ମାର୍କ ଲିଖିତ ସୁସମାଗ୍ଭର 7:1-23
Odia Holy Bible: Easy-to-Read Version
ପରମେଶ୍ୱରଙ୍କ ବ୍ୟବସ୍ଥା ଓ ମନୁଷ୍ୟକୃତ ନିୟମ
(ମାଥିଉ 15:1-20)
7 କେତେକ ଫାରୂଶୀ ଓ କେତେକ ଧର୍ମଶାସ୍ତ୍ରୀ ଯିରୁଶାଲମରୁ ଆସି ଯୀଶୁଙ୍କ ଗ୍ଭରିପଟେ ରୁଣ୍ତ ହୋଇଗଲେ। 2 ସେମାନେ ଯୀଶୁଙ୍କର କେତେକ ଶିଷ୍ୟଙ୍କୁ ଅପବିତ୍ର ହାତରେ ଅର୍ଥାତ୍ ନିର୍ଦ୍ଧାରିତ ପଦ୍ଧତିରେ ହାତ ନ ଧୋଇ ଖାଉଥିବାର ଦେଖିଲେ। 3 ଫାରୂଶୀ ଓ ସମସ୍ତ ଯିହୂଦୀମାନେ ନିର୍ଦ୍ଧାରିତ ପଦ୍ଧତିରେ ହାତ ନ ଧୋଇ କେବେ ହେଲେ ଖାଉ ନ ଥିଲେ। ସେମାନେ ତାହାଙ୍କର ମହାନ ପୂର୍ବ ପୁରୁଷଙ୍କ ଦ୍ୱାରା ପ୍ରଚଳିତ ପରମ୍ପରା ପାଳନ କରିବା ପାଇଁ ଏହା କରୁଥିଲେ। 4 ଏପରିକି ବଜାରରୁ ଅଣାଯାଉଥିବା ଖାଦ୍ୟ ପଦାର୍ଥକୁ ସେମାନେ ନିର୍ଦ୍ଧାରିତ ପଦ୍ଧତିରେ ନ ଧୋଇ ଖାଆନ୍ତି ନାହିଁ। ଗିନା, କଳସ, ତମ୍ବାପାତ୍ର ଆଦି ମାଜିବା ଧୋଇବା ଭଳି ଅନେକ ପରମ୍ପରା ସେମାନେ ପାଳନ କରନ୍ତି।
5 ତେଣୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭର ଶିଷ୍ୟମାନେ ପୂର୍ବ ପୁରୁଷରୁ ପ୍ରଚଳିତ ପରମ୍ପରାଗୁଡ଼ିକୁ କାହିଁକି ପାଳୁ ନାହାନ୍ତି? ସେମାନେ ଅପବିତ୍ର ହାତରେ ଖାଆନ୍ତି, ସେମାନେ ଏଭଳି କାହିଁକି କରନ୍ତି?”
6 ଯୀଶୁ କହିଲେ, “ତୁମ୍ଭଭଳି କପଟୀମାନଙ୍କ ସମ୍ବନ୍ଧରେ ଯିଶାଇୟ ଯାହା ଭବିଷ୍ୟଦ୍ବାଣୀ କରିଥିଲେ ତାହା ଯଥାର୍ଥ, ଯିଶାଇୟ ଲେଖିଥିଲେ,
‘ଏ ଲୋକମାନେ କେବଳ ମୁଖରେ ମୋର ସମ୍ମାନ କରନ୍ତି,
କିନ୍ତୁ ସେମାନଙ୍କ ମନ ମୋ'ଠାରୁ ବହୁ ଦୂରରେ।
7 ସେମାନଙ୍କର ମୋ’ ପାଇଁ ଉପାସନା ନିରର୍ଥକ,
କାରଣ ସେମାନେ ଲୋକଙ୍କୁ ତାହାଙ୍କ ସିଦ୍ଧାନ୍ତ ଭାବରେ ମନୁଷ୍ୟକୃତ ନିୟମ ମାନିବାକୁ ଉପଦେଶ ଦିଅନ୍ତି।’(A)
8 ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ତ୍ୟାଗ କରିଛ। ଏବେ ତୁମ୍ଭେମାନେ ମନୁଷ୍ୟକୃତ ପରମ୍ପରାକୁ ଧରି ବସିଛ।”
9 ଯୀଶୁ ପୁଣି ସେମାନଙ୍କୁ କହିଲେ, “ନିଜ ପରମ୍ପରା ପାଳନ କରିବା ପାଇଁ ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ତ୍ୟାଗ କରି ଦେଇ ନିଜକୁ ଚତୁର ବୋଲି ଭାବୁଛ। 10 ମୋଶା କହିଥିଲେ, ‘ତୁମ୍ଭେ ତୁମ୍ଭ ବାପା-ମାଙ୍କୁ ସମ୍ମାନ କର’।(B) ସେ ମଧ୍ୟ କହିଥିଲେ, ‘ଯେଉଁ ଲୋକ ନିଜ ବାପା-ମାଙ୍କୁ ଖରାପ କଥା କହେ, ତାକୁ ମାରି ଦିଆଯିବା ଉଚିତ୍’।(C) 11 କିନ୍ତୁ ତୁମ୍ଭେମାନେ ଉପଦେଶ ଦେଉଛ ଯେ, ଜଣେ ଲୋକ ତା'ର ବାପାମାଙ୍କୁ କହି ପାରିବ, ‘ମୋର ଯେଉଁ ପଦାର୍ଥଟିରେ ତୁମ୍ଭର ଲାଭ ହୋଇ ପାରିଥା’ନ୍ତା, ସେହି ପଦାର୍ଥ ମୁଁ ତୁମ୍ଭ ପାଇଁ ବ୍ୟବହାର କରି ପାରିବି ନାହିଁ, କାରଣ ତାହା ମୁଁ ପରମେଶ୍ୱରଙ୍କୁ ସମର୍ପଣ କରିବି।’ 