Add parallel Print Page Options

ଯୀଶୁଙ୍କ ସହିତ ମୋଶା ଓ ଏଲିୟ

(ମାଥିଉ 17:1-13; ଲୂକ 9:28-36)

ଛଅ ଦିନ ପରେ, ଯୀଶୁ ପିତର, ଯାକୁବ ଓ ଯୋହନଙ୍କୁ ନିଜ ସାଙ୍ଗରେ ନେଇ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସେଠାରେ କେବଳ ସେହିମାନେ ଥିଲେ। ସେଠାରେ ଶିଷ୍ୟମାନେ ଯୀଶୁଙ୍କୁ ଦେଖୁଥିବା ସମୟରେ ଯୀଶୁଙ୍କ ସ୍ୱରୂପ ପରିବର୍ତ୍ତନ ହୋଇ ଗଲା। ଯୀଶୁଙ୍କ ବସ୍ତ୍ର ଧଳା ଚକ୍ ଚକ୍ ହୋଇଗଲା। ତାହା ଏତେ ଉଜ୍ଜ୍ୱଳ ଓ ଧଳା ଥିଲା ଯେ, ପୃଥିବୀର କୌଣସି ଲୋକ ଏତେ ଧଳା କରି ପାରିବ ନାହିଁ। ଏଲିୟ ଓ ମୋଶା[a] ଯୀଶୁଙ୍କ ସହିତ ପ୍ରକାଶିତ ହେଲେ। ସେମାନେ ଯୀଶୁଙ୍କ ସହିତ କଥାବାର୍ତ୍ତା କରୁଥିଲେ।

ପିତର ଯୀଶୁଙ୍କୁ କହିଲେ, “ଗୁରୁ, ବହୁତ ଭଲ ହେଲା ଯେ ଆମ୍ଭେ ଏଠାରେ ଅଛୁ। ଆମ୍ଭେ ଏଠାରେ ତିନୋଟି ତମ୍ବୁ ଟାଣି ଦେବୁ, ଗୋଟିଏ ତୁମ୍ଭ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।” ପିତର ଜାଣି ପାରୁ ନ ଥିଲେ ଯେ କ’ଣ କହିବାକୁ ହେବ। କାରଣ ସେ ଓ ଅନ୍ୟ ଦୁଇଜଣ ଶିଷ୍ୟ ବହୁତ ଡରି ଯାଇଥିଲେ।

ତା'ପରେ ଖଣ୍ଡେ ମେଘ ଭାସି ଆସିଲା ଓ ସମସ୍ତଙ୍କୁ ଘୋଡ଼ାଇ ପକାଇଲା। ମେଘ ଭିତରୁ ଏହିଭଳି ବାଣୀ ଶୁଣା ଗଲା, “ଏ ମୋର ପୁତ୍ର, ମୁଁ ତାହାଙ୍କୁ ପ୍ରେମ କରେ। ତୁମ୍ଭେମାନେ ତାହାଙ୍କ କଥା ମାନ!”

ଏବଂ ସେହି ସମୟରେ ପିତର, ଯାକୁବ ଓ ଯୋହନ ଗ୍ଭରିଆଡ଼କୁ ଗ୍ଭହିଁଲେ କିନ୍ତୁ ସେଠାରେ ସେମାନେ ତାହାଙ୍କ ସହିତ କେବଳ ଯୀଶୁଙ୍କ ଛଡ଼ା ଆଉ କାହାରିକୁ ଦେଖିଲେ ନାହିଁ।

Read full chapter

Footnotes

  1. ମାର୍କ ଲିଖିତ ସୁସମାଗ୍ଭର 9:4 ଏଲିୟ ଓ ମୋଶା ପୁରାତନ ନିୟମର ଦୁଇଜଣ ମୁଖ୍ୟ ନେତା।