Add parallel Print Page Options

ପିତର କହନ୍ତି ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ

(ମାଥିଉ 16:13-20; ଲୂକ 9:18-21)

27 ତା'ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରୀଆ ଫିଲି‌ପ୍‌ପୀ ଅଞ୍ଚଳର ଗାଁମାନଙ୍କୁ ଗଲେ। ବାଟରେ ସେ ତାହାଙ୍କ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ମୁଁ କିଏ ବୋଲି ଲୋକେ କ’ଣ କହୁଛନ୍ତି?”

28 ସେମାନେ କହିଲେ, “କେତେକ ଲୋକ କହୁଛନ୍ତି, ଆପଣ ବାପ୍ତିଜକ ଯୋହନ; ଅନ୍ୟମାନେ କହୁଛନ୍ତି ଆପଣ ଏଲିୟ; ଏବଂ ଆଉ କେତେକ କହୁଛନ୍ତି ଆପଣ ଭାବବାଦୀମାନଙ୍କ ମଧ୍ୟରୁ ଜଣେ।”

29 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ମୁଁ କିଏ ବୋଲି ତୁମ୍ଭେମାନେ କ’ଣ କହୁଛ?”

ପିତର ଉତ୍ତର ଦେଲେ, “ଆପଣ ଖ୍ରୀଷ୍ଟ।”

30 ତା'ପରେ ଯୀଶୁ ସେମାନଙ୍କୁ ଚେତାବନୀ ଦେଇ କହିଲେ, “ମୁଁ କିଏ ବୋଲି ତୁମ୍ଭେମାନେ କାହାରିକୁ କିଛି କୁହ ନାହିଁ।”

ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ଭବିଷ୍ୟ‌ଦ୍‌ବାଣୀ

(ମାଥିଉ 16:21-28; ଲୂକ 9:22-27)

31 ତା'ପରେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଆରମ୍ଭ କଲେ, “ମନୁଷ୍ୟପୁତ୍ରଙ୍କୁ ବହୁତ ଯାତନା ଭୋଗ କରିବାକୁ ହେବ। ପ୍ରାଚୀନ ଓ ଯିହୂଦୀ ନେତା, ପ୍ରଧାନଯାଜକ ତଥା ଧର୍ମଶାସ୍ତ୍ରୀମାନେ ତାହାଙ୍କୁ ସ୍ୱୀକାର କରିବେ ନାହିଁ। ନିଶ୍ଚିତ ରୂପରେ ତାହାଙ୍କୁ ମାରି ଦିଆଯିବ ଓ ସେ ମୃତ୍ୟୁର ତୃତୀୟ ଦିନ ପୁଣି ମୃତ୍ୟୁରୁ ପୁନରୁ‌ତ୍‌ଥାନ ହେବେ।” 32 ଯାହାସବୁ ଘଟିବ ସେ ସମସ୍ତ କଥା ଯୀଶୁ ସେମାନଙ୍କୁ କହିଦେଲେ। ସେ କିଛି ହେଲେ ଲୁଗ୍ଭଇ ରଖିଲେ ନାହିଁ।

ପିତର ଯୀଶୁଙ୍କୁ ଗୋଟିଏ ପାଖକୁ ଅଲଗା ନେଇ ସେ ଏସବୁ କହିଥିବା ଯୋଗୁଁ ତାହାଙ୍କୁ ସମାଲୋଚନା କଲେ। 33 ଯୀଶୁ ପଛ ପଟକୁ ବୁଲି ଶିଷ୍ୟମାନଙ୍କ ଉପରେ ଦୃଷ୍ଟି ପକାଇଲେ ଏବଂ ପିତରଙ୍କୁ ସମାଲୋଚନା କରି କହିଲେ, “ଶୟତାନ, ମୋ'ଠାରୁ ଦୂର ହୁଅ। ତୁମ୍ଭେ ପରମେଶ୍ୱରଙ୍କ ବିଗ୍ଭର ଭଳି ବିଗ୍ଭର କରୁ ନାହଁ, ଲୋକମାନେ ଯେଉଁଭଳି ବିଗ୍ଭର କରୁଛନ୍ତି, ତୁମ୍ଭେ ସେହିଭଳି ଭାବୁଛ।”

34 ତା'ପରେ ଯୀଶୁ ସବୁ ଲୋକଙ୍କୁ ପାଖକୁ ଡାକିଲେ। ତାହାଙ୍କ ସହିତ ଶିଷ୍ୟମାନେ ମଧ୍ୟ ସେଠାରେ ଥିଲେ। ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ଲୋକ ମୋତେ ଅନୁସରଣ କରିବାକୁ ଗ୍ଭହୁଁଛି, ଯାହାକିଛି ସେ ଗ୍ଭହୁଁଛି, ସେ ସବୁକୁ ଛାଡ଼ି, ନିଜ କ୍ରୁଶକୁ ବହନ କରି ମୋ’ ପଛରେ ଆସୁ। 35 କାରଣ ଯେଉଁ ଲୋକ ନିଜ ଜୀବନକୁ ବଞ୍ଚାଇବାକୁ ଗ୍ଭହିଁବ, ସେ ତାହା ହରାଇବ। ଯେଉଁ ଲୋକ ମୋ’ ପାଇଁ ଓ ସୁସମାଗ୍ଭର ପାଇଁ ନିଜ ଜୀବନ ତ୍ୟାଗ କରିବ, ସେ ତା’ ଜୀବନକୁ ଚିର ଦିନ ଲାଗି ରକ୍ଷା କରିବ। 36 ଯଦି କୌଣସି ଲୋକ ସମସ୍ତ ପୃଥିବୀକୁ ଲାଭ କରେ କିନ୍ତୁ ନିଜର ଜୀବନ ହରେଇ ବସେ, ତେବେ ସେଥିରେ କ’ଣ ଲାଭ ଅଛି? 37 କାରଣ କୌଣସି ଲୋକ ଯେତେ ଅର୍ଥ ଦେଲେ ମଧ୍ୟ ତା ବଦଳରେ ନିଜ ଜୀବନ ପୁଣି ଥରେ ଫେରି ପାଇ ପାରିବ ନାହିଁ। 38 ଏହି ଯୁଗର ଲୋକେ ବର୍ତ୍ତମାନ ପାପ ଓ ବ୍ୟଭିଗ୍ଭରର ଖରାପ ସମୟରେ ବାସ କରୁଛନ୍ତି। ଯଦି କେହି ଲୋକ ମୋ’ ନାମ ଓ ମୋ’ ଉପଦେଶ ଯୋଗୁଁ ଲଜ୍ଜା ବୋଧ କରେ ତେବେ ମନୁଷ୍ୟପୁତ୍ର ଯେତେବେଳେ ସ୍ୱର୍ଗ ଦୂତମାନଙ୍କ ସହିତ ନିଜ ପରମପିତାଙ୍କ ମହିମା ସହିତ ଆସିବେ, ସେତେବେଳେ ସେ ମଧ୍ୟ ସେହି ଲୋକ ଯୋଗୁଁ ଲଜ୍ଜା ବୋଧ କରିବେ।”

Read full chapter