ମାର୍କ ଲିଖିତ ସୁସମାଗ୍ଭର 12:28-34
Odia Holy Bible: Easy-to-Read Version
କେଉଁ ଆଦେଶ ବହୁତ ମହତ୍ତ୍ୱପୂର୍ଣ୍ଣ
(ମାଥିଉ 22:34-40; ଲୂକ 10:25-28)
28 ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀ ଓ ଫାରୂଶୀମାନଙ୍କ ସହିତ ଯୀଶୁଙ୍କୁ ଯୁକ୍ତିତର୍କ କରୁଥିବାର ସେ ଶୁଣିଲେ। ସେ ଦେଖିଲେ ଯେ, ଯୀଶୁ ସେମାନଙ୍କ ପ୍ରଶ୍ନର ଯଥାର୍ଥ ଉତ୍ତର ଦେଇଛନ୍ତି। ତେଣୁ ସେ ଯୀଶୁଙ୍କୁ ପଗ୍ଭରିଲେ, “କେଉଁ ଆଦେଶଟି ସବୁଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ?”
29 ଯୀଶୁ ଉତ୍ତର ଦେଲେ, “ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଆଦେଶଟି ଏହି ପ୍ରକାରର: ‘ହେ ଇସ୍ରାଏଲ, ଶୁଣ। ଆମ୍ଭ ପ୍ରଭୁ ପରମେଶ୍ୱର ଏକମାତ୍ର ପ୍ରଭୁ। 30 ସମସ୍ତ ହୃଦୟରେ ସମସ୍ତ ଆତ୍ମାରେ, ସମସ୍ତ ମନରେ ଓ ସମସ୍ତ ଶକ୍ତିରେ ତୁମ୍ଭେ ଆପଣା ପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର।’(A) 31 ଦ୍ୱିତୀୟ ମହତ୍ତ୍ୱପୂର୍ଣ୍ଣ ଆଦେଶଟି ହେଉଛି ଏହି ପ୍ରକାରର: ‘ତୁମ୍ଭେ ନିଜକୁ ଯେପରି ପ୍ରେମ କର, ନିଜର ପଡ଼ୋଶୀକୁ ସେହିପରି ପ୍ରେମ କର’(B) ଏହି ଦୁଇଟି ଆଦେଶ ଛଡ଼ା ଆଉ ବଡ଼ ଆଦେଶ କିଛି ନାହିଁ।”
32 ଏହା ଶୁଣି ଧର୍ମଶାସ୍ତ୍ରୀ ଜଣକ କହିଲେ, “ଗୁରୁ, ପ୍ରଭୁ ପରମେଶ୍ୱର ଯେ, ଏକ ଓ ତାହାଙ୍କ ଛଡ଼ା ଆଉ ଅନ୍ୟ କେହି ନାହିଁ, ଏହା ତୁମ୍ଭେ ଠିକ୍ କହିଛ। 33 ପ୍ରକୃତରେ ଜଣେ ଲୋକକୁ ସମସ୍ତ ହୃଦୟ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ହେବ। ସେ ଯେପରି ନିଜକୁ ଭଲ ପାଏ, ତାକୁ ଅନ୍ୟକୁ ମଧ୍ୟ ସେହିପରି ଭଲ ପାଇବାକୁ ହେବ। ଆମ୍ଭେ ପରମେଶ୍ୱରଙ୍କୁ ଯେତେ ପଶୁ ବଳି ଓ ଉତ୍ସର୍ଗ ଦାନ ଅର୍ପଣ କରୁ, ସେହି ଗୁଡ଼ିକଠାରୁ ଏହି ଦୁଇଟି ଆଦେଶ ଅଧିକ ମହତ୍ତ୍ୱପୂର୍ଣ୍ଣ।”
34 ଯୀଶୁ ଦେଖିଲେ ଯେ, ଲୋକଟି ବୁଝିବିଗ୍ଭରି ଜ୍ଞାନୀ ଭଳି ଉତ୍ତର ଦେଇଛି। ସେ ତାହାକୁ କହିଲେ, “ତୁମ୍ଭେ ପରମେଶ୍ୱରଙ୍କ ରାଜ୍ୟଠାରୁ ଦୂରରେ ନାହଁ।” ଏହା ପରେ ଆଉ କେହିହେଲେ ଯୀଶୁଙ୍କୁ କୌଣସି ଅଧିକ ପ୍ରଶ୍ନ ପଗ୍ଭରିବାକୁ ସାହସ କଲେ ନାହିଁ।
Read full chapter2010 by Bible League International