୁଣି ସେମାନଙ୍କୁ କହିବାକୁ ଲାଗିଲେ, “ଯଦି କେହି ମୋର ଅନୁସରଣ କରିବାକୁ ଗ୍ଭହୁଁଥାଏ, ତେବେ ତାହାକୁ ନିଜର ସମସ୍ତ କାମନା ତ୍ୟାଗ କରିବାକୁ ପଡ଼ିବ। ପ୍ରତିଦିନ ତାହାକୁ ଦିଆଯାଇଥିବା କ୍ରୁଶକୁ ଗ୍ରହଣ କରିବାକୁ ହେବ, ଏବଂ ସେ ମୋର ଅନୁସରଣ କରିବ। 24 ଯେଉଁ ଲୋକ ନିଜ ଜୀବନ ରକ୍ଷା କରିବାକୁ ଗ୍ଭହିଁବ, ସେ ତାହା ହରାଇ ବସିବ। ଏବଂ ଯେଉଁ ଲୋକ ମୋ’ ପାଇଁ ତାହାର ଜୀବନ ଦେବ, ସେ ତାହାକୁ ରକ୍ଷା କରିବ। 25 ଯଦି ଜଣେ ସାରା ସଂସାର ପାଇ ଶେଷରେ ମରିଯାଏ ବା ହଜିଯାଏ, ତାହାହେଲେ ଲାଭ କ’ଣ? 26 ଯଦି କୌଣସି ଲୋକ ମୋ’ ପାଇଁ ବା ମୋ’ ଉପଦେଶ ପାଇଁ ଲଜ୍ଜିତ ହୋଇଥାଏ, ତେବେ ମୁଁ ମଧ୍ୟ ତା’ ପାଇଁ ଲଜ୍ଜିତ ହେବି। ଯେତେବେଳେ ମନୁଷ୍ୟପୁତ୍ର ନିଜ ମହିମା, ପରମପିତାଙ୍କ ମହିମା ଓ ପବିତ୍ର ସ୍ୱର୍ଗଦୂତଙ୍କ ମହିମା ସହିତ ଆଗମନ କରିବେ, ସେତେବେଳେ ସେ ତା’ ପାଇଁ ଲଜ୍ଜିତ ହେବେ। 27 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ ତୁମ୍ଭମାନଙ୍କ ଭିତରୁ ଏଠାରେ ଠିଆ ହୋଇଥିବା କେତେକ ଲୋକ ମୃତ୍ୟୁ ପୂର୍ବରୁ ପରମେଶ୍ୱରଙ୍କ ରାଜ୍ୟ ଦେଖିବେ।”

Read full chapter