Add parallel Print Page Options

ଯୀଶୁ ମୃତ୍ୟୁରୁ ପୁନରୁ‌ତ୍‌ଥିତ ହେଲେ

(ମାଥିଉ 28:1-8; ଲୂକ 24:1-12; ଯୋହନ 20:1-10)

16 ବିଶ୍ରାମ ଦିବସର ପରଦିନ ମ‌ଗ୍‌ଦଲୀନୀ ମରିୟମ, ଯାକୁବଙ୍କ ମା ମରିୟମ ଓ ଶଲୋମୀ, ଯୀଶୁଙ୍କ ଶରୀରକୁ ଅଭିଷିକ୍ତ କରିବା ପାଇଁ କିଛି ସୁଗନ୍ଧିତ ତେଲ ଆଣିଲେ। ସପ୍ତାହର ସେହି ପ୍ରଥମ ଦିନ ଖୁବ୍ ଶୀଘ୍ର ଠିକ୍ ସୂର୍ଯ୍ୟୋଦୟ ପରେ ପରେ ସେମାନେ କବର ପାଖକୁ ଗଲେ। ସେମାନେ ନିଜ ନିଜ ଭିତରେ କୁହା କୁହି ହେଲେ, “କବର ମୁହଁକୁ ଗୋଟିଏ ବିରାଟ ପଥର ଦ୍ୱାରା ବନ୍ଦ କରି ଦିଆ ହୋଇଛି। ପଥରଟିକୁ ଆମ୍ଭ ପାଇଁ କିଏ ସେଠାରୁ ଗଡ଼େଇ ଦେବ?”

ତା'ପରେ ସେମାନେ ସେ ଆଡ଼କୁ ଗ୍ଭହିଁଲେ। ସେମାନେ ଦେଖିଲେ ଯେ, ସେହି ବଡ଼ ପଥରଟି ସେଠାରୁ ଘୁଞ୍ଚା ଯାଇଛି। ସେମାନେ କବର ଭିତରକୁ ଗଲେ। ସେଠାରେ ସେମାନେ ଧଳା ପୋଷାକ ପିନ୍ଧିଥିବା ଜଣେ ଯୁବକକୁ ଦେଖିଲେ। ସେ ସମାଧିର ଡାହାଣ ପଟେ ବସି ରହିଥିଲେ। ସେମାନେ ଡରିଗଲେ।

କିନ୍ତୁ ଯୁବକ ଜଣକ କହିଲେ, “ଭୟ କର ନାହିଁ। ତୁମ୍ଭେମାନେ କ୍ରୁଶବିଦ୍ଧ ନାଜରିତର ଯୀଶୁଙ୍କୁ ଖୋଜୁଛ। ସେ ମୃତ୍ୟୁରୁ ପୁନରୁ‌ତ୍‌ଥିତ ହୋଇଛନ୍ତି। ସେ ଏଠାରେ ନାହାନ୍ତି। ଦେଖ, ସେମାନେ ତାହାଙ୍କୁ ଏହି ସ୍ଥାନରେ ରଖିଥିଲେ। ଏବେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଏବଂ ପିତରଙ୍କୁ କୁହ ଯେ, ତୁମ୍ଭମାନଙ୍କ ପୂର୍ବରୁ ଯୀଶୁ ଗାଲିଲୀକୁ ଯାଉଛନ୍ତି। ସେ ତୁମ୍ଭକୁ ପୂର୍ବରୁ ଯେଉଁଭଳି କହିଥିଲେ, ତୁମ୍ଭେମାନେ ତାହାଙ୍କୁ ସେହିଭଳି ସେଠାରେ ଦେଖିବ।”

ସେହି ସ୍ତ୍ରୀଲୋକମାନେ ଭୟ ପାଇ ଯାଇଥିଲେ ଏବଂ ବିସ୍ମୟରେ ଅଭିଭୂତ ହୋଇ ଯାଉଥିଲେ। ସେମାନେ କବରରୁ ବାହାରି ଦୌଡ଼ି ପଳାଇଲେ, କିନ୍ତୁ ଭୟଭୀତ ହୋଇ ଯାଇଥିବାରୁ ଏସବୁ ଘଟଣା କାହାରିକୁ କହିଲେ ନାହିଁ।

Read full chapter