ମାର୍କ ଲିଖିତ ସୁସମାଗ୍ଭର 2:1-12
Odia Holy Bible: Easy-to-Read Version
ପକ୍ଷାଘାତ ରୋଗୀକୁ ଯୀଶୁ ସୁସ୍ଥ କଲେ
(ମାଥିଉ 9:1-8; ଲୂକ 5:17-26)
2 କିଛି ଦିନ ପରେ, ଯୀଶୁ କଫର୍ନାହୂମକୁ ଫେରି ଆସିଲେ। ଯୀଶୁ ଘରକୁ ଫେରି ଆସିଛନ୍ତି ବୋଲି ଖବର ବ୍ୟାପିଗଲା। 2 ଅନେକ ଲୋକ ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ଜମା ହୋଇଗଲେ। ଘରଟି ପୁରିଗଲା। ଘରେ କି ବାହାରେ କେଉଁଠି ହେଲେ ଠିଆ ହେବାକୁ ଜାଗା ନ ଥିଲା। ଯୀଶୁ ଲୋକମାନଙ୍କୁ ଉପଦେଶ ଦେଉଥିଲେ। 3 ସେହି ସମୟରେ କେତେକ ଲୋକ ତାହାଙ୍କ ପାଖକୁ ଗୋଟିଏ ପକ୍ଷାଘାତ ରୋଗଗ୍ରସ୍ତ ଲୋକକୁ ଆଣିଲେ। ରୋଗୀକୁ ଗ୍ଭରି ଜଣ ଲୋକ ବୋହି କରି ଆଣିଥିଲେ। 4 ଲୋକ ଭିଡ଼ ହୋଇ ଯାଇଥିବାରୁ ସେମାନେ ରୋଗୀଟିକୁ ଯୀଶୁଙ୍କ ପାଖକୁ ଆଣି ପାରିଲେ ନାହିଁ। ତେଣୁ ସେମାନେ ଯୀଶୁ ଥିବା ଘରର ଛାତ କଣା କଲେ ଓ ବିଛଣାରେ ପଡ଼ିଥିବା ପକ୍ଷାଘାତ ରୋଗୀଟିକୁ ସେହି କଣା ବାଟରେ ଯୀଶୁ ଥିବା ସ୍ଥାନ ପର୍ଯ୍ୟନ୍ତ, ତଳକୁ ଝୁଲାଇ ଦେଲେ। 5 ଯୀଶୁ ଦେଖିଲେ ଯେ, ସେହି ଲୋକମାନଙ୍କର ଗଭୀର ବିଶ୍ୱାସ ଅଛି। ତେଣୁ ଯୀଶୁ ପକ୍ଷାଘାତ ଲୋକଟିକୁ କହିଲେ, “ହେ ଯୁବକ, ତୁମ୍ଭ ପାପଗୁଡ଼ିକୁ କ୍ଷମା କରାଗଲା।”
6 କେତେଜଣ ଧର୍ମଶାସ୍ତ୍ରୀ ସେଠାରେ ବସିଥିଲେ। ଯୀଶୁଙ୍କ କାମ ସେମାନେ ଦେଖିଲେ। ସେମାନେ ନିଜ ଭିତରେ କୁହାକୁହି ହେଲେ, 7 “ଏ’ ଲୋକଟି ଏଭଳି କଥାବାର୍ତ୍ତା କାହିଁକି କରୁଛି? ସେ ପରମେଶ୍ୱରଙ୍କ ବିରୁଦ୍ଧରେ ନିନ୍ଦା କରୁଅଛି। ପରମେଶ୍ୱରଙ୍କ ବ୍ୟତୀତ ପାପ ଗୁଡ଼ିକୁ ଅନ୍ୟ କିଏ କ୍ଷମା କରି ପାରିବ?”
8 ଧର୍ମଶାସ୍ତ୍ରୀମାନେ ତାହାଙ୍କ ବିଷୟରେ ସେସବୁ ଭାବୁଛନ୍ତି ବୋଲି ଯୀଶୁ ସଙ୍ଗେ ସଙ୍ଗେ ଜାଣି ପାରିଲେ। ତେଣୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମନରେ ଏସବୁ କଥା କାହିଁକି ଭାବୁଛ? 9 ଏହି ପକ୍ଷାଘାତ ଲୋକଙ୍କୁ କେଉଁ କଥାଟି କହିବା ସରଳ? ‘ତୁମ୍ଭ ପାପ ଗୁଡ଼ିକୁ କ୍ଷମା କରି ଦିଆଗଲା।’ ନା’ ତାକୁ କହିବା: ‘ଠିଆ ହୁଅ ଓ ତୁମ୍ଭର ବିଛଣା ଧରି ଗ୍ଭଲ?’ 10 କିନ୍ତୁ, ମୁଁ ତୁମ୍ଭ ଆଗରେ ପ୍ରମାଣିତ କରିଦେବି ଯେ, ଏହି ପୃଥିବୀରେ ମନୁଷ୍ୟପୁତ୍ରଙ୍କର ପାପଗୁଡ଼ିକୁ କ୍ଷମା କରିବା ଶକ୍ତି ଅଛି।” ତା'ପରେ ଯୀଶୁ ପକ୍ଷାଘାତ ଲୋକଟିକୁ କହିଲେ, 11 “ମୁଁ ତୁମ୍ଭକୁ କହୁଛି, ଠିଆ ହୁଅ, ବିଛଣା ଧର ଓ ଘରକୁ ଯାଅ।”
12 ପକ୍ଷାଘାତ ଲୋକଟି ଠିଆ ହେଲା। ବିଛଣା ଧରିଲା ଏବଂ ଘର ଭିତରୁ ବାହାରକୁ ବାହାରିଗଲା। ସବୁ ଲୋକେ ତାକୁ ଦେଖି ପାରିଲେ। ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଓ ପରମେଶ୍ୱରଙ୍କ ମହିମା ଗାନ କଲେ। ସେମାନେ କହିଲେ, “ଆମ୍ଭେମାନେ ଏଭଳି ଆଶ୍ଚର୍ଯ୍ୟ ଘଟଣା କେବେ ହେଲେ ଦେଖି ନ ଥିଲୁ।”
Read full chapter2010 by Bible League International