12 ଏହିଭଳି ସେହି ଲୋକକୁ ତା'ର ବାପାମାଙ୍କ ପାଇଁ କିଛି କରିବା ପାଇଁ ତୁମ୍ଭେମାନେ ଅନୁମତି ଦେଉ ନାହଁ। 13 ନିଜ ନିୟମ ପାଳିବା ଅଧିକ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରି ତୁମ୍ଭେମାନେ ଲୋକମାନଙ୍କୁ ତାହା ପାଳିବାକୁ ଉପଦେଶ ଦେଉଛ। ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ପାଳିବା ମହତ୍ତ୍ୱପୂର୍ଣ୍ଣ ନୁହେଁ ବୋଲି ଉପଦେଶ ଦେଇ ତାହା ଏଡ଼େଇ ଦେଉଛ। ଏହିଭଳି ଅନେକ କାମ ତୁମ୍ଭେମାନେ କରୁଛ।”
14 ଯୀଶୁ ଲୋକମାନଙ୍କୁ ପୁଣି ପାଖକୁ ଡାକିଲେ। ସେ କହିଲେ ପ୍ରତ୍ୟେକ ଲୋକ ମୋର କଥା ଶୁଣ ଓ ବୁଝ। 15 ଏଭଳି କୌଣସି ବସ୍ତୁ ନାହିଁ, ଯାହା ବାହାରୁ ମନୁଷ୍ୟ ଭିତରକୁ ପ୍ରବେଶ କରି ତାକୁ ଅଶୁଦ୍ଧ କରି ପକାଇବ। ବରଂ ଯେଉଁ ବସ୍ତୁ ମନୁଷ୍ୟର ଭିତରୁ ବାହାରି ଥାଏ, ତାହା ହିଁ ତାକୁ ଅଶୁଦ୍ଧ କରିପାରେ।’’ 16 [a]
17 ତା'ପରେ ଯୀଶୁ ଲୋକମାନଙ୍କୁ ଛାଡ଼ି ଘର ଭିତରକୁ ଗଲେ। ଶିଷ୍ୟମାନେ ତାହାଙ୍କୁ ଏ ଦୃଷ୍ଟାନ୍ତ କଥା ବିଷୟରେ ପଗ୍ଭରିଲେ। 18 ଯୀଶୁ କହିଲେ, “ତୁମ୍ଭେମାନେ ମଧ୍ୟ, ଅନ୍ୟମାନଙ୍କ ଭଳି କ’ଣ ବୁଝି ପାରିଲ ନାହିଁ? ତୁମ୍ଭେମାନେ କ’ଣ ବୁଝି ପାରୁ ନ ଯେ, ଲୋକର ଭିତରକୁ ବାହାରୁ କୌଣସି ବସ୍ତୁ ଗଲେ ତାହା ସେହି ଲୋକକୁ ଦୂଷିତ କରିପାରେ ନାହିଁ। 19 କାରଣ ଖାଦ୍ୟ ତା'ର ହୃଦୟକୁ ନ ଯାଇ ପେଟ ଭିତରକୁ ଯାଏ ଓ ପୁଣି ମଳ ଆକାରରେ ବାହାରକୁ ବାହାରି ଯାଏ।” ଏହା କହି ଯୀଶୁ ସମସ୍ତ ଖାଦ୍ୟ-ପଦାର୍ଥ ଯେ ଶୁଦ୍ଧ ଅଟେ, ଏହା ପ୍ରମାଣିତ କଲେ।
20 ସେ ପୁଣି କହିଲେ, “ମନୁଷ୍ୟର ଭିତରୁ ଯାହା ବାହାରକୁ ଆସେ, ତାହା ତାହାକୁ ଅଶୁଦ୍ଧ କରିଥାଏ। 21 ମନୁଷ୍ୟ ଭିତରେ, ତା'ର ମନରେ, ଏହିସବୁ ଖରାପ ଜିନିଷ ଜନ୍ମ ଦିଏ, ମନ୍ଦ ବିଗ୍ଭର, ଯୌନଗତ ପାପ, ଗ୍ଭେରି, ହତ୍ୟା। 22 ବ୍ୟଭିଗ୍ଭର, ଲାଳସା ବା ଲୋଭ, ଦୁଷ୍ଟାତ୍ମା, ମନ୍ଦକାମ କରିବା, ପ୍ରବଞ୍ଚନା, ଈର୍ଷା, ଚୁଗୁଲି, ଅହଙ୍କାର ଏବଂ ମୂର୍ଖତା। 23 ଏହିସବୁ ଖରାପ ଜିନିଷ ମନୁଷ୍ୟର ଭିତରୁ ବାହାରକୁ ଆସିଥାଏ। ଏଗୁଡ଼ିକ ମନୁଷ୍ୟକୁ ଅଶୁଦ୍ଧ କରିପକାଏ।”
Read full chapterFootnotes
- ମାର୍କ ଲିଖିତ ସୁସମାଗ୍ଭର 7:16 କେତେକ ଗ୍ରୀକ୍ ମୂଳ ଭାଷାରେ ପଦ 16 ଯୋଗ କରାଯାଇଅଛି। “ତୁମ୍ଭେମାନେ, ଯେଉଁମାନେ ଶୁଣୁଛ, ଶୁଣ।”
2010 by Bible League International