Add parallel Print Page Options

ଶାସନକର୍ତ୍ତା ପୀଲାତ ଯୀଶୁଙ୍କୁ ପ୍ରଶ୍ନ କଲେ

(ମାଥିଉ 27:1-2,11-14; ଲୂକ 23:1-5; ଯୋହନ 18:28-38)

15 ସକାଳ ହେବା ମାତ୍ରେ ପ୍ରଧାନଯାଜକ, ପ୍ରାଚୀନ ଯିହୂଦୀ ନେତାଗଣ ଓ ଧର୍ମଶାସ୍ତ୍ରୀ ତଥା ସମଗ୍ର ଯିହୂଦୀ ମହାସଭା ଯୀଶୁଙ୍କ ପ୍ରତି କ’ଣ ବିଗ୍ଭର କରାଯିବ, ତାହା ସ୍ଥିର କଲେ। ସେମାନେ ଯୀଶୁଙ୍କୁ ବାନ୍ଧି ଶାସନକର୍ତ୍ତା ପୀଲାତଙ୍କ ପାଖକୁ ନେଇଗଲେ ଓ ତାହାଙ୍କ ହାତରେ ସମର୍ପଣ କରିଦେଲେ।

ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?”

ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ଯାହା କହିଲ ତାହା ସତ୍ୟ।”

ପ୍ରଧାନଯାଜକମାନେ ଅନେକ ବିଷୟରେ ଯୀଶୁଙ୍କୁ ଅଭିଯୁକ୍ତ କଲେ। ପୀଲାତ ପୁଣି ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭର କ’ଣ କିଛି କହିବାର ନାହିଁ? ଦେଖ, ସେମାନେ ତୁମ୍ଭକୁ ଅନେକ ବିଷୟରେ ଅଭିଯୁକ୍ତ କରୁଛନ୍ତି।”

ତଥାପି ଯୀଶୁ କିଛି ହେଲେ ଉତ୍ତର ଦେଲେ ନାହିଁ। ପୀଲାତ ଏଥିରେ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ।

ପୀଲାତ ଯୀଶୁଙ୍କୁ ମୁକ୍ତ କରିବାରେ ଅସମର୍ଥ ହେଲେ

(ମାଥିଉ 27:15-31; ଲୂକ 23:13-25; ଯୋହନ 18:39–19:16)

ପ୍ରତିବର୍ଷ ପରମ୍ପରାକ୍ରମେ ନିସ୍ତାରପର୍ବ ସମୟରେ ଶାସନକର୍ତ୍ତା ଜଣେ ବନ୍ଦୀକୁ ବନ୍ଦୀଶାଳାରୁ ମୁକ୍ତ କରିଥା’ନ୍ତି। ଯେଉଁ ବନ୍ଦୀକୁ ମୁକ୍ତ କରିବା ପାଇଁ ଲୋକମାନେ ଗ୍ଭହାନ୍ତି, କେବଳ ସେହି ବନ୍ଦୀକୁ ଶାସନକର୍ତ୍ତା ମୁକ୍ତି ଦେଇଥା’ନ୍ତି। ସେହି ସମୟରେ ବନ୍ଦୀଶାଳାରେ ବାର‌ବ୍‌ବା ନାମରେ ଏକ ବ୍ୟକ୍ତି ବିଦ୍ରୋହୀମାନଙ୍କ ସହିତ ବନ୍ଦୀ ଥିଲା। ଏହି ବିଦ୍ରୋହୀମାନେ ଗୋଟିଏ ବିଦ୍ରୋହ ସମୟରେ ନରହତ୍ୟା ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିଲେ।

ଲୋକମାନେ ପୀଲାତଙ୍କ ପାଖକୁ ଆସିଲେ ଓ ତାହାଙ୍କୁ କହିଲେ ଯେ ସବୁଥର ଭଳି ଏଥର ମଧ୍ୟ ସେମାନଙ୍କ ପାଇଁ ସେ ଜଣେ ବନ୍ଦୀକୁ ମୁକ୍ତ କରନ୍ତୁ। ପୀଲାତ ଲୋକମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କ’ଣ ଗ୍ଭହୁଁଛ ଯେ ମୁଁ ତୁମ୍ଭମାନଙ୍କ ପାଇଁ ଯିହୂଦୀମାନଙ୍କ ରାଜାଙ୍କୁ ଛାଡ଼ି ଦିଏ?” 10 ପୀଲାତ ଏ କଥା କହିବାର କାରଣ ହେଲା, ସେ ଜାଣିଥିଲେ ଯେ ପ୍ରଧାନଯାଜକମାନେ ଈର୍ଷାନ୍ୱିତ ହୋଇ ଯୀଶୁଙ୍କୁ ତାହାଙ୍କ ହାତରେ ସମର୍ପଣ କରି ଦେଇଛନ୍ତି। 11 କିନ୍ତୁ ପ୍ରଧାନଯାଜକମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସେମାନେ ପୀଲାତଙ୍କୁ କୁହନ୍ତୁ ବାର‌ବ୍‌ବାକୁ ମୁକ୍ତ କରିବା ପାଇଁ, କିନ୍ତୁ ଯୀଶୁଙ୍କୁ ନୁହେଁ।

