ମାର୍କ ଲିଖିତ ସୁସମାଗ୍ଭର 4:1-9
Odia Holy Bible: Easy-to-Read Version
କୃଷକ ବୀଜ ବୁଣିବା ବିଷୟରେ ଦୃଷ୍ଟାନ୍ତ କଥା
(ମାଥିଉ 13:1-9; ଲୂକ 8:4-8)
4 ଯୀଶୁ ପୁଣି ହ୍ରଦ କୂଳରେ ଉପଦେଶ ଦେବା ଆରମ୍ଭ କଲେ। ସେଠାରେ ତାହାଙ୍କ ଗ୍ଭରିପଟେ ବହୁତ ଲୋକ ଜମା ହୋଇଗଲେ। ତେଣୁ ସେ ହ୍ରଦରେ ଥିବା ଗୋଟିଏ ଡଙ୍ଗାରେ ଯାଇ ବସିଲେ। ଅନ୍ୟ ସବୁ ଲୋକ ହ୍ରଦର କୂଳରେ ଠିଆ ହୋଇ ରହିଲେ। 2 ଯୀଶୁ ଡଙ୍ଗାରେ ଥାଇ ଲୋକମାନଙ୍କୁ ଶିକ୍ଷା ଦେଲେ। ସେ ସେମାନଙ୍କୁ ଉପଦେଶ ଦେବା ପାଇଁ ଅନେକଗୁଡ଼ିଏ ଦୃଷ୍ଟାନ୍ତ କଥାର ପ୍ରୟୋଗ କଲେ। ତାହାଙ୍କ ଶିକ୍ଷାରେ ସେ କହିଲେ,
3 “ଶୁଣ, ଜଣେ ଗ୍ଭଷୀ ବୀଜ ବୁଣିବାକୁ ବାହାରିଲା।” 4 ଯେତେବେଳେ ଗ୍ଭଷୀଟି ବୀଜ ବୁଣୁଥିଲା, ସେଥିରୁ କିଛି ବୀଜ ରାସ୍ତାରେ ପଡ଼ିଗଲା। ପକ୍ଷୀମାନେ ଆସି ସେତକ ଖାଇ ଦେଲେ। 5 ଆଉ କିଛି ବୀଜ ପଥୁରିଆ ଜମିରେ ପଡ଼ିଗଲା। ସେ ଜମିରେ ଯଥେଷ୍ଟ ମାଟି ନ ଥିଲା। ଯଥେଷ୍ଟ ମାଟି ନ ଥିବାରୁ ସେ ବୀଜଗୁଡ଼ିକ ଅତି ଶୀଘ୍ର ଗଜା ହୋଇଗଲା। 6 କିନ୍ତୁ ସୂର୍ଯ୍ୟ ଆକାଶରେ ଉଠିବା ପରେ ପରେ ଉତ୍ତାପ ହେତୁ ଗଜାଗୁଡ଼ିକ ଜଳି ଗଲା। ମାଟି ଭିତରକୁ ଚେର ଗଭୀର ଭାବରେ ଯାଇ ପାରି ନ ଥିବାରୁ ଗଛ ଗ୍ଭରାଗୁଡ଼ିକ ଶୁଖିଗଲା। 7 କିଛି ବୀଜ କଣ୍ଟାବୁଦାଗୁଡ଼ିକ ଭିତରେ ପଡ଼ିଗଲା। କଣ୍ଟାବୁଦାଗୁଡ଼ିକ ବଢ଼ୁ ଥିଲା, ତେଣୁ କଣ୍ଟାବୁଦା ଗୁଡ଼ିକ ଗଛଗ୍ଭରାଗୁଡ଼ିକୁ ଗ୍ଭପି ଦେଲା, ତା’ ଫଳରେ ସେଗୁଡ଼ିକ ଭଲ ଭାବରେ ବଢ଼ି ପାରିଲା ନାହିଁ। ତେଣୁ ସେଥିରେ ଫଳ ଫଳିଲା ନାହିଁ। 8 କେତେକ ବୀଜ ଭଲ ମାଟିରେ ପଡ଼ିଲା। ସେଥିରୁ ଗଛ ହେଲା। ଗଛ ଭଲ ବଢ଼ିଲା ଓ ଫଳ ଫଳିଲା କେତେକ ଗଛରେ ତିରିଶ୍ ଗୁଣ ବା ଷାଠିଏ ଗୁଣ ଏପରିକି କେତେକ ଗଛରେ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା।”
9 ତା'ପରେ ଯୀଶୁ କହିଲେ, “ତୁମ୍ଭମାନଙ୍କ ଭିତରୁ ଯିଏ ଶୁଣୁଛି, ଶୁଣୁ।”
Read full chapter2010 by Bible League International