Add parallel Print Page Options

ଯୀଶୁ ନିଜ ଜନ୍ମ ସହରକୁ ଗଲେ

(ମାଥିଉ 13:53-58; ଲୂକ 4:16-30)

ଯୀଶୁ ସେ ସ୍ଥାନ ଛାଡ଼ି ନିଜ ଜନ୍ମ ସହରକୁ ଗଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ସହିତ ଗଲେ। ବିଶ୍ରାମ ଦିବସରେ ଯୀଶୁ ଯିହୂଦୀୟ ସମାଜଗୃହରେ ଶିକ୍ଷା ଦେଲେ। ବହୁତ ଲୋକ ତାହାଙ୍କ ଶିକ୍ଷା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଏ ଲୋକ ଏସବୁ ଶିକ୍ଷା କେଉଁଠାରୁ ପାଇଲା? ଏ ଲୋକକୁ ଏ ଉତ୍ତମ ବିଗ୍ଭରଶକ୍ତି (ବିଜ୍ଞତା) କିଏ ଦେଲା? ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ସେ କେଉଁଠାରୁ ଶକ୍ତି ପାଇଲା? ଏ କ’ଣ ସେହି ବଢ଼େଇ ନୁହନ୍ତି? ଏ କ’ଣ ମରିୟମଙ୍କ ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନଙ୍କ ଭାଇ ନୁହନ୍ତି? ତାହାଙ୍କର ଭଉଣୀମାନେ କ’ଣ ଏଠାରେ ଆମ୍ଭ ସହିତ ନାହାନ୍ତି?” ତେଣୁ ଯୀଶୁଙ୍କୁ ସ୍ୱୀକାର କରିବାରେ ଏହି ଲୋକମାନେ ବାଧା ପାଇଲେ।

ତେଣୁ ଯୀଶୁ ଲୋକମାନଙ୍କୁ କହିଲେ, “ଅନ୍ୟମାନେ ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ସମ୍ମାନ ଦେଇଥା’ନ୍ତି। କିନ୍ତୁ ତାହାଙ୍କ ନିଜ ସହର ଲୋକେ, ତାହାଙ୍କର ସମ୍ପର୍କୀୟମାନେ ଓ ତାହାଙ୍କ ନିଜ ପରିବାରର ଲୋକମାନେ ତାହାଙ୍କୁ ସମ୍ମାନ କରନ୍ତି ନାହିଁ।” ଅତଏବ ସେଠାରେ ଯୀଶୁ କୌଣସି ଆଶ୍ଚର୍ଯ୍ୟକାର୍ଯ୍ୟ ପ୍ରଦର୍ଶନ କରି ପାରିଲେ ନାହିଁ। କେବଳ କେତେକ ରୋଗୀଙ୍କ ଉପରେ ହାତ ରଖି ସେ ସେମାନଙ୍କୁ ସୁସ୍ଥ କରିଲେ। ଏ ଲୋକମାନଙ୍କର କୌଣସି ବିଶ୍ୱାସ ନ ଥିବାରୁ ଯୀଶୁ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ। ତା'ପରେ ଯୀଶୁ ସେ ଅଞ୍ଚଳର ଅନ୍ୟ ସବୁ ଗାଁକୁ ଯାଇ ସେଠାରେ ଶିକ୍ଷା ଦେବାକୁ ଲାଗିଲେ।

Read full chapter