12 ପୀଲାତ ଲୋକମାନଙ୍କୁ ଆହୁରି ଥରେ ପଗ୍ଭରିଲେ, “ତୁମ୍ଭେମାନେ ଯାହାକୁ ଯିହୂଦୀମାନଙ୍କର ରାଜା ବୋଲି କହୁଛ, ମୁଁ ତାହାଙ୍କ ପ୍ରତି କ’ଣ କରିବା ପାଇଁ ତୁମ୍ଭେମାନେ ଗ୍ଭହୁଁଛ?”

13 ଲୋକମାନେ ପାଟି କରି କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଅ।”

14 ପୀଲାତ ପଗ୍ଭରିଲେ, “କାହିଁକି? ସେ ଏଭଳି କ’ଣ ଅପରାଧ କରିଛନ୍ତି?”

କିନ୍ତୁ ଲୋକମାନେ ଅଧିକ ଜୋ‌ର୍‌ରେ ଚିତ୍କାର କରି କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଅ।”

15 ପୀଲାତ ଲୋକମାନଙ୍କୁ ଖୁସୀ କରିବାକୁ ଗ୍ଭହିଁଲେ, ତେଣୁ ସେ ସେମାନଙ୍କ ପାଇଁ ବାର‌ବ୍‌ବାକୁ ମୁକ୍ତ କରିଦେଲେ ଏବଂ ଯୀଶୁଙ୍କୁ କୋରଡ଼ାରେ ପିଟିବା ପାଇଁ ସୈନ୍ୟମାନଙ୍କୁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିଦେବା ପାଇଁ ତାହାଙ୍କୁ ସୈନ୍ୟମାନଙ୍କ ହାତରେ ଦେଇ ଦେଲେ।

16 ସୈନ୍ୟମାନେ ଯୀଶୁଙ୍କୁ ଶାସନକର୍ତ୍ତାଙ୍କ ପ୍ରାସାଦ ଭିତରକୁ ନେଇଗଲେ। ସେମାନେ ଅନ୍ୟ ସମସ୍ତ ସୈନ୍ୟମାନଙ୍କୁ ଏକାଠି ଡାକିଲେ। 17 ସୈନ୍ୟମାନେ ଯୀଶୁଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ। ସେମାନେ ଗୋଟିଏ କଣ୍ଟାର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡରେ ପିନ୍ଧାଇଲେ। 18 ତା'ପରେ ସେମାନେ ତାହାଙ୍କୁ ସ୍ୱାଗତ କରି ଥଟ୍ଟାରେ କହିଲେ, ହେ ଯିହୂଦୀମାନଙ୍କର ରାଜା, କହି ପ୍ରଣାମ କଲେ। 19 ସୈନ୍ୟମାନେ ଯୀଶୁଙ୍କ ମୁଣ୍ଡରେ ବାରମ୍ବାର ବେତରେ ଆଘାତ କଲେ। ତାହାଙ୍କ ଉପରେ ଛେପ ପକାଇଲେ। ଆଣ୍ଠୁମାଡ଼ି ବସି ତାହାଙ୍କୁ ପ୍ରଣାମ କଲେ। 20 ଥଟ୍ଟା କରି ସାରିବା ପରେ ସେମାନେ ଯୀଶୁଙ୍କ ଦେହରୁ ବାଇଗଣୀ ପୋଷାକ କାଢ଼ିନେଇ ପୁଣି ତାହାଙ୍କୁ ତାହାଙ୍କର ପୂର୍ବ ବସ୍ତ୍ର ପିନ୍ଧାଇ ଦେଲେ। ତା'ପରେ ସେମାନେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିବା ପାଇଁ ପ୍ରାସାଦ ବାହାରକୁ ନେଇଗଲେ।

Read full chapter