ମାର୍କ ଲିଖିତ ସୁସମାଗ୍ଭର 11:1-11
Odia Holy Bible: Easy-to-Read Version
ଯୀଶୁ ଜଣେ ରାଜା ଭଳି ଯିରୁଶାଲମରେ ପ୍ରବେଶ କଲେ
(ମାଥିଉ 21:1-11; ଲୂକ 19:28-40; ଯୋହନ 12:12-19)
11 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୁଶାଲମର ନିକଟବର୍ତ୍ତୀ ହେଲେ। ସେମାନେ ଜୀତପର୍ବତ ପାଖ ବେଥ୍ଫାଗୀ ଓ ବେଥନୀୟା ସହରରେ ପହଞ୍ଚିଲେ। ଯୀଶୁ ନିଜ ଶିଷ୍ୟମାନଙ୍କ ଭିତରୁ ଦୁଇଜଣକୁ ଏହା କହି ପଠାଇଲେ, 2 “ଆଗରେ ଦେଖାଯାଉଥିବା ଗାଆଁକୁ ଯାଅ। ଗାଁଆ ଭିତରେ ପ୍ରବେଶ କରିବା ମାତ୍ରେ ତୁମ୍ଭେମାନେ ଗୋଟିଏ ଗଧଛୁଆ ବନ୍ଧା ହୋଇଥିବାର ଦେଖିବ। ସେହି ଗଧ ଛୁଆ ଉପରେ କେହି ଏ ପର୍ଯ୍ୟନ୍ତ ଚଢ଼ି ନାହାନ୍ତି। ତାକୁ ଖୋଲି ମୋ’ ପାଖକୁ ନେଇ ଆସ। 3 ଯଦି କୌଣସି ଲୋକ ତୁମ୍ଭମାନଙ୍କୁ ଗଧଛୁଆକୁ କାହିଁକି ନେଇ ଯାଉଛ ବୋଲି ପଗ୍ଭରେ, ତେବେ ତୁମ୍ଭେମାନେ ତାହାକୁ କହିବ, ‘ପ୍ରଭୁଙ୍କର ଏହା ଦରକାର ଅଛି। ତା'ପରେ ତାହାକୁ ଶୀଘ୍ର ଫେରାଇ ଦେବେ।’”
4 ସେମାନେ ଗ୍ଭଲିଗଲେ। ସେମାନେ ଗୋଟିଏ ଦ୍ୱାର ପାଖ ଦାଣ୍ଡରେ ଏକ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିଲେ। ସେମାନେ ତାହାକୁ ଖୋଲିଦେଲେ। 5 କେତେକ ଲୋକ ସେଠାରେ ଠିଆ ହୋଇଥିଲେ। ସେମାନେ ଏହା ଦେଖି ପଗ୍ଭରିଲେ, “ତୁମ୍ଭେମାନେ ଏ ଗଧଛୁଆକୁ କାହିଁକି ଖୋଲୁଛ?” 6 ଶିଷ୍ୟମାନଙ୍କୁ ଯୀଶୁ ଯାହା କହିବା ପାଇଁ କହିଥିଲେ, ଶିଷ୍ୟମାନେ ଲୋକମାନଙ୍କୁ ତାହା କହିଲେ। ତା'ପରେ ଲୋକମାନେ ଗଧଛୁଆ ସହ ସେମାନଙ୍କୁ ଛାଡ଼ିଦେଲେ।
7 ଶିଷ୍ୟମାନେ ଗଧକୁ ଯୀଶୁଙ୍କ ପାଖକୁ ଆଣିଲେ ଓ ଗଧ ପିଠି ଉପରେ ନିଜ ଲୁଗା ପକାଇ ଦେଲେ। ଯୀଶୁ ତା’ ଉପରେ ବସିଲେ। 8 ଅନେକ ଲୋକ ଯୀଶୁଙ୍କ ପାଇଁ ସେମାନଙ୍କ ଲୁଗା ରାସ୍ତାରେ ବିଛେଇ ଦେଲେ। ଅନ୍ୟମାନେ ଡାଳ କାଟି ଆଣି ରାସ୍ତାରେ ବିଛେଇ ଦେଲେ। 9 କେତେକ ଲୋକ ଯୀଶୁଙ୍କ ଆଗେ ଆଗେ ଯାଉଥିଲେ ଓ ଅନ୍ୟ କେତେକ ତାହାଙ୍କ ପଛେ ପଛେ ଯାଉଥାଲେ। ସମସ୍ତେ ପାଟି କରି କହୁଥିଲେ,
10 “ଆମ୍ଭର ପିତା ଦାଉଦଙ୍କର ଆଗାମୀ ରାଜ୍ୟ ଧନ୍ୟ,
ସ୍ୱର୍ଗରେ ରହୁଥିବା ପରମ ପିତା ହେଉଛନ୍ତି ଧନ୍ୟ।”
11 ଯୀଶୁ ଯିରୁଶାଲମ ଆସି ମନ୍ଦିର[b] ଭିତରେ ପ୍ରବେଶ କଲେ। ଯୀଶୁ ମନ୍ଦିରରେ ପ୍ରତ୍ୟେକ ବିଷୟ ପ୍ରତି ଦୃଷ୍ଟି ପକାଇଲେ। ସେତେବେଳକୁ ବହୁତ ଡେରି ହୋଇଯାଇଥିଲା। ତେଣୁ ଯୀଶୁ ବାରଜଣ ପ୍ରେରିତଙ୍କ ସହିତ ବେଥନୀୟାକୁ ଗ୍ଭଲିଗଲେ।
Read full chapterFootnotes
- ମାର୍କ ଲିଖିତ ସୁସମାଗ୍ଭର 11:9 ହୋଶାନ୍ନା ଏକ ଏବ୍ରୀୟ ଶବ୍ଦ। ରକ୍ଷା କରିବା ପାଇଁ ପରମେଶ୍ୱରଙ୍କୁ ପ୍ରାର୍ଥନା କଲାବେଳେ ପ୍ରଥମେ ଏହି ଶବ୍ଦର ପ୍ରୟୋଗ ହେଉଥିଲା। କିନ୍ତୁ ଏଠାରେ ପରମେଶ୍ୱର କିମ୍ବା ଖ୍ରୀଷ୍ଟଙ୍କୁ ପ୍ରଶଂସା କରି ଆନନ୍ଦ ଅଭିବ୍ୟକ୍ତ କରିବା ପାଇଁ ଏହି ଶବ୍ଦର ପ୍ରୟୋଗ କରାଯାଇଛି।
- ମାର୍କ ଲିଖିତ ସୁସମାଗ୍ଭର 11:11 ମନ୍ଦିର ଯିହୂଦୀମାନଙ୍କର ଉପାସନା ସ୍ଥଳ।
2010 by Bible League International