ମାର୍କ ଲିଖିତ ସୁସମାଗ୍ଭର 12:1-12
Odia Holy Bible: Easy-to-Read Version
ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ
(ମାଥିଉ 21:33-46; ଲୂକ 20:9-19)
12 ଯୀଶୁ ଦୃଷ୍ଟାନ୍ତ ମାଧ୍ୟମରେ ଲୋକମାନଙ୍କୁ ଶିକ୍ଷା ଦେଲେ; ସେ କହିଲେ, “ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଲଗାଇଲା। ତାହାର ଗ୍ଭରିପଟେ ପାଚେରୀ କରିଦେଲା। ଦ୍ରାକ୍ଷାରସ ସଂଗ୍ରହ[a] କରିବା ପାଇଁ ଗୋଟିଏ କୁଣ୍ଡ ତିଆରି କଲା। ସେ ପ୍ରହରୀ ଗୃହଟି ମଧ୍ୟ ତିଆରି କଲା। ସେ କେତେକ କୃଷକଙ୍କୁ ସେହି ବଗିଗ୍ଭକୁ ଭାଗରେ ଦେଲା, ତା'ପରେ ସେ ପରିଭ୍ରମଣ ଉଦ୍ଦେଶ୍ୟରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲା।
2 “ପରେ ଯେତେବେଳେ ଦ୍ରାକ୍ଷା ତୋଳିବା ବେଳ ଆସିଲା, ସେତେବେଳେ ସେ ତାହାଙ୍କର ଜଣେ ଗ୍ଭକରକୁ ଦ୍ରାକ୍ଷାରୁ ତାହାଙ୍କର ନିଜ ଭାଗ ଆଣିବା ପାଇଁ କୃଷକମାନଙ୍କ ପାଖକୁ ପଠାଇଲା। 3 କିନ୍ତୁ କୃଷକମାନେ ଗ୍ଭକରଟିକୁ ଧରି ପ୍ରହାର କଲେ ଓ ତାକୁ କିଛି ନ ଦେଇ ଘୋଉଡ଼େଇ ଦେଲେ। 4 ତା'ପରେ ସେହି ଲୋକଟି ଆଉ ଜଣେ ଗ୍ଭକରକୁ ସେମାନଙ୍କ ପାଖକୁ ପଠାଇଲା। ସେମାନେ ଏହି ଗ୍ଭକରର ମୁଣ୍ଡକୁ ପିଟିଲେ ଓ ତାକୁ ଅପମାନ ଦେଲେ। 5 ତା'ପରେ ସେ ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ଏହି ଗ୍ଭକରଟିକୁ ଜୀବନରେ ମାରିଦେଲେ। ସେ ଲୋକଟି ଆଉ ଅଧିକ ଗ୍ଭକରଙ୍କୁ ପଠାଇଲା, କିନ୍ତୁ କୃଷକମାନେ କେତେକଙ୍କୁ ପିଟିଲେ ଓ ଅନ୍ୟ କେତେଙ୍କୁ ଜୀବନରେ ମାରିଦେଲେ।
6 “ଲୋକଟି ପାଖରେ କୃଷକମାନଙ୍କ ପାଖକୁ ପାଠାଇବା ପାଇଁ ଆଉ ଜଣେ ମାତ୍ର ବାକି ଥିଲା। ସେ ଜଣକ ତାହାର ପୁଅ। ସେହି ଲୋକଟି ପୁଅକୁ ଖୁବ୍ ଭଲ ପାଉଥିଲା। କିନ୍ତୁ ସେ କୃଷକମାନଙ୍କ ପାଖକୁ ପୁଅକୁ ପଠାଇବାକୁ ସ୍ଥିର କଲା। କାରଣ କୃଷକମାନଙ୍କ ପାଖକୁ ପଠାଇବା ପାଇଁ ପୁଅ ହିଁ ଶେଷ ବ୍ୟକ୍ତି ଥିଲା। ସେ କହିଲା, ‘କୃଷକମାନେ ମୋର ପୁଅକୁ ନିଶ୍ଚୟ ସମ୍ମାନ ଦେବେ।’
7 “କିନ୍ତୁ କୃଷକମାନେ କୁହାକୁହି ହେଲେ, ‘ଏହି ଲୋକଟି ବଗିଗ୍ଭ ମାଲିକର ପୁଅ। ବଗିଗ୍ଭର ସେ ଉତ୍ତରାଧିକାରୀ। ଆମ୍ଭେମାନେ ତାକୁ ମାରିଦେଲେ ବଗିଗ୍ଭଟି ଆମ୍ଭର ହୋଇଯିବ’। 8 ତେଣୁ କୃଷକମାନେ ମାଲିକର ପୁଅକୁ ଧରି ନେଇ ଜୀବନରେ ମାରିଦେଲେ ଓ ଦ୍ରାକ୍ଷାକ୍ଷେତ୍ର ବାହାରକୁ ଫିଙ୍ଗିଦେଲେ।
9 “ଏବେ ଦ୍ରାକ୍ଷାକ୍ଷେତ୍ରର ମାଲିକ କ’ଣ କରିବ? ସେ ଆସି ସେହି କୃଷକମାନଙ୍କୁ ମାରି ପକାଇବ ଓ ଦ୍ରାକ୍ଷାକ୍ଷେତ୍ରକୁ ଅନ୍ୟ କୃଷକମାନଙ୍କୁ ଦେଇଦେବ। 10 ତୁମ୍ଭେମାନେ କ’ଣ ଏହି ଶାସ୍ତ୍ର ପଢ଼ି ନାହଁ?
“ଯେଉଁ ପଥରକୁ କାରିଗରମାନେ ଅଦରକାରୀ ମନେ କଲେ, ସେହି ପଥର
‘କିନ୍ତୁ କୋଣର ପ୍ରଧାନ ମୂଳଦୁଆ ପଥର[b] ହୋଇଗଲା।
11 ପ୍ରଭୁ ତାହା କଲେ,
ଏବଂ ଏହା ଆମ୍ଭ ପାଇଁ ଆଶ୍ଚର୍ଯ୍ୟଜନକ।’”(A)
12 ଏହି ଯିହୂଦୀନେତାମାନେ ଯୀଶୁଙ୍କ ଦୃଷ୍ଟାନ୍ତ ଶୁଣିଲେ। ଏହା ସେମାନଙ୍କ ଉଦ୍ଦେଶ୍ୟରେ ଥିଲା ବୋଲି ସେମାନେ ଜାଣି ପାରିଲେ। ତେଣୁ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ସେମାନେ ଉପାୟ ଖୋଜି ବସିଲେ। କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ। ତେଣୁ ସେମାନେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲେ।
Read full chapterFootnotes
- ମାର୍କ ଲିଖିତ ସୁସମାଗ୍ଭର 12:1 ଦ୍ରାକ୍ଷାରସ ସଂଗ୍ରହ ମୂଳ ଶବ୍ଦ ଔନ-ପ୍ରସେ। ଏହା ପଥରରେ ଖୋଳା ଯାଇଥିବା ଗୋଟିଏ ସ୍ଥାନ। ସେଥିରେ ଦ୍ରାକ୍ଷାକୁ ଛେଚି ତା'ର ରସ ସଂଗ୍ରହ କରାଯାଏ।
- ମାର୍କ ଲିଖିତ ସୁସମାଗ୍ଭର 12:10 କୋଣର ପ୍ରଧାନ ମୂଳଦୁଆ ପଥର କୋଠା ଘରର ପ୍ରଥମ ଓ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ପଥର।
2010 by Bible League International