Add parallel Print Page Options

16 ସୈନ୍ୟମାନେ ଯୀଶୁଙ୍କୁ ଶାସନକର୍ତ୍ତାଙ୍କ ପ୍ରାସାଦ ଭିତରକୁ ନେଇଗଲେ। ସେମାନେ ଅନ୍ୟ ସମସ୍ତ ସୈନ୍ୟମାନଙ୍କୁ ଏକାଠି ଡାକିଲେ। 17 ସୈନ୍ୟମାନେ ଯୀଶୁଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ। ସେମାନେ ଗୋଟିଏ କଣ୍ଟାର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡରେ ପିନ୍ଧାଇଲେ। 18 ତା'ପରେ ସେମାନେ ତାହାଙ୍କୁ ସ୍ୱାଗତ କରି ଥଟ୍ଟାରେ କହିଲେ, ହେ ଯିହୂଦୀମାନଙ୍କର ରାଜା, କହି ପ୍ରଣାମ କଲେ। 19 ସୈନ୍ୟମାନେ ଯୀଶୁଙ୍କ ମୁଣ୍ଡରେ ବାରମ୍ବାର ବେତରେ ଆଘାତ କଲେ। ତାହାଙ୍କ ଉପରେ ଛେପ ପକାଇଲେ। ଆଣ୍ଠୁମାଡ଼ି ବସି ତାହାଙ୍କୁ ପ୍ରଣାମ କଲେ। 20 ଥଟ୍ଟା କରି ସାରିବା ପରେ ସେମାନେ ଯୀଶୁଙ୍କ ଦେହରୁ ବାଇଗଣୀ ପୋଷାକ କାଢ଼ିନେଇ ପୁଣି ତାହାଙ୍କୁ ତାହାଙ୍କର ପୂର୍ବ ବସ୍ତ୍ର ପିନ୍ଧାଇ ଦେଲେ। ତା'ପରେ ସେମାନେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିବା ପାଇଁ ପ୍ରାସାଦ ବାହାରକୁ ନେଇଗଲେ।

Read full chapter