Add parallel Print Page Options

ଯୀଶୁଙ୍କ ଦେହରେ ଦୁଷ୍ଟାତ୍ମା ରହିଛି ବୋଲି କେତେକ କହିଲେ

(ମାଥିଉ 12:22-32; ଲୂକ 11:14-23; 12:10)

20 ତା'ପରେ ଯୀଶୁ ଘରକୁ ଫେରିଗଲେ। ସେଠାରେ ମଧ୍ୟ ଅନେକ ଲୋକ ଜମା ହୋଇଗଲେ। ସେଠାରେ ଏତେ ଲୋକ ଥିଲେ ଯେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଖାଇ ମଧ୍ୟ ପାରିଲେ ନାହିଁ। 21 ଯୀଶୁଙ୍କ ପରିବାରର ଲୋକେ ଏସବୁ ଶୁଣିଲେ। ସେମାନେ ଯୀଶୁଙ୍କୁ ଆଣିବାକୁ ଗଲେ। କାରଣ ଲୋକେ କୁହାକୁହି ହେଉଥିଲେ ଯେ, ଯୀଶୁଙ୍କ ମତିଭ୍ରମ ହେଲାଣି।

22 ଯିରୁଶାଲମରୁ ଆସିଥିବା ଧର୍ମଶାସ୍ତ୍ରୀମାନେ କହିଲେ, “ଯୀଶୁଙ୍କ ଦେହରେ ବା‌ଲ୍‌ଜିବୂଲ୍ ପଶି ଯାଇଛି। ସେଥି ଯୋଗୁଁ ଯୀଶୁ ଭୂତମାନଙ୍କ ମୁଖିଆଙ୍କର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛନ୍ତି।”

23 ତେଣୁ ଯୀଶୁ ସେମାନଙ୍କୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ବୁଝାଇଲେ, “ଶୟତାନ କିପରି ଶୟତାନକୁ ତଡ଼ି ଦେଇ ପାରିବ?” 24 ଯଦି କୌଣସି ରାଜ୍ୟ ନିଜ ଭିତରେ ଯୁଦ୍ଧ କରେ ତେବେ ତାହା ଆଉ ତିଷ୍ଠି ରହି ପାରିବ ନାହିଁ। 25 ଯଦି କୌଣସି ପରିବାର ନିଜ ଭିତରେ ଭାଗ ଭାଗ ହୋଇ ଯାଏ, ତେବେ ସେ ପରିବାର ତିଷ୍ଠି ରହି ପାରିବ ନାହିଁ। 26 ସେହିଭଳି ଯଦି ଜଣେ ଶୟତାନ ବିଭାଜିତ ହୋଇ ନିଜ ବିରୁଦ୍ଧରେ ଲଢ଼େଇ କରେ, ତେବେ ସେ ମଧ୍ୟ ତିଷ୍ଠି ରହି ପାରିବ ନାହିଁ ବରଂ ତାହାର ଅନ୍ତ ହୋଇଯିବ।

27 “ଯଦି ଜଣେ ଲୋକ ଗୋଟିଏ ଶକ୍ତିଶାଳୀ ଲୋକର ଘରେ ପଶି ତା'ର ସମ୍ପତ୍ତି ଲୁଟି ନେବାକୁ ଗ୍ଭହିଁବ, ତେବେ ପ୍ରଥମେ ସେ ଶକ୍ତିଶାଳୀ ଲୋକଟିକୁ ବାନ୍ଧିବା ଦରକାର। ତା'ପରେ ସେ ଶକ୍ତିଶାଳୀ ଲୋକଟିର ଘର ଲୁଟି କରି ସବୁ ଜିନିଷ ନେଇ ଯାଇପାରିବ।

Read full chapter