Add parallel Print Page Options

ବିବାହ ବିଚ୍ଛେଦ ସମ୍ପର୍କରେ ଯୀଶୁଙ୍କ ଶିକ୍ଷା

(ମାଥିଉ 19:1-12)

10 ତା'ପରେ ଯୀଶୁ ସେ ସ୍ଥାନ ଛାଡ଼ିଦେଲେ। ସେ ଯିହୂଦା ଅଞ୍ଚଳ ଓ ଯର୍ଦ୍ଦନ ନଦୀର ଅପର ପାରିକୁ ଗଲେ। ପୁଣି ବହୁତ ଲୋକ ତାହାଙ୍କ ପାଖରେ ଜମା ହୋଇଗଲେ। ସବୁ ସମୟ ଭଳି ଯୀଶୁ ଲୋକମାନଙ୍କୁ ଶିକ୍ଷା ଦେଲେ।

କେତେକ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ ଯୀଶୁଙ୍କ ଭୁଲ୍ ଧରିବା ପାଇଁ ଚେଷ୍ଟା କଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଗ୍ଭରିଲେ, “ଜଣେ ପୁରୁଷ ତା'ର ସ୍ତ୍ରୀକୁ ଛାଡ଼ପତ୍ର ଦେବା କ’ଣ ଆଇନ ସଙ୍ଗତ କାର୍ଯ୍ୟ?”

ଯୀଶୁ କହିଲେ, “ମୋଶା ତୁମ୍ଭମାନଙ୍କୁ କ’ଣ ଆଜ୍ଞା ଦେଇଛନ୍ତି?”

ସେମାନେ କହିଲେ, “ଜଣେ ପୁରୁଷ ଛାଡ଼ପତ୍ର ପାଇଁ ପ୍ରମାଣପତ୍ର ଲେଖିଦେଇ ତା'ପରେ ନିଜ ସ୍ତ୍ରୀକୁ ଛାଡ଼ି ଦେଇ ପାରିବ ବୋଲି, ମୋଶା କହିଥିଲେ।”

ଯୀଶୁ ସେମାନଙ୍କୁ କହିଲେ, “ମୋଶା ତୁମ୍ଭମାନଙ୍କ ପାଇଁ ଏହି ଆଜ୍ଞା ଲେଖିଥିଲେ, କାରଣ ତୁମ୍ଭେମାନେ ପରମେଶ୍ୱରଙ୍କ ଉପଦେଶ ମାନିବାକୁ ମନାକଲ। କିନ୍ତୁ ପରମେଶ୍ୱର ଯେତେବେଳେ ଜଗତ ସୃଷ୍ଟି କଲେ, ‘ସେ ଲୋକଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।’(A) “ଏଣୁ ଜଣେ ପୁରୁଷ ନିଜ ବାପା-ମାଙ୍କୁ ଛାଡ଼ି ନିଜ ସ୍ତ୍ରୀ ସହିତ ମିଳିତ ହେବ ଏବଂ ସେମାନେ ଏକ ହୋଇଯିବେ।’(B) ତେଣୁ ସେମାନେ ଦୁଇଜଣ ନୁହନ୍ତି ବରଂ ଏକ। ପରମେଶ୍ୱର ଯଦି ଏହି ଦୁଇଜଣ ମନୁଷ୍ୟଙ୍କୁ ଏକାଠି କରିଛନ୍ତି, ତାହାଙ୍କୁ କୌଣସି ବ୍ୟକ୍ତି ଅଲଗା କରିଦେବା ଉଚିତ୍ ନୁହେଁ।”

10 ଯୀଶୁ ଓ ଶିଷ୍ୟମାନେ ଘରକୁ ଫେରିବା ପରେ ଶିଷ୍ୟମାନେ ଯୀଶୁଙ୍କୁ ପୁଣି ଥରେ ଛାଡ଼ପତ୍ର ବିଷୟରେ ପଗ୍ଭରିଲେ। 11 ଯୀଶୁ କହିଲେ, “ଯେଉଁ ପୁରୁଷ ନିଜ ପତ୍ନୀକୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ସେହି ପୁରୁଷ ତା ପତ୍ନୀ ପ୍ରତି ପାପ କରିବା କାରଣରୁ ଦୋଷୀ ହୁଏ। ସେ ବ୍ୟଭିଗ୍ଭର ପାପ ପାଇଁ ଦୋଷୀ ହୁଏ। 12 ଏବଂ ଯଦି ଜଣେ ସ୍ତ୍ରୀ ନିଜ ସ୍ୱାମୀଙ୍କୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ପୁରୁଷକୁ ବିବାହ କରେ ତେବେ ସେ ମଧ୍ୟ ବ୍ୟଭିଗ୍ଭର ପାପରେ ଦୋଷୀ ହୁଏ।”

Read full chapter