ମାର୍କ ଲିଖିତ ସୁସମାଗ୍ଭର 16:14-18
Odia Holy Bible: Easy-to-Read Version
ପ୍ରେରିତମାନଙ୍କ ସହିତ ଯୀଶୁଙ୍କ କଥାବାର୍ତ୍ତା
(ମାଥିଉ 28:16-20; ଲୂକ 24:36-49; ଯୋହନ 20:19-23; ପ୍ରେରିତ 1:6-8)
14 ପରେ ଯେତେବେଳେ ଏଗାର ଜଣ ପ୍ରେରିତ ଖାଉଥିଲେ, ସେତିକିବେଳେ ଯୀଶୁ ସେମାନଙ୍କୁ ଦେଖା ଦେଲେ। ସେ ସେମାନଙ୍କୁ ସେମାନଙ୍କର ଅବିଶ୍ୱାସ ଓ ମନର ଜଡ଼ତା ପାଇଁ ସମାଲୋଚନା କଲେ। କାରଣ ଯେଉଁମାନେ ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥାନ ହୋଇଛନ୍ତି ବୋଲି ଦେଖିଥିଲେ, ସେମାନଙ୍କୁ ଏହି ଶିଷ୍ୟମାନେ ବିଶ୍ୱାସ କରି ନ ଥିଲେ।
15 ଯୀଶୁ ସେମାନଙ୍କୁ କହିଲେ, “ପୃଥିବୀର ଗ୍ଭରିଆଡ଼କୁ ଯାଅ। ପ୍ରତ୍ୟେକ ଲୋକକୁ ସୁସମାଗ୍ଭର ଶୁଣାଅ। 16 ଯେଉଁ ଲୋକ ବିଶ୍ୱାସ କରିବ ଓ ବାପ୍ତିଜିତ ହେବ, ସେ ଉଦ୍ଧାର ପାଇବ। କିନ୍ତୁ ଯେଉଁ ଲୋକ ଅବିଶ୍ୱାସ କରିବ, ସେ ଦୋଷୀ ସାବ୍ୟସ୍ତ ହେବ। 17 ଯେଉଁମାନେ ମୋତେ ବିଶ୍ୱାସ କରିବେ, ସେମାନେ ତା'ର ପ୍ରମାଣ ସ୍ୱରୂପ ଏହିସବୁ କାମ କରିବାକୁ ସକ୍ଷମ ହେବେ: ସେମାନେ ଲୋକମାନଙ୍କଠାରୁ ମୋ’ ନାମରେ ଭୂତମାନଙ୍କୁ ବାହାର କରି ଦେଇ ପାରିବେ। କେବେ ହେଲେ ଶିଖି ନ ଥିବା ନୂଆ ନୂଆ ଅନେକ ଭଷାରେ କଥାବାର୍ତ୍ତା କରିବେ। 18 ସେମାନେ ନିଜ ହାତରେ ସାପକୁ ଧରିବେ କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ସେମାନେ ବିଷ ମଧ୍ୟ ପିଇ ଦେବେ, କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହୋଇଯିବେ।”
Read full chapter2010 by Bible League International