ମାର୍କ ଲିଖିତ ସୁସମାଗ୍ଭର 9:2-13
Odia Holy Bible: Easy-to-Read Version
ଯୀଶୁଙ୍କ ସହିତ ମୋଶା ଓ ଏଲିୟ
(ମାଥିଉ 17:1-13; ଲୂକ 9:28-36)
2 ଛଅ ଦିନ ପରେ, ଯୀଶୁ ପିତର, ଯାକୁବ ଓ ଯୋହନଙ୍କୁ ନିଜ ସାଙ୍ଗରେ ନେଇ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସେଠାରେ କେବଳ ସେହିମାନେ ଥିଲେ। ସେଠାରେ ଶିଷ୍ୟମାନେ ଯୀଶୁଙ୍କୁ ଦେଖୁଥିବା ସମୟରେ ଯୀଶୁଙ୍କ ସ୍ୱରୂପ ପରିବର୍ତ୍ତନ ହୋଇ ଗଲା। 3 ଯୀଶୁଙ୍କ ବସ୍ତ୍ର ଧଳା ଚକ୍ ଚକ୍ ହୋଇଗଲା। ତାହା ଏତେ ଉଜ୍ଜ୍ୱଳ ଓ ଧଳା ଥିଲା ଯେ, ପୃଥିବୀର କୌଣସି ଲୋକ ଏତେ ଧଳା କରି ପାରିବ ନାହିଁ। 4 ଏଲିୟ ଓ ମୋଶା[a] ଯୀଶୁଙ୍କ ସହିତ ପ୍ରକାଶିତ ହେଲେ। ସେମାନେ ଯୀଶୁଙ୍କ ସହିତ କଥାବାର୍ତ୍ତା କରୁଥିଲେ।
5 ପିତର ଯୀଶୁଙ୍କୁ କହିଲେ, “ଗୁରୁ, ବହୁତ ଭଲ ହେଲା ଯେ ଆମ୍ଭେ ଏଠାରେ ଅଛୁ। ଆମ୍ଭେ ଏଠାରେ ତିନୋଟି ତମ୍ବୁ ଟାଣି ଦେବୁ, ଗୋଟିଏ ତୁମ୍ଭ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।” 6 ପିତର ଜାଣି ପାରୁ ନ ଥିଲେ ଯେ କ’ଣ କହିବାକୁ ହେବ। କାରଣ ସେ ଓ ଅନ୍ୟ ଦୁଇଜଣ ଶିଷ୍ୟ ବହୁତ ଡରି ଯାଇଥିଲେ।
7 ତା'ପରେ ଖଣ୍ଡେ ମେଘ ଭାସି ଆସିଲା ଓ ସମସ୍ତଙ୍କୁ ଘୋଡ଼ାଇ ପକାଇଲା। ମେଘ ଭିତରୁ ଏହିଭଳି ବାଣୀ ଶୁଣା ଗଲା, “ଏ ମୋର ପୁତ୍ର, ମୁଁ ତାହାଙ୍କୁ ପ୍ରେମ କରେ। ତୁମ୍ଭେମାନେ ତାହାଙ୍କ କଥା ମାନ!”
8 ଏବଂ ସେହି ସମୟରେ ପିତର, ଯାକୁବ ଓ ଯୋହନ ଗ୍ଭରିଆଡ଼କୁ ଗ୍ଭହିଁଲେ କିନ୍ତୁ ସେଠାରେ ସେମାନେ ତାହାଙ୍କ ସହିତ କେବଳ ଯୀଶୁଙ୍କ ଛଡ଼ା ଆଉ କାହାରିକୁ ଦେଖିଲେ ନାହିଁ।
9 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ପର୍ବତ ଉପରୁ ତଳକୁ ଓହ୍ଲେଇ ଆସୁଥିଲେ। ଯୀଶୁ ଶିଷ୍ୟମାନଙ୍କୁ ଆଜ୍ଞା ଦେଲେ। ଯେ ସେମାନେ ପର୍ବତ ଉପରେ ଯାହାସବୁ ଦେଖିଲେ ତାହା କାହାରି ଆଗରେ ପ୍ରକାଶ କରିବେ ନାହିଁ ଓ ମନୁଷ୍ୟପୁତ୍ର ମୃତ୍ୟୁରୁ ପୁନରୁତ୍ଥିତ ନ ହେବା ପର୍ଯ୍ୟନ୍ତ ଅପେକ୍ଷା କରିବେ। ତା'ପରେ ସେମାନେ ଲୋକଙ୍କ ଆଗରେ ତାହା ପ୍ରକାଶ କରି ପାରିବେ।
10 ତେଣୁ ଶିଷ୍ୟମାନେ ଯୀଶୁଙ୍କ କଥା ମାନିଲେ ଓ ସେମାନେ ଯାହା ଦେଖିଲେ ତାହା କାହାରି ଆଗରେ ପ୍ରକାଶ କଲେ ନାହିଁ। କିନ୍ତୁ ସେମାନେ କଥାବାର୍ତ୍ତା କରୁଥିଲେ ଯେ, ମୃତ୍ୟୁରୁ ପୁନରୁତ୍ଥିତ ହେବାର ଅର୍ଥ କ’ଣ? 11 ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଧର୍ମଶାସ୍ତ୍ରୀମାନେ କାହିଁକି କହୁଛନ୍ତି ଯେ, ଏଲିୟ ନିଶ୍ଚିତ ଭାବରେ ପ୍ରଥମେ ଆସିବେ?”
12 ଯୀଶୁ ସେମାନଙ୍କୁ କହିଲେ, “ହଁ, ସେମାନେ ଠିକ୍ କହୁଛନ୍ତି। ସବୁ ବିଷୟ ସୁବ୍ୟବସ୍ଥିତ କରିବାକୁ ନିଶ୍ଚୟ ଏଲିୟ ହିଁ ପ୍ରଥମେ ଆସିବେ। କିନ୍ତୁ ମନୁଷ୍ୟପୁତ୍ରଙ୍କ ସମ୍ବନ୍ଧରେ ଶାସ୍ତ୍ରରେ କାହିଁକି ଲେଖା ଅଛି ଯେ, ସେ ବହୁତ ଯାତନା ଭୋଗ କରିବେ ଓ ଲୋକେ ତାହାଙ୍କ ସହିତ ତାଚ୍ଛଲ୍ୟପୂର୍ଣ୍ଣ ବ୍ୟବହାର କରିବେ। 13 ମୁଁ ତୁମ୍ଭକୁ କହୁଛି ଯେ ଏଲିୟ ଏବେ ଆସି ସାରିଛନ୍ତି, ଏବଂ ଲୋକମାନେ ଯାହା ଗ୍ଭହିଁଛନ୍ତି ତାହାଙ୍କ ପ୍ରତି ସେଭଳି ଖରାପ ବ୍ୟବହାର କରିଛନ୍ତି। ତାହାଙ୍କ ପ୍ରତି ଏଭଳି ବ୍ୟବହାର କରାଯିବ ବୋଲି ଶାସ୍ତ୍ରରେ ଲେଖା ଅଛି।”
Read full chapterFootnotes
- ମାର୍କ ଲିଖିତ ସୁସମାଗ୍ଭର 9:4 ଏଲିୟ ଓ ମୋଶା ପୁରାତନ ନିୟମର ଦୁଇଜଣ ମୁଖ୍ୟ ନେତା।
2010 by Bible League International