Add parallel Print Page Options

ଯୀଶୁ ପାପର କାରଣ ବିଷୟରେ ସତର୍କ କଲେ

(ମାଥିଉ 18:6-9; ଲୂକ 17:1-2)

42 “ଯଦି ଏହି ଛୋଟ ଅବୋଧ ପିଲାମାନଙ୍କ ମଧ୍ୟରୁ ମୋତେ କେହି ବିଶ୍ୱାସ କରୁଥାଏ ଏବଂ ଆଉ ଜଣେ ଲୋକ ସେହି ପିଲାଟିକୁ ପାପ କର୍ମରେ ଲିପ୍ତ କରାଏ, ତେବେ ସେ ଲୋକଟି ପାଇଁ ଏହା ଅତ୍ୟନ୍ତ ଖରାପ ହେବ। ସେ ଲୋକ ବେକରେ ଚକି ପଥରଟିଏ ବାନ୍ଧି ଦେଇ ତାକୁ ସମୁଦ୍ରରେ ଫିଙ୍ଗି ଦେବା ତା’ ପାଇଁ ଭଲ ହୋଇଥା’ନ୍ତା। 43 ଯଦି ତୁମ୍ଭର ହାତ ତୁମ୍ଭକୁ ପାପ କରାଏ, ତେବେ ତାକୁ କାଟିଦିଅ। କାରଣ ଦୁଇ ହାତ ଥାଇ ଅନନ୍ତ କାଳ ଧରି ଜଳୁଥିବା ନର୍କର ନିଆଁ ଭିତରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ତୁମ୍ଭେ ପଙ୍ଗୁ ହୋଇ ଅନନ୍ତ ଜୀବନ ଲାଭ କରିବା ଭଲ। 44 [a] 45 ଯଦି ତୁମ୍ଭର ପାଦ ତୁମ୍ଭକୁ ପାପ କରାଏ, ତେବେ ତାକୁ କାଟିଦିଅ। ଦୁଇ ପାଦ ଥାଇ ନର୍କରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ଛୋଟା ହୋଇ ଅନନ୍ତ ଜୀବନ ଲାଭ କରିବା ଭଲ। 46 [b] 47 ଯଦି ତୁମ୍ଭର ଆଖି ତୁମ୍ଭକୁ ପାପ କରାଏ, ତେବେ ତାକୁ ବାହାର କରି ଦିଅ। ଦୁଇ ଆଖି ଥାଇ ନର୍କରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ତୁମ୍ଭେ ଗୋଟିଏ ଆଖି ଥାଇ ଅନନ୍ତ ଜୀବନ ଲାଭ କରିବା ଭଲ। 48 ମନୁଷ୍ୟକୁ ଖାଉଥିବା ନର୍କର କୀଟ କେବେ ମରେ ନାହିଁ କି ନର୍କର ନିଆଁ କେବେ ଲିଭେ ନାହିଁ।

Read full chapter

Footnotes

  1. ମାର୍କ ଲିଖିତ ସୁସମାଗ୍ଭର 9:44 ପଦ ସଂଖ୍ୟା 44 ମାର୍କଙ୍କର କେତେକ ଗ୍ରୀକ୍ ପତ୍ରରେ ଯୋଡ଼ା ଯାଇଛି। ଏହି ପଦଟି ପଦ ସଂଖ୍ୟା 48 ସହିତ ସମାନ।
  2. ମାର୍କ ଲିଖିତ ସୁସମାଗ୍ଭର 9:46 ପଦ ସଂଖ୍ୟା 46 ମାର୍କଙ୍କ କେତେକ ଗ୍ରୀକ୍ ପତ୍ରରେ ଯୋଡ଼ା ଯାଇଛି। ଏହି ପଦଟି ପଦ ସଂଖ୍ୟା 48 ସହିତ ସମାନ।