Add parallel Print Page Options

ଯୀଶୁଙ୍କୁ ଫାନ୍ଦରେ ପକାଇବାକୁ ଯିହୂଦୀ ନେତାମାନଙ୍କ ଚକ୍ରାନ୍ତ

(ମାଥିଉ 22:15-22; ଲୂକ 20:20-26)

13 ପରେ ଯିହୂଦୀ ନେତାମାନେ କେତେକ ଫାରୂଶୀ ଓ ହେରୋଦୀୟମାନଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସେମାନେ ଯୀଶୁଙ୍କ ଭୁଲ୍ ଧରି ଫାନ୍ଦରେ ପକାଇବାକୁ ଗ୍ଭହୁଁଥିଲେ। 14 ଫାରୂଶୀ ଓ ହେରୋଦୀୟମାନେ ଯୀଶୁଙ୍କ ପାଖକୁ ଯାଇ କହିଲେ, “ଗୁରୁ, ଆମ୍ଭେମାନେ ଜାଣିଛୁ ଯେ, ତୁମ୍ଭେ ବହୁତ ଭଲ ଲୋକ। ଅନ୍ୟମାନେ ତୁମ୍ଭ ବିଷୟରେ କ’ଣ ଭାବୁଛନ୍ତି, ସେଥିପାଇଁ ତୁମ୍ଭେ କେବେ ଚିନ୍ତା କର ନାହିଁ। ସବୁ ଲୋକ ତୁମ୍ଭ ପାଇଁ ସମାନ। ତୁମ୍ଭେ ପରମେଶ୍ୱର ଗ୍ଭହୁଁଥିବା ଜୀବନର ମାର୍ଗ ବିଷୟରେ ଠିକ୍ ଉପଦେଶ ଦେଉଛ। ଆମ୍ଭମାନଙ୍କୁ କୁହ, କାଇସରଙ୍କୁ କର ଦେବା ଉଚିତ୍ କି ନୁହେଁ?”

15 ଯୀଶୁ ସେମାନଙ୍କ ଗ୍ଭ‌ଲ୍‌ବାଜି ବୁଝିଗଲେ। ସେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ମୋତେ ଭଲ କଥା କହି କାହିଁକି ଫାନ୍ଦରେ ପକାଇବାକୁ ଚେଷ୍ଟା କରୁଛ? ମୋ’ ପାଖକୁ ରୂପାଟଙ୍କାଟିଏ ଆଣ, ମୁଁ ତାକୁ ଦେଖେ।” 16 ସେମାନେ ରୂପାଟଙ୍କାଟିଏ ନେଇ ଆସିଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ମୁଦ୍ରାଟି ଉପରେ କାହାର ଛବି ଅଙ୍କିତ ହୋଇଛି? ତା’ ଉପରେ କାହାର ନାମ ଲେଖା ଯାଇଛି?” ସେମାନେ କହିଲେ, “ଏହା କାଇସରଙ୍କ ଛବି ଓ କାଇସରଙ୍କ ନାମ।”

17 ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ୱରଙ୍କର, ତାହା ପରମେଶ୍ୱରଙ୍କୁ ଦିଅ।” ଏହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ।

Read full chapter