Add parallel Print Page Options

ଯୀଶୁ ଦୁଷ୍ଟାତ୍ମାକୁ ସୁସ୍ଥ କଲେ

(ଲୂକ 4:31-37)

21 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଗଲେ। ବିଶ୍ରାମ ଦିବସ[a]ରେ ଯୀଶୁ ସମାଜଗୃହକୁ ଯାଇ ସେଠାରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ। 22 ଯୀଶୁଙ୍କ ଶିକ୍ଷା ଶୁଣି ସେଠାକାର ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ଯୀଶୁ ସେମାନଙ୍କୁ ଧର୍ମଶାସ୍ତ୍ରୀଙ୍କ ପରି ଶିକ୍ଷା ନ ଦେଇ ଜଣେ ଅଧିକାର ପାଇଥିବା ବ୍ୟକ୍ତିଙ୍କ ଭଳି ଶିକ୍ଷା ଦେଲେ। 23 ଯୀଶୁ ସମାଜଗୃହ[b]ରେ ଥିବା ସମୟରେ ସେଠାରେ ଏପରି ଜଣେ ଲୋକ ଥିଲା, ଯାହାଙ୍କର ଦେହରେ ଭୂତଟିଏ ପ୍ରବେଶ କରି ରହିଥିଲା। ସେ ଲୋକଟି ପାଟି କରି କହିଲା, 24 “ହେ ନାଜରିତୀୟ ଯୀଶୁ, ତୁମ୍ଭେ ଆମ୍ଭଠାରୁ କ’ଣ ଗ୍ଭହୁଁଛ? ତୁମ୍ଭେ କ’ଣ ଆମ୍ଭକୁ ଧ୍ୱଂସ କରିଦେବାକୁ ଆସିଛ? ତୁମ୍ଭେ କିଏ, ମୁଁ ତାହା ଜାଣେ। ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ବ୍ୟକ୍ତି।”

25 ଯୀଶୁ ଭର୍ତ୍ସନା କରି କହିଲେ, “ଚୁପ୍ କର, ଏହାଠାରୁ ବାହାରିଯା।” 26 ଦୁଷ୍ଟାତ୍ମା ଲୋକଟିକୁ ଦୋହଲାଇ ଦେଲା। ତା'ପରେ ସେ ଖୁବ୍ ଜୋ‌ର୍‌ରେ ଚିତ୍କାର କରି ସେହି ଲୋକଟି ଭିତରୁ ବାହାରି ଗଲା।

27 ଏହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ପରସ୍ପର କୁହାକୁହି ହେଲେ, “ଏଠାରେ କ’ଣ ସବୁ ଘଟୁଛି? ଏ ଲୋକଟି ଆମ୍ଭକୁ କିଛି ନୂଆ ଶିକ୍ଷା ଦେଉଛି ଏବଂ ସେ ଅଧିକାର ସହିତ ଶିକ୍ଷା ଦେଉଛି। ସେ ଭୂତମାନଙ୍କୁ ମଧ୍ୟ ଆଜ୍ଞା ଦେଉଛି ଓ ଭୂତମାନେ ତା’ କଥା ମାନୁଛନ୍ତି।” 28 ତେଣୁ ଯୀଶୁଙ୍କ ବିଷୟରେ ଗାଲିଲୀ ଅଞ୍ଚଳର ଗ୍ଭରିଆଡ଼େ ଖୁବ୍ ଶୀଘ୍ର ଖବର ବ୍ୟାପିଗଲା।

Read full chapter

Footnotes

  1. ମାର୍କ ଲିଖିତ ସୁସମାଗ୍ଭର 1:21 ବିଶ୍ରାମ ଦିବସ ଯିହୂଦୀ ସପ୍ତାହର ସପ୍ତମ ଦିବସ। ଏହି ଦିନଟି ସେମାନଙ୍କର ବିଶେଷ ପବିତ୍ର ଦିବସ।
  2. ମାର୍କ ଲିଖିତ ସୁସମାଗ୍ଭର 1:23 ସମାଜଗୃହ ଏଠାରେ ଯିହୂଦୀମାନେ ଧର୍ମଶାସ୍ତ୍ର ଅଧ୍ୟୟନ, ପ୍ରାର୍ଥନା ଓ ସାଧାରଣ ସଭା ପାଇଁ ଏକତ୍ରିତ ହୁଅନ୍ତି।