ମାର୍କ ଲିଖିତ ସୁସମାଗ୍ଭର 10:35-45
Odia Holy Bible: Easy-to-Read Version
ଯାକୁବ ଓ ଯୋହନଙ୍କର ଅନୁଗ୍ରହର ଅନୁରୋଧ
(ମାଥିଉ 20:20-28)
35 ଜେବଦୀଙ୍କ ପୁତ୍ର ଯାକୁବ ଓ ଯୋହନ ଯୀଶୁଙ୍କ ପାଖକୁ ଆସି କହିଲେ, “ହେ ଗୁରୁ, ତୁମ୍ଭେ ଆମ୍ଭ ପାଇଁ କିଛି କର ବୋଲି ଆମ୍ଭେ ଗ୍ଭହୁଁଛୁ।”
36 ଯୀଶୁ ପଗ୍ଭରିଲେ, “ତୁମ୍ଭେମାନେ ମୋ’ ଦ୍ୱାରା ତୁମ୍ଭ ପାଇଁ କ’ଣ ପାଇବାକୁ ଗ୍ଭହୁଁଛ?”
37 ସେମାନେ କହିଲେ, “ଆପଣଙ୍କ ରାଜ୍ୟରେ ଆପଣ ମହିମା ପ୍ରାପ୍ତ ହେବା ବେଳେ ଆମ୍ଭ ଭିତରୁ ଜଣେ ତୁମ୍ଭର ଡାହାଣ ପଟେ ଓ ଆଉ ଜଣେ ବାମ ପଟେ ବସିବା ପାଇଁ ଆମ୍ଭକୁ ଅଧିକାର ପ୍ରଦାନ କରନ୍ତୁ।”
38 ଯୀଶୁ କହିଲେ, “ତୁମ୍ଭେ କ’ଣ ମାଗୁଛ, ତାହା ତୁମ୍ଭେ ଜାଣି ପାରୁ ନାହଁ। ମୁଁ ଯେଉଁ ଯାତନା ଭୋଗ କରିବି, ତୁମ୍ଭେ ମଧ୍ୟ କ’ଣ ସେହିଭଳି ଯାତନା ଭୋଗ କରି ପାରିବ? ମୁଁ ଯେଉଁଭଳି ବାପ୍ତିଜିତ ହେବି, ତୁମ୍ଭେ କ’ଣ ସେହିଭଳି ବାପ୍ତିଜିତ ହୋଇ ପାରିବ?”
39 ସେମାନେ ତାହାଙ୍କୁ କହିଲେ, “ହଁ ଆମ୍ଭେ ପାରିବୁ।”
ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁ ଯାତନା ଭୋଗ କରିବି, ତୁମ୍ଭେ ତାହା ଭୋଗ କରିବ। ମୁଁ ଯାହା ଦ୍ୱାରା ବାପ୍ତିଜିତ ହେବି, ତୁମ୍ଭେମାନେ ମଧ୍ୟ ତା’ ଦ୍ୱାରା ବାପ୍ତିଜିତ ହେବ। 40 କିନ୍ତୁ ମୋର ଡାହାଣ ବା ବାମ ପଟରେ କିଏ ବସିବ, ତାହା ବାଛିବାର ଅଧିକାର ମୋର ନାହିଁ। ଯେଉଁମାନଙ୍କ ପାଇଁ ଏହା ପ୍ରସ୍ତୁତ କରାଯାଇଛି, କେବଳ ସେହିମାନେ ସେଥିରେ ବସି ପାରିବେ।”
41 ଅନ୍ୟ ଦଶ ଜଣ ପ୍ରେରିତ ଏହା ଶୁଣିଲେ। ସେମାନେ ଯାକୁବ ଓ ଯୋହନଙ୍କ ଉପରେ ରାଗିଗଲେ। 42 ଯୀଶୁ ସମସ୍ତ ପ୍ରେରିତମାନଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ କହିଲେ, “ଅଣଯିହୂଦୀମାନଙ୍କ ଭିତରେ ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କୁ ସେମାନେ ଶାସକ କହନ୍ତି। ତୁମ୍ଭେ ଜାଣ ଯେ, ଏହି ଶାସକମାନେ ଲୋକଙ୍କ ଉପରେ ପ୍ରଭୁତ୍ୱ ଦେଖାଇବାକୁ ଭଲ ପାଆନ୍ତି। ତାହାଙ୍କର ମହତ୍ତ୍ୱପୂର୍ଣ୍ଣ ନେତାମାନେ ମଧ୍ୟ ଲୋକଙ୍କ ଉପରେ ତାହାଙ୍କର ଅଧିକାର ସାବ୍ୟସ୍ତ କରିବାକୁ ଭଲ ପାଆନ୍ତି। 43 କିନ୍ତୁ ତୁମ୍ଭ ମଧ୍ୟରେ ଏଭଳି କିଛି ହେବା ଅନୁଚିତ୍। ଯଦି ତୁମ୍ଭ ଭିତରୁ କେହି ବଡ଼ ହେବାକୁ ଗ୍ଭହୁଁଥାଏ, ତେବେ ସେ ଜଣେ ସେବକ ଭଳି ତୁମ୍ଭ ସମସ୍ତଙ୍କର ସେବା କରୁ। 44 ଯଦି ତୁମ୍ଭ ଭିତରୁ କେହି ମହତ୍ତ୍ୱପୂର୍ଣ୍ଣ ହେବାକୁ ଗ୍ଭହୁଁଥାଏ, ତେବେ ସେ ତୁମ୍ଭ ସମସ୍ତଙ୍କର ଜଣେ କ୍ରୀତଦାସ ଭଳି ସେବା କରୁ। 45 ସେହିଭଳି ମନୁଷ୍ୟପୁତ୍ର ଅନ୍ୟଠାରୁ ସେବା ପାଇବା ପାଇଁ ଆସି ନାହାନ୍ତି, ବରଂ ସେ ସେବା କରିବା ପାଇଁ ଆସିଛନ୍ତି। ସେ ବହୁତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ନିଜର ଜୀବନ ଦେବା ପାଇଁ ଆସିଛନ୍ତି।”
Read full chapter2010 by Bible League International