ମାର୍କ ଲିଖିତ ସୁସମାଗ୍ଭର 1:40-45
Odia Holy Bible: Easy-to-Read Version
ଗୋଟିଏ କୁଷ୍ଠରୋଗୀକୁ ଯୀଶୁ ସୁସ୍ଥ କଲେ
(ମାଥିଉ 8:1-4; ଲୂକ 5:12-16)
40 ଗୋଟିଏ କୁଷ୍ଠରୋଗୀ ଯୀଶୁଙ୍କ ପାଖକୁ ଆସିଲା। ସେ ଯୀଶୁଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରାର୍ଥନା କଲା, “ତୁମ୍ଭେ ଇଚ୍ଛା କଲେ ମୋତେ ଭଲ କରି ଦେଇ ପାରିବ। ସେହି ଶକ୍ତି ତୁମ୍ଭର ଅଛି।”
41 ସେହି ଲୋକଟି ଉପରେ ଯୀଶୁଙ୍କର କରୁଣା ଜାତ ହେଲା। ସେ ହାତ ବଢ଼େଇ ଲୋକଟିକୁ ଛୁଇଁଦେଲେ ଓ କହିଲେ, “ମୁଁ ତୁମ୍ଭକୁ ସୁସ୍ଥ କରିବାକୁ ଗ୍ଭହୁଁଛି, ତୁମ୍ଭେ ସୁସ୍ଥ ହୋଇଯାଅ।” 42 ତା'ର କୁଷ୍ଠରୋଗ ତତ୍କ୍ଷଣାତ୍ ଛାଡ଼ିଗଲା ଓ ସେ ସୁସ୍ଥ ହୋଇଗଲା।
43 ଯୀଶୁ ଲୋକଟିକୁ ଗ୍ଭଲି ଯିବାକୁ କହିଲେ, କିନ୍ତୁ ତାକୁ ଚେତାବନୀ ଦେଇ କହିଲେ, 44 “ମୁଁ ତୁମ୍ଭ ପାଇଁ ଯାହା କଲି ସେହି କଥା କାହାକୁ ହେଲେ କହିବ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଇ, ନିଜ ଦେହ ଦେଖାଅ। ତୁମ୍ଭେ ସୁସ୍ଥ ହୋଇ ଥିବାରୁ ମୋଶାଙ୍କ ଆଜ୍ଞା ଅନୁସାରେ, ପରମେଶ୍ୱରଙ୍କୁ ନୈବେଦ୍ୟ ଅର୍ପଣ କର। ତୁମ୍ଭେ ସୁସ୍ଥ ହୋଇ ଯାଇଛ ବୋଲି ଲୋକମାନଙ୍କ ଆଗରେ ପ୍ରମାଣ ରହିବ।” 45 ଲୋକଟି ସେହି ସ୍ଥାନ ଛାଡ଼ି ଗ୍ଭଲିଗଲା ଓ ଯାହାକୁ ଦେଖିଲା ତାହାକୁ କହିଲା ଯେ, ଯୀଶୁ ତାହାକୁ ସୁସ୍ଥ କରି ଦେଇଛନ୍ତି। ତେଣୁ ଯୀଶୁଙ୍କ ବିଷୟରେ ଖବର ଗ୍ଭରିଆଡ଼େ ବ୍ୟାପିବାକୁ ଲାଗିଲା। ଫଳରେ ଲୋକେ କାଳେ ଦେଖି ପକାଇବେ, ତେଣୁ ଯୀଶୁ କୌଣସି ନଗର ଭିତରକୁ ଆଉ ଯାଇ ପାରିଲେ ନାହିଁ। ସେ ଲୋକେ ରହୁ ନ ଥିବା ନିଛାଟିଆ ଜାଗାମାନଙ୍କରେ ରହିବାକୁ ଲାଗିଲେ। କିନ୍ତୁ ସମସ୍ତ ନଗରରୁ ଲୋକମାନେ ଯୀଶୁ ରହୁଥିବା ସ୍ଥାନକୁ ଆସିବାକୁ ଲାଗିଲେ।
Read full chapter2010 by Bible League International